ବେଡ୍‌ରୁମ୍‌ରେ ପଶି ମାଡ଼ ମାରିଲା ପୋଲିସ

ପୁରୀ ଅଫିସ,୨୧ା୯:ପୁରୀ ପୋଲିସର ଦବଙ୍ଗଗିରିକୁ ନେଇ ଏବେ ସହରରେ ଚର୍ଚ୍ଚା। ଜଣେ ବ୍ୟକ୍ତିଙ୍କୁ ନେବା ପାଇଁ ପୋଲିସ ତାଙ୍କ ଘରକୁ ଯାଇଥିଲା। ମାତ୍ର ସମ୍ପୃକ୍ତ ବ୍ୟକ୍ତିଙ୍କ ବେଡ୍‌ରୁମ୍‌ରେ ପଶି ତାଙ୍କୁ ମାଡ଼ ମାରିବାର ଦୃଶ୍ୟ ଏବେ ଭାଇରାଲ ହୋଇଛି। ପୋଲିସର ଏଭଳି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନକୁ ବୁଦ୍ଧିଜୀବୀ ନାପସନ୍ଦ କରିଛନ୍ତି।
ଟାଉନ ଥାନା ଅନ୍ତର୍ଗତ ଚୁଡ଼ଙ୍ଗସାହିରେ ଘଟିଛି ଏଭଳି ଏକ ଘଟଣା। ଜମିବାଡ଼ିକୁ କେନ୍ଦ୍ର କରି ଭାଇ ଭାଇ ମଧ୍ୟରେ ବିବାଦ ଚାଲିଛି। ଜଣେ ଭାଇର ଅଭିଯୋଗକ୍ରମେ ଅନ୍ୟ ଜଣେ ଭାଇକୁ ଥାନାକୁ ଆଣିବାକୁ ଟାଉନ ଥାନାର ଜଣେ ଏଏସ୍‌ଆଇ ଏବଂ କନଷ୍ଟେବଳ ତାଙ୍କ ଘରେ ପହଞ୍ଚତ୍ଥିଲେ। ସମ୍ପୃକ୍ତ ବ୍ୟକ୍ତିଙ୍କୁ ତାଙ୍କର ନାବାଳିକା ଝିଅ ଛାଡ଼ିି ନ ଥିଲେ। ବାପାଙ୍କୁ କାହିଁକି ବିନା ଦୋଷରେ ଥାନାକୁ ନେବ କହି ଜାବୁଡ଼ି ଧରିଥିଲେ। ଏହି ସମୟରେ ପୋଲିସ କର୍ମଚାରୀ ଦ୍ୱୟ ଛଡ଼ାଇବାକୁ ଉଦ୍ୟମ କରିଥିଲେ। ଏପରି କି ସମ୍ପୃକ୍ତ ବ୍ୟକ୍ତିଙ୍କୁ ମାଡ଼ ମାରୁଥିବାବେଳେ ତାଙ୍କ ଝିଅ ‘ସାର୍‌ ଆପଣଙ୍କୁ ହାତ ଯୋଡୁଛି’ ବୋଲି ନେହୁରା ହେଉଥିବା ଭିଡିିଓରୁ ଶୁଣିବାକୁ ମିଳୁଛି। ସମ୍ପୃକ୍ତ ବ୍ୟକ୍ତିଙ୍କ ବଡ଼ ଭାଇ ପୋଲିସର ଏଭଳି ମାତ୍ରାଧିକ କାର୍ଯ୍ୟକୁ ବିରୋଧ କରିଛନ୍ତି। ଘରେ ପଶି ସାନଭାଇ ଓ ତାଙ୍କ ନାବାଳିକା ଝିଅକୁ ମାଡ଼ ମରାଯାଇଛି ବୋଲି ସେ ଅଭିଯୋଗ କରିଛନ୍ତି। ଏଥିପାଇଁ ସେ କେସ୍‌ କରିବେ ବୋଲି ରବିବାର ଗଣମାଧ୍ୟମ ଆଗରେ କହିଛନ୍ତି। ଏ ସମ୍ପର୍କରେ ଟାଉନ ଥାନାଧିକାରୀ ଉପେନ୍ଦ୍ର ନାଥ ବେହେରାଙ୍କୁ ପଚାରିବାରେ କହିଛନ୍ତି, ଦୁଇ ଭାଇଙ୍କ ମଧ୍ୟରେ ଝଗଡ଼ା ହେଉଥିଲା। ଖବର ପାଇବା ପରେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଲଗା କରୁଥିଲା। ପୋଲିସର ଏହା ଦବଙ୍ଗଗିରି ନୁହେଁ। ଅନ୍ୟପକ୍ଷରେ ଜନତାର ବନ୍ଧୁ ହୋଇ ପୋଲିସ କାମ କରିବ ବୋଲି ବରିଷ୍ଠ ଅଧିକାରୀମାନେ ବାରମ୍ବାର କହୁଛନ୍ତି, ମାତ୍ର ବାସ୍ତବତା ସମ୍ପୂର୍ଣ୍ଣ ଭିନ୍ନ। ତୃଣମୂଳସ୍ତରରେ ଅନେକ ପୋଲିସ ଅଛନ୍ତି ଯେଉଁମାନେ ନିରପେକ୍ଷ ହୋଇପାରୁନାହାନ୍ତି। ଫଳରେ ବିଭିନ୍ନ ସମୟରେ ଏହିଭଳି ଅପ୍ରୀତିକର ପରିସ୍ଥିତି ଉପୁଜିଛି ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?