ଚାଲାଣ ପାଇଁ ୧୭ଟି ବସ୍ତାରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡିବସିଲା ପୋଲିସ

ମୋହନା,୧୦।୪( ମନ୍ମଥ ମିଶ୍ର ): କିଛିଦିନ ହେବ ଗଜପତି ଜିଲାର ଆର ଉଦୟଗିରି ଓ ଅଡବା ଥାନା ଅଞ୍ଚଳରେ ଗଞ୍ଜେଇ ମୂଳପୂଛ କରିବା ପାଇଁ ଘନଘନ ଚଢ଼ାଉ ଜାରି ରହିଛି। ଏହି ଦୁଇ ଥାନା ଅଞ୍ଚଳରୁ ପାଖାପାଖି ୧୦ ଟନରୁ ଅଧିକା ଗଞ୍ଜେଇ ବର୍ତ୍ତମାନ ସୁଦ୍ଧା ଜବତ କରି ସାରିଲାଣି ପୋଲିସ। ଏତେ ଗଞ୍ଜେଇ ଜବତ କରାଯାଉଛି ତଥାପି ପୋଲିସର ଚଢ଼ାଉରେ ବିପୁଳ ପରିମାଣର ଜବତ କରାଯାଉଛି। ସେହିପରି ଗୁରୁବାର ଆର ଇଦୟଗିରି ଥାନା ଅନ୍ତର୍ଗତ ଗୁଇବାଡ଼ି ଗାଁ ନିକଟସ୍ଥ ସରଂକ୍ଷଣ ଜଙ୍ଗଲରେ ଗଞ୍ଜେଇ ଗଚ୍ଛିତ ଥିବା ନେଇ ପୋଲିସ ଜାଣିବାକୁ ପାଇଥିଲା। ଫଳରେ ଆର ଉଦୟଗିରି ଏସଡିପିଓଙ୍କ ତତ୍ତ୍ୱାବଧାନରେ ଏକ ଟିମ ଚଢ଼ାଉ କରି ୧୭ ଗୋଟି ଜରି ବସ୍ତା ଜବତ କରାଯାଇଥିଲା। ଜବତ ଗଞ୍ଜେଇ ଏକଜୁଟିଭ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଓଜନ କରାଯାଇଥିଲା ଯାହାର ପରିମାଣ ୫୧୦ କିଲୋ ହୋଇଥିବା ବେଳେ ଆନୁମାନିକ ବଜାର ଦର ୫ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଆର ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁ ସୂଚନା ଦେଇଛନ୍ତି। ରା. ଉଦୟଗିରିରେ ଏକ କେସ୍‌ ୫୦/୬୬ ରେ ମାମଲା ରୁଜୁ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟଙ୍କ ନାଁ ଘୋଷଣା କଲା ଭାଜପା: ମୁଖ୍ୟମନ୍ତ୍ରୀଙ୍କ ସହ ଲିଷ୍ଟରେ ଅଛନ୍ତି…

ଭୁବନେଶ୍ୱର,୧୦।୪: ଭାଜପା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ ସ୍ଥାୟୀ ନିମନ୍ତ୍ରିତ ସଦସ୍ୟଙ୍କ ନାମ ତାଲିକା ଘୋଷଣା। ୭୨ ଜଣ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

ସଙ୍କଟରୁ ପରିବର୍ତ୍ତନର ଆଶା

ଆମେ ଏବେ ଏକ ନିରର୍ଥକ ଯନ୍ତ୍ରଣା ଏବଂ ଆସନ୍ନ ବିନାଶର ପୃଥିବୀରେ ବାସ କରୁଛୁ। ଏଠାରେ ନୈତିକ ବିକାଶ ଧାରଣା ମୂଲ୍ୟହୀନ ହୋଇଯାଇଥିବା ମନେହେଉଛି। ସମସାମୟିକ ସମାଜ…

ତୈଳ ଦର ପୁଣି ବଢ଼ିଲା, ବଜାରରେ ଅନିଶ୍ଚିତତା

ନ୍ୟୁୟର୍କ/ମୁମ୍ବାଇ,୧୦।୪(ଏ.ପି./ପି.ଟି.): ଲେବାନନ୍‌ରେ ଇସ୍ରାଏଲ୍‌ର ଧ୍ୱଂସଲୀଳା ଦେଖି ଇରାନ୍‌ ପ୍ରତିକ୍ରିୟାଶୀଳ ହୋଇଉଠିଛି । ଫେବୃଆରୀ ୨୮ରେ ଆମେରିକା-ଇସ୍ରାଏଲ୍‌ର ଜଏଣ୍ଟ ଷ୍ଟ୍ରାଇକ୍‌ ପରେ ଯେଉଁ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ଅଶୋଧିତ…

ଅନ୍ତ୍ୟୋଦୟ ଆଧାରିତ ସାମାଜିକ ସୁରକ୍ଷା

ନ୍ତ୍ୟୋଦୟର ମୂଳ ଅର୍ଥ ହେଉଛି ସମାଜର ସବୁଠାରୁ ଶେଷଧାଡ଼ିରେ ଥିବା ନାଗରିକଙ୍କ ସାମଗ୍ରିକ ବିକାଶ। ଯେତେବେଳେ ସେହି ଶେଷ ମଣିଷଟି ମଧ୍ୟ ସମାନ ସୁଯୋଗ, ସମ୍ମାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri