ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଲଟ୍‌କା ଜାରି କଲା ପୋଲିସ

ଦାମନଯୋଡି,୨୫।୩(ମାନସ ରଞ୍ଜନ କର): ଏସ୍‌ଡିଜେଏମ୍‌ କୋର୍ଟ କୋରାପୁଟଙ୍କ ନିର୍ଦ୍ଦେଶ କ୍ରମେ ଦାମନଯୋଡ଼ି ଥାନା ପୋଲିସ ଅଁଳାବାଡି କଲୋନୀର ବିଜୟ ମୁଦୁଲିଙ୍କ ଘରେ ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଲଟ୍‌କା ଜାରି କରିଛି।

୨୦୧୧ରେ ବିଜୟଙ୍କ ନାମରେ ଏକ ସଙ୍ଗୀନ ମାମଲା ରୁଜୁ ହୋଇଥିଲା। ଏନେଇ କୋର୍ଟଙ୍କ ପକ୍ଷରୁ ବାରମ୍ବାର ବିଜୟଙ୍କ ନାଁରେ ସମନ ସହ ଓ୍ବାରେଣ୍ଟ ଜାରି କରାଯାଇଥିଲା। କିନ୍ତୁ ସେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରିଆସୁଥିଲେ। ତେଣୁ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ସିଆର୍‌ପିସି ସେକ୍ସନ ୮୨ ଆଧାରରେ ଦାମନଯୋଡ଼ି ଥାନା ପୋଲିସ ପକ୍ଷରୁ ଅଞ୍ଚଳବାସୀଙ୍କ ଉପସ୍ଥିତରେ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯାଇ ଲଟ୍‌କା ଜାରି କରାଯାଇଛି।

ଆସନ୍ତା ୩୦ ଦିନ ଅର୍ଥାତ୍‌ ଏପ୍ରିଲ ୨୪ତାରିଖ ମଧ୍ୟରେ ବିଜୟ କୋର୍ଟରେ ଆତ୍ମସମର୍ପଣ ନ କରନ୍ତି ତେବେ ତାଙ୍କର ସମସ୍ତ ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି କିମ୍ବା ନିଲାମ କରାଯିବ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ବିଜୟ କୋରାପୁଟ ବ୍ଲକ ଅଧୀନ ମାଥାଲପୁଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ଥିଲେ। ନାବାଳିକା ବଳାତ୍କାର ନେଇ ୨୦୧୧ରେ ତାଙ୍କ ନାମରେ ଏକ ମାମଲା ରୁଜୁ ହୋଇଥିଲା। ସେହିଦିନଠାରୁ ସେ ଫେରାର ଅଛନ୍ତି। ଅନ୍ୟପକ୍ଷେ ଗତ କିଛିବର୍ଷ ତଳେ ବିଜୟଙ୍କ ମୃତ୍ୟୁ ଘଟିଥିବା ଖବର ପ୍ରଚାରିତ ହୋଇଥିଲା। ତେବେ ବିଜୟଙ୍କ ମୃତ୍ୟୁକୁ ନେଇ ନିର୍ଦ୍ଦିଷ୍ଟ ଫଟୋ କିମ୍ବା ଠୋସ୍‌ ପ୍ରମାଣ ନ ଥିବାରୁ ସେବେଠାରୁ ଆଜି ପର୍ଯ୍ୟନ୍ତ ଲୋକଙ୍କ ମଧ୍ୟରେ ସନ୍ଦେହ ରହିଥିବା ବେଳେ ଏପର୍ଯ୍ୟନ୍ତ ପରିବାର ପକ୍ଷରୁ କୌଣସି ସ୍ପଷ୍ଟ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିବସେନା(ୟୁବିଟି) ୨ ଫାଳ: ଶିନ୍ଦେଙ୍କ ଦଳରେ ଯୋଗଦେଲେ ୬ ବିଦ୍ରୋହୀ ଏମ୍‌ପି

ମୁମ୍ବାଇ,୨୨ା୬:ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା (ୟୁବିଟି) ୨ ଭାଗ ହୋଇଯାଇଛି। ଏହାର ୯ ଜଣ ଲୋକ ସଭା ସଦସ୍ୟଙ୍କ ମଧ୍ୟରୁ ୬ ଜଣ…

ବଜ୍ରାଘାତରେ ଜଳିଗଲା ମାଉସୀ ମା’ ମନ୍ଦିରର ପତାକା: ଚିନ୍ତାରେ ଭକ୍ତ

ବରଗଡ଼,୨୨।୬(ପ୍ରେମାନନ୍ଦ ଖମାରୀ)-ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ ବଜ୍ରପାତ ସହିତ ବର୍ଷା ହୋଇଥିଲା। ତେବେ ଅପରାହ୍ନ ପ୍ରାୟ ୩ଟା ସମୟରେ ହୋଇଥିବା ବଜ୍ରପାତରେ ଜିଲାର ଭଟଲିସ୍ଥିତ…

ଜଙ୍ଗଲରୁ ମିଳିଲା ଯୁବତୀଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର,ଆତ୍ମହତ୍ୟା ନା ହତ୍ୟା ବଢିଲା ସସ୍‌ପେନ୍ସ

ପଟ୍ଟାଙ୍ଗି,୨୨।୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ପେଟୁରୁ ପଞ୍ଚାୟତ ଅନ୍ତର୍ଗତ କପାଟିଗୁଡା ଜଙ୍ଗଲରୁ ସନ୍ଦେହଜନକ ଭାବେ ଯୁବତୀଯୁବକଙ୍କ ମୃତଦେହ ସୁଙ୍କି ପୋଲିସ ଉଦ୍ଧାର…

ଟ୍ରାକ୍ଟର ଦୁର୍ଘଟଣାରେ ଡ୍ରାଇଭରଙ୍କ ମୃତ୍ୟୁ : ମୃତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ଦାବି

ଲାଞ୍ଜିଗଡ଼,୨୨।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଘଟଣା ଘଟିଛି। ନିଜେ ଚଳାଉଥିବା ଟ୍ରାକ୍ଟର ଚକରେ ଚାପିହୋଇ ଡ୍ରାଇଭରଙ୍କ…

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ମହିଳା ଆଇନଜୀବୀଙ୍କ ଆକସ୍ମିକ ବିୟୋଗ: ଚାରିଆଡ଼େ ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି, ୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟା ଆଇନଜୀବି ରମା ସୁବୁଦ୍ଧିଙ୍କ ସୋମବାର ଆକସ୍ମିକ ପରଲୋକ ହୋଇଯାଇଛି। ଗତ ୧୯୫୨…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri