ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ ନଷ୍ଟ କରିବା ସହ ୫୫ ଲିଟର ଦେଶୀମଦକୁ ପୋଲିସ ଜବତ କରିଛି। ଏଥିସହ ଗୋଟିଏ ବାଇକ ଏବଂ ଗୋଟିଏ ସ୍କୁଟର ସହ ୨ଟି ମୋବାଇଲକୁ ପୋଲିସ ଜବତ କରିଛି। ଚୋରାମଦ କାରବାର କରୁଥିବା ବ୍ୟବସାୟୀଙ୍କ ଠାରୁ ଜବତ କରାଯାଇଥିବା ଦାରିଙ୍ଗବାଡି ଆଇଆଇସି ସଂଗ୍ରାମ କେଶରୀ ଜେନା ସୂଚନା ଦେଇଛନ୍ତି। ଏନେଇ ୨ଟି ମାମଲା (୧୬୦/୨୬ ଓ ୧୬୧/୨୬) ରୁଜୁ କରାଯାଇଛି। ଏହାସହ ନୋଟିସ କରି ୨ ବ୍ୟବସାୟୀଙ୍କୁ ଛାଡିଦିଆଯାଇଛି।
ପ୍ରକାଶ ଯେ, ଦାରିଙ୍ଗବାଡି ଏକ ଜନବହୁଳ ଅଞ୍ଚଳ ହୋଇଥିବାବେଳେ ଉକ୍ତ ଅଞ୍ଚଳରୁ ଫୁଲବାଣୀ, ବ୍ରାହ୍ମଣୀଗାଁ, ବ୍ରହ୍ମପୁର ଆଦି ଅଞ୍ଚଳକୁ ଗାଡିମୋଟର ଚଳାଚଳ କରୁଛି। ବିଭିନ୍ନ ଅଞ୍ଚଳରୁ ଉକ୍ତ ସ୍ଥାନକୁ ଲୋକଙ୍କ ଚଳାଚଳ ରହିଥିବା ବେଳେ ମଦ୍ୟପମାନଙ୍କ ମଧ୍ୟ ଉକ୍ତ ଅଞ୍ଚଳରେ ଭିଡ଼ ରହୁଛି। ଏହାର ଫାଇଦା ନେଇ ଉକ୍ତ ଅଞ୍ଚଳରେ ରହୁଥିବା ଜଣେ ମହିଳା ସଞ୍ଜୁ ନାୟକ ଏବଂ ସୁନାମ ନାୟକ ଭିନ୍ନ ଭିନ୍ନ ସ୍ଥାନରେ ଅବୈଧ ଭାବେ ଚୋରାମଦ କାରବାର ଚଳାଇ ଆସୁଥିବା କୌଣସି ସୂତ୍ରରୁ ପୋଲିସ ଖବର ପାଇ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଚଢ଼ାଉ କରିଥିବା ପୋଲିସ କହିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ଧାରଣା: ଧାନବିକ୍ରି ଟୋକନ ଦାବିରେ ଗର୍ଜିଲେ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ)- ଖରିଫ ଚାଷକାର୍ଯ୍ୟ ସମୟ ଆସି ଯାଇଛି। ହେଲେ ବରଗଡ଼ ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ରବିରେ ଅମଳ ଧାନ ବିକ୍ରି କରି ପାରି ନାହାଁନ୍ତି ।…

ପୁଣି ଘୁଞ୍ଚିଲା OTET ପରୀକ୍ଷା: ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୨୩।୬: ପୁଣି ଘୁଞ୍ଚିଲା OTET ପରୀକ୍ଷା। ଜୁନ୍‌ ୨୮ରେ ହେବାକୁ ଥିବା OTET ପରୀକ୍ଷା ତାରିଖ ଘୁଞ୍ଚାଯାଇଛି। ଜୁନ ୨୮ ବଦଳରେ ଜୁଲାଇ ୫ରେ ହେବ ପରୀକ୍ଷା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri