ମୁଣ୍ଡରେ ଭୁଲ୍‌ ସ୍ବସ୍ତିକ ଚିହ୍ନ ଆଙ୍କିଥିବା ଏହି ବ୍ୟକ୍ତିଙ୍କୁ ଖୋଜୁଛି ପୋଲିସ, କାରଣ ଜାଣିଲେ…

କାନବେରା,୨୬।୨: ଅଷ୍ଟ୍ରେଲିଆ ପୋଲିସ ଏମିତି ଜଣେ ବ୍ୟକ୍ତିଙ୍କୁ ଖୋଜୁଛି ଯାହାଙ୍କ ମୁଣ୍ଡରେ ସ୍ବସ୍ତିକ ଚିହ୍ନ ଅଙ୍କାଯାଇଛି। ଏହି ବ୍ୟକ୍ତି ଜଣକ ମା ଏବଂ ଝିଅ ଉପରେ ମରଣାନ୍ତକ ଆକ୍ରମଣ କରିଥିଲେ। ଏଥିରେ ମହିଳାଙ୍କ ହାତ ଜଳି ଯାଇଥିଲା। ମାତ୍ର ଝିଅର କୌଣସି କ୍ଷତି ଘଟି ନ ଥିଲା।

ଏହି ଘଟଣା ଅଷ୍ଟ୍ରେଲିଆର ପର୍ଥରେ ହୋଇଥିଲା। ପୋଲିସ ପ୍ରଶାସନ ଏହି ମାମଲାରେ ସିସିଟିଭି ଫୁଟେଜ ଯାଞ୍ଚ କରିଥିଲା। ଏହି ଫୁଟେଜରୁ ବ୍ୟକ୍ତି ଜଣକ ମୁଣ୍ଡରେ ସ୍ବସ୍ତିକ ଚିହ୍ନ ଆଙ୍କିଥିବା ଦେଖିବାକୁ ପାଇଥିଲା ପୋଲିସ। ଯାହା ଭୁଲ ତରିକାରେ ଅଙ୍କା ଯାଇଥିଲା।

ଏ ସମ୍ପର୍କରେ ଡିଟେକ୍ଟିଭ୍‌ ସିନିୟର ସର୍ଜେଣ୍ଟ ସଚିନ ବେଲ୍‌ କହିଛନ୍ତି ଯେ, ଉକ୍ତ ବ୍ୟକ୍ତିଙ୍କ ଦ୍ୱାରା କରାଯାଇଥିବା ଆକ୍ରମଣ ଅତ୍ୟନ୍ତ ନିନ୍ଦନୀୟ। ରାତିରେ ଭୋଜନ କରିବାକୁ ଯାଉଥିବା ମା’ ଏବଂ ଝିଅଙ୍କ ଉପରେ ହୋଇଥିବା ଏହି ଆକ୍ରମଣକୁ ସହଜରେ ଗ୍ରହଣ କରାଯାଇପାରିବ ନାହିଁ। ଏହି ମାମଲା ଅତ୍ୟନ୍ତ ଗମ୍ଭୀର। ସେ ଆହୁରି କହିଛନ୍ତି ଯେ, ଏହି ବିଷୟକୁ ଅତି ଗମ୍ଭୀରତାର ସହିତ ନେଉଛୁ। ଏପରି ଆଚରଣ ସଭ୍ୟ ସମାଜ ପାଇଁ ଆଦୌ ଗ୍ରହଣୀୟ ନୁହେଁ। ଆମେ ଏହାର କାରଣ ଖୋଜୁଛୁ। ଯଦି ଏହି ବ୍ୟକ୍ତିଙ୍କ ସମ୍ପର୍କରେ କୌଣସି ସୂଚନା ଅଛି ଆମ ସହ ଶେୟାର କରନ୍ତୁ ବୋଲି ପର୍ଥ ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

ଟ୍ରମ୍ପଙ୍କ ଧମକର କଡ଼ା ଜବାବ ଦେଲା ଇରାନ; ନା ସଭ୍ୟତା, ନା ଇତିହାସ….

ତେହରାନ,୫ା୭: ଡୋନାଲ୍ଡ ଟ୍ରମ୍ପଙ୍କ ନିରନ୍ତର ବୟାନବାଜି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି । ଟ୍ରମ୍ପ ଦାବି କରିଥିଲେ ଯେ ସେ ଦେଶର ବରିଷ୍ଠ ନେତାମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri