ହାତଗଣ୍ଠି ବଦଳରେ ପଡ଼ିଲା ହାତକଡ଼ି: ବିବାହ ବେଦିରୁ ବରକୁ ଉଠାଇନେଲା ପୋଲିସ

ଭୁବନେଶ୍ୱର,୧।୩: ହାତଗଣ୍ଠି ବଦଳରେ ପଡ଼ିଲା ହାତକଡ଼ି। ବରକୁ ବିବାହ ବେଦିରୁ ଉଠାଇନେଲା ପୋଲିସ। ଏଭଳି ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ୱରରେ। ଭୁବନେଶ୍ୱର କମିଶନ୍‌ରେଟ ପୋଲିସ ପ୍ରଥମ ସ୍ତ୍ରୀଙ୍କ ଅଭିଯୋଗରେ ବରକୁ ଉଠାଇ ନେଇଛି।
ଜିତେନ୍ଦ୍ର ସ୍ବାଇଁ ନାମକ ଜଣେ ଯୁବକ ସେ ଡ୍ରାଇଭର ଭାବେ କାମ କରନ୍ତି। ୨୦୦୯ରେ ସେ କୋଲକାତା ଯାଇଥିଲେ। ସେଠାରେ ରମା ନାମକ ଜଣେ ଯୁବତୀଙ୍କ ସହ ତାଙ୍କର ପ୍ରେମ ବିବାହ ହୋଇଥିଲା। ନିଜକୁ ଅନାଥ କହି ସେ ରମାଙ୍କୁ ବିବାହ କରିଥିଲେ। ପରେ ମଝିରେ ମଝିରେ ଭୁବନେଶ୍ୱର ଆସି ପରିବାର ଲୋକଙ୍କୁ ଭେଟୁଥିଲେ। ପରେ ରମା ତାଙ୍କ ସତ ଜାଣି ପାରିଥିଲେ। ତେବେ ସତ ନ ମାନି କାକାହୁ କିଛି ନ ଜଣାଇ ଜିତେନ୍ଦ୍ର ଭୁବନେଶ୍ୱର ପଳାଇ ଆସିଥିଲେ। ପରବର୍ତ୍ତୀ ସମୟରେ ଫୋନ୍‌ ମଧ୍ୟ ଉଠାଇ ନ ଥିଲେ।
ସ୍ବାମୀଙ୍କୁ ନପାଇ ରମା କୋଲକାତାର ଏକ ଥାନାରେ ଲିଖିତ ଅଭିଯୋଗ କରିଥିଲେ।

କିଛି ଦିନ ତଳେ ରମା ଜାଣିବାକୁ ପାଇଲେ ଜିତେନ୍ଦ୍ର ଭୁବନେଶ୍ୱରରେ ଦ୍ୱିତୀୟ ବିବାହ କରିବାକୁ ଯାଉଛନ୍ତି। ସେ କିଛି ସମାଜସେବୀଙ୍କ ସହାୟତାରେ ଭୁବନେଶ୍ୱର ଆସିଥିଲେ। ଶୁକ୍ରବାର ରାଜଭବନ ପଛ ପାର୍ଶ୍ୱ ରାଧାକୃଷ୍ଣ ମନ୍ଦିର ପରିସରରେ ଜିତେନ୍ଦ୍ରଙ୍କ ବାହାଘର ହେଉଥିଲା। ରମା ପହଞ୍ଚି ଜିତେନ୍ଦ୍ରଙ୍କୁ ତାଙ୍କ ସ୍ବାମୀ ବୋଲି କହିଥିଲେ। ପରେ ପୋଲିସ ପହଞ୍ଚି ସମସ୍ତଙ୍କୁ ଥାନାକୁ ନେଇ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେଲକୋଇରୁ ଫକୀରମୋହନ, ଚମ୍ପୁଆରୁ ଲଢ଼ିବେ ମୁରଲୀ

କେନ୍ଦୁଝର,୨୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ଘୋଷଣା ହୋଇ ପାରୁ ନ ଥିବା ଚମ୍ପୁଆ ଏବଂ ତେଲକୋଇ ନିର୍ବାଚନ ମଣ୍ଡଳୀ ପାଇଁ ଭାଜପା ଶନିବାର ତା’ର...

୩ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୭ା୪: ଶନିବାର ବିଜେଡି ତା’ର ଆଉ ୩ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଭୋଗରାଇରୁ ଗୌତମବୁଦ୍ଧ ଦାସ, ଖୋର୍ଦ୍ଧାରୁ ରାଜେନ୍ଦ୍ର ସାହୁ ଏବଂ ବେଗୁନିଆରୁ ପ୍ରଦୀପ...

ଚାଲାଣ ସମୟରେ ଜବତ ହୋଇଥିବା ଗୋରୁମାନଙ୍କୁ ଅଭିଯୁକ୍ତ ମାଲିକଙ୍କୁ ହସ୍ତାନ୍ତର କରାଯାଇପାରିବ ନାହିଁ: ଓଡ଼ିଶା ହାଇକୋର୍ଟ

କଟକ,୨୭।୪: ନିର୍ଦୟ ଭାବେ ଚାଲାଣ ହେବା ସମୟରେ ଜବତ ହୋଇଥିବା ଗୋରୁ ମାନଙ୍କୁ ସେମାନଙ୍କର ମାଲିକଙ୍କୁ ହସ୍ତାନ୍ତର କରାଯିବ ନାହିଁ। ଗୋରୁ ମାନଙ୍କ ପ୍ରତି କରାଯାଉଥିବା...

ପ୍ରଶାନ୍ତ ଜଗଦ୍ଦେବଙ୍କୁ ଏଠାରୁ ପ୍ରାର୍ଥୀ କଲା ଭାଜପା

ଖୋର୍ଦ୍ଧା,୨୭ା୪: ଶନିବାର ଭାଜପା ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଦେଇଛି ଭାଜପା। ତେଲକୋଇରୁ ଫକୀର...

ଆଉ ୮ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ଟିକେଟ…

ଭୁବନେଶ୍ୱର,୨୭।୪: ଭାଜପା ପକ୍ଷରୁ ଶନିବାର ଓଡ଼ିଶାର ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ତେଲକୋଇରୁ ଫକୀର ମୋହନ ନାଏକ, ଚମ୍ପୁଆରୁ ମୁରଲୀ...

ଅରିନ୍ଦମଙ୍କୁ ମିଳିଲା ଟିକେଟ୍‌, ଏଇଠୁ ଲଢିବେ…

ଭୁବନେଶ୍ୱର,୨୭।୪: ଓଡିଶା ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାରତୀୟ ଜନତା ପାର୍ଟି। ବିଧାନସଭା ନିର୍ବାଚନ ପାଇଁ ବାକି ଥିବା ୮ ଆସନରେ ପ୍ରାର୍ଥୀ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

ଯୋଡିଶଙ୍ଖ ପାଇଁ ପ୍ରଚାର କଲେ ସୁର ରାଉତରାୟ, ଭିଡିଓ ଭାଇରାଲ

ଭୁବନେଶ୍ୱର,୨୭।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନଙ୍କ ଯୋଡି ଶଙ୍ଖକୁ ଭୋଟ ନାରା ପରେ ସୁର ରାଉତରାୟ ଶନିବାର ଏହାକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri