ପୋଲିସକୁ ମିଳିଲା ଟିଫିନ ବୋମା ସହିତ ୨ ଡେଟୋନେଟର

ମାଲକାନଗିରି,୧୪ା୩: ଦୀର୍ଘ ଦିନର ନୀରବତା ପରେ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଅଞ୍ଚଳରେ ପୋଲିସ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ କେହି ମୃତାହତ ହୋଇନାହାନ୍ତି। ପୋଲିସ ଟିଫିନ ବୋମା ସହ ଅନେକ ମାଓବାଦୀ ବ୍ୟବହୃତ ସାମଗ୍ରୀ ଜବତ କରିଛି। ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ମୁଦୁଲିଗୁଡ଼ା ଓ ନାରିଙ୍ଗିଝୋଲା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଏପରି ଘଟଣା ଘଟିଥିବା ଏସ୍‌ପି ରିଷିକେଶ ଡି. ଖିଲାରି ଏକ ଖବରଦାତା ସମ୍ମିଳନୀରେ ରବିବାର ପ୍ରକାଶ କରିଛନ୍ତି।
କିଛିଦିନ ହେଲା ସ୍ବାଭିମାନ ଅଞ୍ଚଳର ବିଭିନ୍ନ ସ୍ଥାନରେ ବିଏସ୍‌ଏଫ, ଏସ୍‌ଓଜି ଏବଂ ଡିଭିଏଫ ପକ୍ଷରୁ ମିଳିତ ଭାବେ କୋମ୍ବିଂ ଅପରେଶନ ଚାଲିଥିଲା। ଶନିବାର ମଧ୍ୟ ଉପରୋକ୍ତ ଜଙ୍ଗଲରେ ଯବାନମାନେ କୋମ୍ବିଂ ଅପରେଶନ କରୁଥିଲେ। ଏହି ସମୟରେ ଜଙ୍ଗଲରେ ମାଓବାଦୀମାନେ ଥିବା ସୁରାକ ପାଇ ସେମାନେ ଅପରେଶନକୁ ଜୋରଦାର କରିଥିଲେ। ଜଙ୍ଗଲରେ ପୋଲିସ ଉପସ୍ଥିତି ଜାଣିପାରି ମାଓବାଦୀମାନେ ପୋଲିସ ଉପରକୁ ଗୁଳିଚାଳନା କରିଥିଲେ। ଏହା ଜବାବରେ ପୋଲିସ ମଧ୍ୟ ପାଲଟା ଗୁଳିଚାଳନା କରିଥିଲା। ତେବେ ପୋଲିସ ଗୁଳିର ସାମ୍‌ନା କରି ନ ପାରି ମାଓବାଦୀମାନେ ଖସି ପଳାଇଥିଲେ। ପରେ ଘଟଣା ସ୍ଥଳରୁ ପୋଲିସ ଗୋଟିଏ ଟିଫିନ ବୋମା, ୨ଟି ଡେଟୋନେଟର, ୨ଟି କିଟ୍‌ବ୍ୟାଗ, ୨ଟି ପୋଷାକ, ୨ଟି ଷ୍ଟାର, ଗୋଟିଏ ଟୋପି, ଗୋଟିଏ ବ୍ୟାନର, ଔଷଧ ସହ ପତ୍ରିକା ଜବତ କରିଥିବା ଏସ୍‌ପି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri