ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଲଟ୍‌କା ଜାରି କଲା ପୋଲିସ

ଦାମନଯୋଡି,୨୫।୩(ମାନସ ରଞ୍ଜନ କର): ଏସ୍‌ଡିଜେଏମ୍‌ କୋର୍ଟ କୋରାପୁଟଙ୍କ ନିର୍ଦ୍ଦେଶ କ୍ରମେ ଦାମନଯୋଡ଼ି ଥାନା ପୋଲିସ ଅଁଳାବାଡି କଲୋନୀର ବିଜୟ ମୁଦୁଲିଙ୍କ ଘରେ ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ଲଟ୍‌କା ଜାରି କରିଛି।

୨୦୧୧ରେ ବିଜୟଙ୍କ ନାମରେ ଏକ ସଙ୍ଗୀନ ମାମଲା ରୁଜୁ ହୋଇଥିଲା। ଏନେଇ କୋର୍ଟଙ୍କ ପକ୍ଷରୁ ବାରମ୍ବାର ବିଜୟଙ୍କ ନାଁରେ ସମନ ସହ ଓ୍ବାରେଣ୍ଟ ଜାରି କରାଯାଇଥିଲା। କିନ୍ତୁ ସେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରିଆସୁଥିଲେ। ତେଣୁ ଅଦାଲତଙ୍କ ନିର୍ଦ୍ଦେଶ କ୍ରମେ ସିଆର୍‌ପିସି ସେକ୍ସନ ୮୨ ଆଧାରରେ ଦାମନଯୋଡ଼ି ଥାନା ପୋଲିସ ପକ୍ଷରୁ ଅଞ୍ଚଳବାସୀଙ୍କ ଉପସ୍ଥିତରେ ଡ଼ାକବାଜି ଯନ୍ତ୍ର ମାଧ୍ୟମରେ ପ୍ରଚାର କରାଯାଇ ଲଟ୍‌କା ଜାରି କରାଯାଇଛି।

ଆସନ୍ତା ୩୦ ଦିନ ଅର୍ଥାତ୍‌ ଏପ୍ରିଲ ୨୪ତାରିଖ ମଧ୍ୟରେ ବିଜୟ କୋର୍ଟରେ ଆତ୍ମସମର୍ପଣ ନ କରନ୍ତି ତେବେ ତାଙ୍କର ସମସ୍ତ ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି କିମ୍ବା ନିଲାମ କରାଯିବ ବୋଲି ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି।

ସୂଚନାଯୋଗ୍ୟ, ବିଜୟ କୋରାପୁଟ ବ୍ଲକ ଅଧୀନ ମାଥାଲପୁଟ ପଞ୍ଚାୟତର ପୂର୍ବତନ ସରପଞ୍ଚ ଥିଲେ। ନାବାଳିକା ବଳାତ୍କାର ନେଇ ୨୦୧୧ରେ ତାଙ୍କ ନାମରେ ଏକ ମାମଲା ରୁଜୁ ହୋଇଥିଲା। ସେହିଦିନଠାରୁ ସେ ଫେରାର ଅଛନ୍ତି। ଅନ୍ୟପକ୍ଷେ ଗତ କିଛିବର୍ଷ ତଳେ ବିଜୟଙ୍କ ମୃତ୍ୟୁ ଘଟିଥିବା ଖବର ପ୍ରଚାରିତ ହୋଇଥିଲା। ତେବେ ବିଜୟଙ୍କ ମୃତ୍ୟୁକୁ ନେଇ ନିର୍ଦ୍ଦିଷ୍ଟ ଫଟୋ କିମ୍ବା ଠୋସ୍‌ ପ୍ରମାଣ ନ ଥିବାରୁ ସେବେଠାରୁ ଆଜି ପର୍ଯ୍ୟନ୍ତ ଲୋକଙ୍କ ମଧ୍ୟରେ ସନ୍ଦେହ ରହିଥିବା ବେଳେ ଏପର୍ଯ୍ୟନ୍ତ ପରିବାର ପକ୍ଷରୁ କୌଣସି ସ୍ପଷ୍ଟ କରି ନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ପଛରୁ ଧକ୍କା ଦେଲା ବୋଲେରୋ: ମା’ଙ୍କ ଜୀବନ ଗଲା, ପୁଅ ଗୁରୁତର

ପାଟଣା,୨୮ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବାଉଁଶୁଳି ଉଖୁଣ୍ଡା ରାସ୍ତାର ବାଉଁଶୁଳି ହନୁମାନ ଛକ ନିକଟରେ ଶନିବାର ରାତିରେ ଦୁର୍ଘଟଣାରେ ମା’ଙ୍କର ମୃତ୍ୟୁ ହୋଇଥିବା...

ତପ୍ତପାଣି ଘାଟିରେ ଓଲଟିଲା ନଳକୂପ ଖନନ ଗାଡି, ୧୨ ଶ୍ରମିକ ଆହତ

ଗଞ୍ଜାମ,୨୮।୪: ଗଞ୍ଜାମ ଜିଲା ତପ୍ତପାଣି ଘାଟିରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏକ ନଳକୂପ ଖନନ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡିବାରୁ ୧୨ ଜଣ...

‘ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର’

ଅନୁଗୋଳ,୨୮ା୪(ଅମିତ କୁମାର ସାମଲ)ଓଡ଼ିଆ ଭାଷା, ସଂସ୍କୃତି ଏବଂ ଓଡ଼ିଆ ଲୋକଙ୍କ ଭବିଷ୍ୟତ ଆଜି ଅନ୍ଧାରରେ। ଓଡ଼ିଶାର ନେତା ଓଡ଼ିଆ ଲୋକ ହେବା ଦରକାର। ଓଡ଼ିଶାରେ ଭ୍ରଷ୍ଟ,...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri