Posted inଜାତୀୟ

ସ୍ତ୍ରୀ ସହ ଝଗଡ଼ା ହେବାରୁ ଝିଅକୁ ହତ୍ୟା କଲେ ନୃଶଂସ ବାପା

ଶ୍ରୀନଗର,୩ା୪: ଜମ୍ମୁ-କଶ୍ମୀରର କୁପଓ୍ବାଡ଼ା ଜିଲାରେ ୮ବର୍ଷର ନାବାଳିକାଙ୍କ ମୃତ୍ୟୁ ଘଟଣାର ପର୍ଦ୍ଦାଫାଶ ହୋଇଛି। ନାବାଳିକାଙ୍କ ବାପା ତାଙ୍କ ହତ୍ୟାକାରୀ ବୋଲି ପୋଲିସ ତଦନ୍ତରୁ ଜାଣିବାକୁ ପାଇଛି। ଅଭିଯୁକ୍ତ ୪୫ ବର୍ଷୀୟ ମହମ୍ମଦ ଇକ୍‌ବାଲଙ୍କୁ ପୋଲିସ ହତ୍ୟା ଅଭିଯୋଗରେ ଗିରଫ କରିଛି। ଏନେଇ ସୋମବାର ବରିଷ୍ଠ ପୋଲିସ ଅଧିକ୍ଷକ କୁପଓ୍ବାଡା ଯୁଗଲ ମନହାସ ଏକ ଖବରଦାତା ସମ୍ମିଳନୀ କରି ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ ସମୟରେ ଇକ୍‌ବାଲ ନିଜ ଅପରାଧକୁ ସ୍ବୀକାର କରିଛନ୍ତି ବୋଲି ତଦନ୍ତକାରୀ ପୋଲିସ ଅଧିକାରୀ କହିଛନ୍ତି। ସୂଚନାଯୋଗ୍ୟ, ମାର୍ଚ୍ଚ ୨୯ରେ ଇକ୍‌ବାଲ ନିଜ ସ୍ତ୍ରୀଙ୍କ ସହ ଝଗଡ଼ା କରିବା ପରେ ସେ ଏକ ଛୁରି ନେଇ ଘରୁ ବାହାରିଯାଇଥିଲେ। ଆତ୍ମହତ୍ୟା ଉଦ୍ୟମ କରୁଥିବା ବେଳେ ତାଙ୍କୁ ଝିଅ ଅଟକାଇଥିଲେ। ତେବେ ୮ ବର୍ଷର ଝିଅ ତାଙ୍କ ପାଖ ଛାଡ଼ି ନ ଥିଲା। ଏପରିକି ଇକ୍‌ବାଲ ଝିଅକୁ ୧୦ଟଙ୍କା ଦେଇ ଟଫି କିଣିବାକୁ ଯିବାକୁ କହିଥିଲେ ମଧ୍ୟ ସେ ଯାଇ ନ ଥିଲା। ଫଳରେ ସେ ଆତ୍ମହତ୍ୟା କରି ନ ପାରି ଉତ୍‌କ୍ଷିପ୍ତ ହୋଇ ଇକ୍‌ବାଲ ଝିଅକୁ ଶ୍ୱାସରୁଦ୍ଧ କରି ହତ୍ୟା କରିବା ପରେ ତଣ୍ଟି କାଟିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri