୨୧ ବର୍ଷ ପରେ ପୋଲିସ ଇନ୍ସପେକ୍ଟରଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର, ୪ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ୨୧ ବର୍ଷ ପରେ ଏକ ଆୟବହିର୍ଭୂତ ସମ୍ପତ୍ତି ଠୁଳ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ ପାଇଛି। ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଡ. ଅରୁଣ କୁମାର ସାହୁ ସୋମବାର ଉକ୍ତ ମାମଲାର ଶୁଣାଣି କରି ତତ୍କାଳୀନ ପୋଲିସ ଇନ୍ସପେକ୍ଟର ତପନ କୁମାର ପାଢୀଙ୍କୁ ୨ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୧ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ରାୟରେ ଉଲ୍ଲେଖ କରିଛନ୍ତି।

ତପନ ୧୯୮୧ରେ ପୋଲିସ ସବ୍‌ଇନ୍ସପେକ୍ଟର ଭାବେ କାମ ଆରମ୍ଭ କରିଥିଲେ। ୨୦୦୨ ଏପ୍ରିଲ ୧୬ ତାରିଖରେ ଗଞ୍ଜାମ ପୋଲିସ ଜିଲାର ଡିସିଆରବିରେ ଇନ୍ସପେକ୍ଟର ଭାବେକାର୍ଯ୍ୟରତ ଥିଲେ। ତାଙ୍କ ବିରୋଧରେ ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଟିମ ତାଙ୍କର ବ୍ରହ୍ମପୁର ବାସଭବନ ସମେତ ୩ଟି ସ୍ଥାନରେ ଚଢ଼ାଉ କରିଥିଲା । ସେହି ସମୟରେ ତପନଙ୍କର ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ମୂଲ୍ୟ ୧୭ ଲକ୍ଷ ୨୮ ହଜାର ୦୪୫ ଟଙ୍କା ଆକଳନ କରାଯାଇଥିଲା। ସେଥିମଧ୍ୟରୁ ୧୪ ଲକ୍ଷ ୭୮ହଜାର ୧୫୫ ଟଙ୍କା ତାଙ୍କର ଆୟବହିର୍ଭୂତ ସମ୍ପତ୍ତି ଠାବ ହୋଇଥିଲା। ଯାହାର ହିସାବ ଭିଜିଲାନ୍ସ ନିକଟରେ ସେ ଦାଖଲ କରିପାରି ନ ଥିଲେ।
ତାଙ୍କ ବିରୋଧରେ ୧୭/୦୨ରେ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାର ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଭିଜିଲାନ୍ସ ଇନ୍ସପେକ୍ଟର ପ୍ରଶାନ୍ତ କୁମାର ଦ୍ବିବେଦୀ କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ମାମଲାର ବିଚାର ବେଳେ କୋର୍ଟରେ ୨୮ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଏହାକୁ ଆଧାର କରି ଜଜ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ସୁରେନ୍ଦ୍ର ପଣ୍ଡା ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri