ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ ହୋଇଛି। ମ.ରାମପୁର ଥାନାରେ ନୂତନ ଭାବେ ଯୋଗଦେଇଥିବା ବିଜୟ କୁମାର ବେନିଆ ନାମକ ଏଏସଆଇ ଜଣକ ସନ୍ଧ୍ୟା ସମୟରେ ମରାମପୁର ରିଷିଡା ରାସ୍ତାର ନିଛାଟିଆ ଜାଗାରେ ବିଭିନ୍ନ ଗାଡ଼ିକୁ ଅଟକାଇ ଯାଞ୍ଚ ନାଁରେ ଦାଦାଗିରି ତଥା ଭୟଭୀତ କରି ଟଙ୍କା ଅସୁଲ କରୁଛନ୍ତି। ଅଥଚ ଅସାମାଜିକ କାର୍ଯ୍ୟରେ ଲିପ୍ତ ମଦ ମାଫିଆ ଗଂଜେଇ ମାଫିଆ ମାନଙ୍କୁ ଛାଡି ତାଙ୍କଠାରୁ ଅର୍ଥ ଅସୁଲ କରୁଥିବା ପରି ଗୁରୁତର ଅଭିଯୋଗ ହେଉଛି। କାହା ସାହାସରେ ଉକ୍ତ ଏଏସଆଇ ଜଣକ ଏପରି କାଣ୍ଡ ଚଳାଉଛନ୍ତି, ତାର ତଦନ୍ତର ଆବଶ୍ୟକତା ରହିଛି।
ପ୍ରକାଶଥାଉ କି, ଶ୍ରୀବେନିଆ ମାଲକାନଗିରି ଜିଲାରୁ ପନିସମେଣ୍ଟ ଟ୍ରାନ୍ସଫର ହୋଇ ଏଠିକି ଆସିଥିବା ଜଣାଯାଇଛି। ଘରୁ ଦୋକାନକୁ ଆସୁଥିବା ବ୍ୟକ୍ତିକୁ ମଧ୍ୟ ଅଟକାଇ ହଇରାଣ କରୁଛନ୍ତି। ତାଙ୍କର ଏପରି କାରନାମାରେ ଅଞ୍ଚଳବାସୀ ଆତଙ୍କିତ ହୋଇପଡିଛନ୍ତି। ଏନେଇ କେସିଙ୍ଗା ଏସଡିପିଓ ସନ୍ଦୀପ ମାଝୀଙ୍କୁ ପଚାରିବାରୁ ମୋ ପାଖକୁ ଏପରି ଅଭିଯୋଗ ଗୁଡିକ ଆସିଛି। ଏହାର ତଦନ୍ତ କରି କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ପ୍ରକାଶ କରିଥିଲେ। ଏନେଇ ଗଜବାହାଲର ସମାଜସେବୀ ପ୍ରଫୁଲ୍ଲ ସାହୁ ଓ ଓ୍ବାର୍ଡ ସଭ୍ୟ ବିଦ୍ୟାଧର ବାଗଙ୍କ ନେତୃତ୍ୱରେ କିଛି ଲୋକ ଆସି ରିଷିଡା ଫାଣ୍ଡି ଅଧିକାରୀଙ୍କୁ ଭେଟି ଏନେଇ ଜଣାଇବା ସହ ଏହାର ତଦନ୍ତ ନ କଲେ ଆନ୍ଦୋଳନ କରିବୁ ବୋଲି ଚେତାବନୀ ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?