କଣ୍ଟେନରରେ ଚାଲାଣ ହେଉଥିଲା ୩୭ ମଇଁଷି, ମାଡ଼ି ବସିଲା ପୋଲିସ

ଛତ୍ରପୁର, ୧୫/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅଞ୍ଚଳ ଦେଇ ବେଆଇନ ଭାବେ ମଇଁଷି ଚାଲାଣ ହେଉଥିବା ବେଳେ ଚମାଖଣ୍ଡି ପୋଲିସ ଏକ କଣ୍ଟେନରକୁ ପିଛା କରି କାଳିଆବାଲି ଛକ ନିକଟରେ କାବୁ କରିଛି। କଣ୍ଟେନରରୁ ୩୭ଟି ମଇଁଷି ଉଦ୍ଧାର କରାଯାଇଥିବା ବେଳେ ଡ୍ରାଇଭର ଓ ହେଲପରଙ୍କୁ ପୋଲିସ ଅଟକ ରଖିଛି।

ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ମଇଁଷିଗୁଡ଼ିକୁ ଢେଙ୍କାନାଳରୁ ଆନ୍ଧ୍ରପ୍ରଦେଶ ଚାଲାଣ କରାଯାଉଥିଲା। ଉଦ୍ଧାର ମଇଁଷିଗୁଡ଼ିକୁ ଗୋଶାଳାକୁ ପଠାଯାଇ ସେମାନଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ।

ଏହି ଘଟଣାରେ ଚମାଖଣ୍ଡି ଥାନା ଅଧିକାରିଣୀ ଶ୍ରଦ୍ଧାଞ୍ଜଳି ସୁବୁଦ୍ଧିଙ୍କ ନେତୃତ୍ୱରେ ପୋଲିସ ଅଧିକ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Share