ସ୍ପିଡ୍‌ରେ କାର ଓଭରଟେକ୍‌ କଲାବେଳେ ପୋଲିସର ବଢ଼ିଲା ସନ୍ଦେହ: ଜଣଙ୍କ ପରେ ଜଣଙ୍କୁ…

ଗଞ୍ଜାମ,୧୩।୯ (ଅଖିଳ ତରାଇ/ ବିଦ୍ୟାଧର ସାହୁ): ଗଜପତି ଜିଲାର ମୋହନାରୁ ଭୁବନେଶ୍ୱର ଅଭିମୁଖେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଏକ ସୁଜୁକି କାର (ନମ୍ବର: ଓଡି୦୭ଜେଡ ୭୩୯୯) ରମ୍ଭା ପୋଲିସ ଦ୍ୱାରା ଜବତ ହୋଇଛି। ଶୁକ୍ରବାର ରାତିରେ ନାଇଟ ପାଟ୍ରୋଲିଂ ବେଳେ ହୁମ୍ମା ହାଟ ପଡ଼ିଆ ନିକଟ ଓଭରବ୍ରିଜ ଠାରେ ଗାଡ଼ି ଯାଞ୍ଚ ସମୟରେ କାରଟି ଦ୍ରୁତ ଗତିରେ ଓଭରଟେକ କରି ପଳାଇବାକୁ ଚେଷ୍ଟା କରିଥିଲା। ରମ୍ଭା ପୋଲିସ ଆଇଆଇସି କୁମାର ମୁଦୁଲିଙ୍କ ନେତୃତ୍ୱରେ ଏକ ଟିମ ପିଛା କରି ରମ୍ଭା ଓଭରବ୍ରିଜ ନିକଟରେ କାରଟିକୁ ଅଟକାଇବାରେ ସଫଳ ହୋଇଥିଲେ। ଗାଡ଼ିରୁ ୨୨ କିଲୋ ୪୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି, ଯାହାର ମୂଲ୍ୟ ୨ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଅନୁମାନ କରାଯାଇଛି।
ଏହି ଘଟଣାରେ ଦୁଇ ଅଭିଯୁକ୍ତ ସନାତନ ଦଳାଇ (୩୫) ଏବଂ ଜିନୁ ଅଧିକାରୀ (୩୫), ଉଭୟ ମୋହନା ଅଞ୍ଚଳର ବାସିନ୍ଦାଙ୍କୁ ଗିରଫ କରାଯାଇଛି। ତହସିଲଦାର ସୁକାନ୍ତ ମିଶ୍ର ଘଟଣାସ୍ଥଳରେ ଉପସ୍ଥିତଥିଲେ। ପୋଲିସ ଏହି ଚୋରା ଚାଲାଣ ନେଟୱାର୍କ ବିଷୟରେ ଅଧିକ ତଦନ୍ତ ଜାରି ରଖିଛି।
ଏହି ସଫଳ ଅଭିଯାନ ଅଞ୍ଚଳରେ ଗଞ୍ଜେଇ ଚୋରା ଚାଲାଣ ବିରୋଧରେ ପୋଲିସର କଡ଼ା କାର୍ଯ୍ୟାନୁଷ୍ଠାନକୁ ସୂଚାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚଢାଉ କରି ବିପୁଳ ପରିମାଣର କାଠ ଜବତ କଲା ବନବିଭାଗ, କାଠର ଆନୁମାନିକ ମୂଲ୍ୟ ହେବ…

ମୋହନା,୩୦।୧( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରି ବନାଞ୍ଚଳ ପକ୍ଷରୁ ଚଢ଼ାଉ କରି ବିପୁଳ ପରିମାଣର ମୂଲ୍ୟବାନ କାଠ ଗଣ୍ଡି ଜବତ ହୋଇଛି। ଗୁରୁବାର ବିଳମ୍ବିତ…

ଖରାଦିନ ଆରମ୍ଭରୁ ସମସ୍ୟା: ୧୦ ହଜାରରୁ ଊର୍ଦ୍ଧ୍ୱ ଟ୍ୟୁବ୍‌ୱେଲରୁ ବାହାରୁଛି ଲୁଣାପାଣି

କେନ୍ଦ୍ରାପଡ଼ା,୩୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୯ଟି ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ ଅବଧି ବହୁ ପୂର୍ବରୁ ସରିଛି। ମାତ୍ର ଗୋଟିଏ ବି ପ୍ରକଳ୍ପ ଅଦ୍ୟାବଧି ସମ୍ପୂର୍ଣ୍ଣ…

BJB ହଷ୍ଟେଲ ଖାଦ୍ୟରେ ପୋକ: ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ

ଭୁବନେଶ୍ୱର, ୩୦।୧: BJB ଯୁକ୍ତ ଦୁଇ କଲେଜ ଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ। ଏକାଧିକ ବାର ହଷ୍ଟେଲ ଖାଦ୍ୟରୁ ପୋକ ବାହାରୁଥିବା ଅଭିଯୋଗ ହୋଇଛି । ହଷ୍ଟେଲ ଅଧୀକ୍ଷକଙ୍କୁ…

ପୁରୀ ଜିଲାପାଳଙ୍କୁ ଅଦାଲତ ଅବମାନନା ନୋଟିସ

ପୁରୀ,୩୦ା୧: ପୁରୀ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ହାଇକୋର୍ଟଙ୍କ ଅଦାଲତ ଅବମାନନା ନୋଟିସ ଜାରି ହୋଇଛି। ଅଦାଲତ ଅବମାନନା ମାମଲାରେ କାହିଁକି ଦଣ୍ଡିତ କରାଯିବନି ଜବାବ ତଲବ କରିଛନ୍ତି…

ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଆଶ୍ବସ୍ତି

ଭୁବନେଶ୍ୱର,୩୦।୧: ଅଦାଲତ ଅବମାନନା ମାମଲାରୁ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ହାଇକୋର୍ଟରେ ସଚିବ ପାଢ଼ୀ ନିଃସର୍ତ୍ତ କ୍ଷମା ପ୍ରାର୍ଥନା କରି ଅଦାଲତ…

ଚାଲିଥିଲା ନକଲି ମଦ ପ୍ରସ୍ତୁତି: ଅଚାନକ ଚଢାଉ କଲା ଅବିକାରୀ ବିଭାଗ, ତା’ପରେ…

କେସିଙ୍ଗା,୩୦।୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା କଲେଜ ରୋଡ଼ ସ୍ଥିତ ୱାର୍ଡ ନଂ ୧୦ର ୩ ନମ୍ବର ବିଦେଶୀ ମଦ ଦୋକାନ ପଛ ଗଳିରେ ଓ…

ସ୍ବାଧୀନତା ସଂଗ୍ରାମୀଙ୍କୁ ମନେ ପକାଇ ତାଲୁକ ଆଇନ ସହାୟତା କମିଟି ପାଳିଲା…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶୁକ୍ରବାର ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ଶହୀଦ ଦିବସ ପାଳିତ ହୋଇଯାଇଛି।…

ମଧ୍ୟାହ୍ନ ଭୋଜନ ରୋଷେଇବେଳେ ସ୍କୁଲରେ ଘଟିଲା ଅଘଟଣ: ପ୍ରେସର କୁକର ଫାଟି…

ଆଠଗଡ଼,୩୦।୧: ସ୍କୁଲରେ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇବେଳେ ଘଟିଲା ଅଘଟଣ। ଗୋବିନ୍ଦ ମାଧବପୁର ନୋଡାଲ ଉପ୍ରା ବିଦ୍ୟାଳୟରେ ରୋଷେଇ ସମୟରେ ପ୍ରେସର କୁକର ଫାଟି ୨ ପାଚିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri