ପୋଲିସ ପ୍ରତିଷ୍ଠା ଦିବସ: ୫ ପୋଲିସ କର୍ମଚାରୀଙ୍କୁ ସମ୍ମାନିତ କଲେ ଏସ୍‌ପି

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଛତ୍ରପୁର ପୋଲିସ ପଡ଼ିଆଠାରେ ମଙ୍ଗଳବାର ଗଞ୍ଜାମ ଜିଲାସ୍ତରୀୟ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏଥିରେ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଉପସ୍ଥିତ ପୋଲିସ ବାହିନୀକୁ ଉଦ୍‌ବୋଧନ ଦେଇ ଏସ୍‌ପି କହିଥିଲେ, ଆଜିର ଦିବସ ଓଡ଼ିଶା ପୋଲିସ ପାଇଁ ଗର୍ବ ଏବଂ ଗୌରବର ଦିବସ। ଜନସାଧାରଣଙ୍କ ସେବା ମନୋଭାବ ନେଇ ପୋଲିସ ବାହିନୀ ନିଜକୁ ଉତ୍ସର୍ଗ କରିବା ଉଚିତ। ଏହି ସଙ୍କଳ୍ପ ହିଁ ଶହୀଦଙ୍କ ପ୍ରତି ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ହେବ ବୋଲି ସେ କହିଥିଲେ।

ପୋଲିସ ଆଇନଶୃଙ୍ଖଳା ରକ୍ଷା କରିବା ସହ ଅପରାଧ ନିୟନ୍ତ୍ରଣ କରିଆସୁଛି। ଲୋକଙ୍କୁ ଉତ୍ତମ ସେବା ଯୋଗାଇବା ପୋଲିସ ପ୍ରଥମ ଧର୍ମ ବୋଲି ଏସ୍‌ପି କହିଥିଲେ। ଏହି ଅବସରରେ ଓଡ଼ିଶାର ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତାକୁ ଏସ୍‌ପି ପଠନ କରିଥିଲେ। ସମାରୋହରେ ରିଜର୍ଭ ଇନ୍ସପେକ୍ଟର ଅମୁଲ୍ୟ କୁମାର ନାୟକଙ୍କ ତତ୍ତ୍ୱାବଧାନରେ ପରେଡ ପରିଚାଳନା କରାଯାଇଥିଲା।

କର୍ତ୍ତବ୍ୟନିଷ୍ଠା ଓ ସାହସିକତା କ୍ଷେତ୍ରରେ ଉଲେଖନୀୟ କାର୍ଯ୍ୟ କରିଥିବା ଗଞ୍ଜାମ ଜିଲା ପୋଲିସର ୫ଜଣ ପୋଲିସ କର୍ମଚାରୀଙ୍କୁ ଏସ୍‌ପି ସମ୍ମାନିତ କରି ପୁରସ୍କୃତ କରିଥିଲେ। ସେମାନେ ହେଲେ ଏସ୍‌ଆଇ ଶୁଭ୍ରଜିତ ସାମନ୍ତରାୟ, ଏଏସ୍‌ଆଇ ସୁମନ୍ତ କୁମାର ବେହେରା, ହାବିଲଦାର ବି. କାମରାଜୁ ଦୋରା, ଏପିଆର କନେଷ୍ଟବଳ ଟୁନା ମଲିକ ଓ କନେଷ୍ଟବଳ ଦିଲୀପ କୁମାର ବେହେରା। କାର୍ଯ୍ୟକ୍ରମରେ ଅତିରିକ୍ତ ଏସ୍‌ପି ଚିନ୍ମୟ କୁମାର ନାୟକ, ହାବିଲଦାର ଓ କନଷ୍ଟେବଲ ସଂଘର ସଭାପତି ଗୋରାଚାନ୍ଦ ତ୍ରିପାଠୀ। ସମ୍ପାଦକ ସୁବାସ ସେଠୀଙ୍କ ସମେତ ବହୁ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri