ବ୍ରାଉନସୁଗାର ମାଫିଆଙ୍କ ସହ ପୋଲିସ ଲିଙ୍କ: ପୂର୍ବତନ ଥାନାଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାଲେଶ୍ୱର ଅଫିସ, ୧।୯: ବାଲେଶ୍ୱର ଜିଲା ଜଳେଶ୍ୱର ଥାନାର ପୂର୍ବତନ ଆଇଆଇସି ଧନେଶ୍ୱର ସାହୁଙ୍କ ବ୍ରାଉନସୁଗର ମାଫିଆଙ୍କ ସହିତ କଥାବାର୍ତ୍ତାକୁ ନେଇ ଏକ ଅଡିଓ ପୂର୍ବରୁ ଭାଇରାଲ ହୋଇଥିଲା। ଏହି ଘଟଣାରେ ଆଇଆଇସି ସାହୁଙ୍କୁ ଡିଜିପି ଅଭୟ ନିଲମ୍ବନ କରିଥିଲେ। ତେବେ ଏହି ଘଟଣାକୁ କେନ୍ଦ୍ରକରି ମଙ୍ଗଳବାର ପୂର୍ବାହ୍ନରେ ଜଳେଶ୍ବର ଥାନରେ ବାଲେଶ୍ବର ଓ ବାରିପଦା ଭିଜିଲାନ୍ସ ଟିମ୍‌ ମିଳିତ ଚଡାଉ କରିଛନ୍ତି। ଜଳେଶ୍ବର ଥାନା ସହିତ ଆଇଆଇସି ସାହୁଙ୍କ ବାସଭବନରେ ମଧ୍ୟ ଚଢ଼ାଉ ଜାରି ରଖିଛନ୍ତି। ବ୍ରାଉନ ସୁଗାର ମାଫିଆଙ୍କ ସହ ତାଙ୍କ ଲିଙ୍କ୍‌ ଘଟଣାର ଖୋଳତାଡ଼ ଚାଲିଛି। ଏଥି ସହିତ ଉକ୍ତ ଥାନାର ଗ୍ରାମରକ୍ଷୀ ଅନନ୍ତ ମଣ୍ଡଳଙ୍କ ଅଗ୍ରୱାଲା ଛକଠାରେ ଥିବା ଭଡାଘର ଏବଂ ଶିଖରପୁର ପୈତୃକ ଘରେ ମଧ୍ୟ ଚଢ଼ାଉ ଚାଲିଛି। ଭିଜିଲାନ୍ସର ୧୧ ଜଣିଆ ଟିମ୍‌ ସାହୁଙ୍କର ଜଳେଶ୍ବର ସରକାରୀ ବାସଭବନ, ଭୁବନେଶ୍ୱର, କଟକ ନରସିଂପୁର ପୈତୃକ ଘରେ ଏକ କାଳୀନ ଚଢ଼ାଉ ଚାଲିଥିବା ଭିଜିଲାନ୍ସ ବିଭାଗ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri