ମାଓବାଦୀଙ୍କୁ ଧରାନ୍ତୁ, ପୁରସ୍କାର ନିଅନ୍ତୁ ଏମିତି ଲେଖି ପୋଷ୍ଟର ଜାରି କଲା ପୋଲିସ

କଣ୍ଟାମାଳ,୧୭ା୧୦(ଆଦିତେଶ୍ୱର ମିଶ୍ର): ବୌଦ୍ଧ ଜିଲାରେ ମାଓବାଦୀ ଧରାଇବା ପାଇଁ ପୋଷ୍ଟର ମାରି ପୁରସ୍କାର ଘୋଷଣା କରିଛି ପୋଲିସ। ହାଡ଼କୋର ମାଓବାଦୀଙ୍କୁ ଧରାନ୍ତୁ, ପୁରସ୍କାର ପାଆନ୍ତୁ ଏଭଳି କିଛି ପୋଷ୍ଟରରେ ଲେଖାହୋଇଛି। ଜିଲା ପୋଲିସ ପକ୍ଷରୁ ବୌଦ୍ଧ ଜିଲାର ସିଗାଡ଼ି,ତିଲପଙ୍ଗା, ଉଡ଼ାମୁଣ୍ଡା, ମାତାଗାଡୁ, ଖଣ୍ଡିକନପା, ଲୁହାରପଡ଼ା, ନଳିକୁମ୍ପା, ପଲମ ଆଦି ୯ରୁ ଊର୍ଦ୍ଧ୍ୱ ସ୍ଥାନରେ ଏଭଳି ନୋଟିସ୍‌ ଲାଗିଥିବା ଜଣାପଡ଼ିଛି। ଏହି ସମସ୍ତ ସ୍ଥାନ ବୌଦ୍ଧ କଣ୍ଟାମାଳ, ବାଉଁଶୁଣି, ମନମୁଣ୍ଡା ଥାନା ଅଞ୍ଚଳରେ ରହିଛି। କେକେବିଏନ୍‌ ସଂଗଠନର ୧୦ ଜଣ ମାଓବାଦୀଙ୍କୁ ଧରାଇବା ପାଇଁ ତାଙ୍କ ଉପରେ ରହିଛି ଲକ୍ଷାଧିକ ଟଙ୍କାର ପୁରସ୍କାର ରାଶି। ସୂଚନା ମୁତାବକ ବୌଦ୍ଧ ଜିଲାରେ ମାଓବାଦୀ ଗତିବିଧି ବୃଦ୍ଧି ପାଉଥିବାରୁ ଏହାକୁ ମୂଳପଛ କରିବା ପାଇଁ ଜିଲା ପୋଲିସ ପକ୍ଷରୁ ଏସ୍‌ପିଙ୍କ ନିର୍ଦ୍ଦେଶ କ୍ରମେ ଆଜି ବିଭିନ୍ନ ମାଓପ୍ରବଣ ସ୍ଥାନରେ ପୋଷ୍ଟର ଲଗାଯାଇଛି। ଯେଉଁଥିରେ ମାଓବାଦୀଙ୍କୁ ଧରାଇଲେ ଧରାଇବା ବ୍ୟକ୍ତିଙ୍କୁ ପୁରସ୍କାର ଦିଆଯିବ ବୋଲି ଉଲ୍ଲେଖ ରହିଛି। ଅନ୍ୟପଟେ ମାଓବାଦୀଙ୍କୁ ମଧ୍ୟ ଆହ୍ବାନ ରହିଛି ସେମାନେ ଯଦି ଆତ୍ମସମର୍ପଣ କରନ୍ତି ତାଙ୍କୁ ମଧ୍ୟ ପୁରସ୍କାର ରାଶି ପ୍ରଦାନ କରାଯିବ ବୋଲି ପୋଷ୍ଟରେ ସ୍ପଷ୍ଟ ଉଲ୍ଲେଖ ରହିଛି। ଅନ୍ୟପଟେ ଜିଲା ପୋଲିସ ପକ୍ଷରୁ ମାଓବାଦୀ ଆତ୍ମସମର୍ପଣ ପାଇଁ ଏଭଳି ପ୍ରୟାସ କରାଯାଇଛି ବୋଲି ବୌଦ୍ଧ ଏସ୍‌ପି ସୂଚନା ଦେଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri