ପୋଲିସ ଗାଡ଼ି ଧକ୍କାରେ ମହିଳାଙ୍କ ଜୀବନ ଚାଲିଗଲା

କୋକସରା,୧।୭(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଭୁର୍ଷାଗୁଡା ବିଜୁ ଏକ୍ସପ୍ରେସ ୱେରେ ଶୁକ୍ରବାର ପୋଲିସ ଗାଡ଼ି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨ଜଣ ଗୁରୁତର ଆହତ ହୋଇଛନ୍ତି। ମୃତା ମହିଳା ହେଲେ କିଆଁ ମାଝି (୪୧)। ଆହତ ହେଲେ ତାଙ୍କ ସ୍ବାମୀ କୃଷ୍ଣଚନ୍ଦ୍ର ମାଝି (୪୫) ଏବଂ ଝିଅ ନମିତା ମାଝି (୧୧)।
ସୂଚନାଯୋଗ୍ୟ, କୋକସରା ବ୍ଲକ ଆମପାଣି ପଞ୍ଚାୟତ କନ୍ଦାଗଡ଼ ଗାଁରୁ କୃଷ୍ଣଚନ୍ଦ୍ର, କିଆଁ ଓ ନମିତା ଏକ ବାଇକ୍‌ (ଓଡି୦୮ଏନ୍‌-୫୪୬୮) ଯୋଗେ ରଥଯାତ୍ରା ପାଇଁ ପିଠାପଣା ଧରି ବଡ଼ଝିଅ ଗଁା ଭୁର୍ଷାଗୁଡାକୁ ଯାଉଥିଲେ। ଝିଅ ଘରକୁ ପହଞ୍ଚତ୍ବା ପୂର୍ବରୁ ଗୋତୋମୁଣ୍ଡାରୁ ଆଇଆରବି ଯବାନଙ୍କୁ ରଥଯାତ୍ରା ଡ୍ୟୁଟିରେ ଛାଡି ବିପରୀତ ଦିଗରୁ ଆସୁଥିବା ଆମପାଣି ପୋଲିସ ଗାଡି (ନଂ.ଓଡି୦୫ଓ୍ବାଇ-୪୮୮୧) ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକ୍‌ରୁ ୩ଜଣ ଛିଟିକି ରାସ୍ତାରେ ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଗୁରୁତର ୩ଜଣଙ୍କୁ ପୋଲିସ ଗାଡିରେ କୋକସରା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମହିଳାଙ୍କ ମୃତ୍ୟୁ ଘଟିଛି। ଖବର ପାଇ ପରିବାରବର୍ଗ ହସ୍ପିଟାଲରେ ପହଞ୍ଚତ୍ବା ପରେ ପୋଲିସ ଉପସ୍ଥିତିରେ ଗୁରୁତର ବାପା ଓ ଝିଅକୁ ଆମ୍ବୁଲାନ୍ସରେ ଭବାନୀପାଟଣା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ହସ୍ପିଟାଲ ପରିସରରେ ମୃତକ ପରିବାର ଓ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ଲାଗି ରହିଥିଲା। ବ୍ୟବଚ୍ଛେଦ ପରେ ପରିବାର ଓ ଗ୍ରାମବାସୀ ମୃତଦେହକୁ ନେଇ ଆମପାଣି ଥାନା ସମ୍ମୁଖରେ ଜାତୀୟ ରାଜପଥ ୨୬ ଅବରୋଧ କରିଥିଲେ। ଦୁର୍ଘଟଣା ଘଟାଇଥିବା ପୋଲିସ ଗାଡ଼ି ଡ୍ରାଇଭରଙ୍କୁ ଗିରଫ, ୧୦ ଲକ୍ଷ କ୍ଷତିପୂରଣ ସହ ଦୁର୍ଘଟଣାରେ ଗୁରୁତର ବାପା, ଝିଅର ସମସ୍ତ ଚିକିତ୍ସା ଖର୍ଚ୍ଚ ପୋଲିସ ବିଭାଗ ବହନ କରିବା ଦାବିରେ ସା ୬ ଘଣ୍ଟାରୁ ବସି ରହିଛନ୍ତି। ଘଟଣାସ୍ଥଳରେ ଧର୍ମଗଡ ଉପଖଣ୍ଡ ପୋଲିସ ଅଧିକାରୀ ଧିରଜ କୁମାର ଚୋପଦାର, କୋକସରା ଅତିରିକ୍ତ ତହସିଲଦାର କମଳାସନ ରଥଙ୍କ ସମେତ କୋକସରା ଥାନାଧିକାରୀ, ଆମପାଣି ଥାନାଧିକାରୀ ଧାରଣାରତ ପରିବାରବର୍ଗ ଓ ଗ୍ରାମବାସୀଙ୍କ ସହ ଆଲୋଚନା ଜାରି ରଖିଛନ୍ତି। ରାସ୍ତା ଅବରୋଧ ଫଳରେ ଭବାନୀପାଟଣା ଜୟପୁର ମଧ୍ୟରେ ଯାତାୟାତ ପ୍ରଭାବିତ ହୋଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ କୌଣସି ସମାଧାନ ହୋଇନାହିଁ। ଏ ନେଇ ଥାନାରେ ଏକ ମାମଲା (ନଂ.୬୭.୨୨) ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri