ପୋଲିସ ବାବୁ କରୋନା ଆକ୍ରାନ୍ତଙ୍କୁ ଗୋଇଠା ମାରି ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ପିଟିଲେ…

ଖଣ୍ଡଓ୍ବା,୧୨।୪: ଦେଶରେ କରୋନା ସଂକ୍ରମଣ ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ଖଣ୍ଡଓ୍ବା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏହାର ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ସ୍ଥାନୀୟ ବଞ୍ଜାରି ଗାଁର ଜଣେ କରୋନା ଆକ୍ରାନ୍ତ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ୪ ପୋଲିସ ବାବୁ ଗୋଡ଼ାଇ ଗୋଡ଼ାଇ ନିସ୍ତୁକ ପିଟିବା ସହିତ ଗୋଇଠା ମାରୁଥିବା ଦୃଶ୍ୟ ଭିଡ଼ିଓରେ ଦେଖିବାକୁ ମିଳୁଛି। ପୋଲିସ ବାବୁମାନେ ମହିଳାଙ୍କୁ ପିଟିଛନ୍ତି। ଗାଁରେ ଜଣେ ଯୁବକଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ଖବର ମିଳିବା ପରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତାଙ୍କର ନମୁନା ସଂଗ୍ରହ କରାଯାଇ ପରୀକ୍ଷା ଲାଗି ପଠାଯାଇଥିଲା। ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିବାପରେ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ଯୁବକଙ୍କ ଘରେ ପହଞ୍ଚି ତାଙ୍କୁ ହସ୍ପିଟାଲ ନେବାକୁ ଉଦ୍ୟମ କରିଥିଲେ। ତେବେ ଯୁବକଙ୍କ ମା’ ଜଣେ ଆଶାକର୍ମୀ ଥିବାରୁ ସେ ତାଙ୍କୁ ଘରେ ଚିକିତ୍ସା କରିବା ଲାଗି କହିଥିଲେ। ମାତ୍ର ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ଚାଇନାରେ କରୋନା ଆକ୍ରାନ୍ତଙ୍କୁ ଘୋଷାଡ଼ି ନେଉଥିବା ଘଟଣା ଭଳି ଯୁବକଙ୍କୁ ନେବାକୁ ଅଡ଼ି ବସିଥିଲେ। ଖବର ପାଇ ଛୈଗାଓଁମାଖନ ଥାନାର ୪ ଜଣ ପୋଲିସ ବାବୁ ଘଟଣାସ୍ଥଳରେ ପହଞ୍ଚି ଚାଇନା ଷ୍ଟାଇଲ୍‌ରେ ଆକ୍ରାନ୍ତ ଯୁବକଙ୍କ ସମେତ ଘରର ଅନ୍ୟ ସଦସ୍ୟ ଏବଂ ମହିଳାଙ୍କୁ ପିଟିବା ଆରମ୍ଭ କରିଥିଲେ। ରାଜ୍ୟର ପୂର୍ବତନ ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥଙ୍କ ଅଫିସ ଅଫ୍‌ କମଳନାଥ ଟୁଇଟର ହ୍ୟାଣ୍ଡେଲରେ ୩୧ ସେକେଣ୍ଡର ଏହି ଭିଡ଼ିଓକୁ ଅପଲୋଡ୍‌ କରାଯାଇଛି। ଭିଡ଼ିଇ ଭାଇରାଲ ହେବାପରେ ପୋଲିସ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri