ଖଣ୍ଡା ଆକ୍ରମଣ ଘଟଣାରେ ପୋଲିସର ହାତ ଖାଲି: ପୋଲିସ ଉପରେ ରାଜନୈତିକ ଚାପ ନେଇ ଚର୍ଚ୍ଚା

ଛତ୍ରପୁର, ୧୨।୧୧ (ଦିଲୀପ ସାମଲ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କଳାଯମୁନା ଗ୍ରାମରେ ଏକ ସାମାନ୍ୟ ଘଟଣାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ଖଣ୍ଡାରେ ଆକ୍ରମଣ କରି ରକ୍ତାକ୍ତ କରାଯାଇଥିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ଗୁରୁତର ଅବସ୍ଥାରେ ପୀଡ଼ିତ ବସନ୍ତ ମାଳି ଡାକ୍ତରଖାନାରେ ଚିକିତ୍ସାଧୀନ ଥିବାବେଳେ ଘଟଣାର କିଛି ଦିନ ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ କରିପାରିନାହିଁ। ପୋଲିସର ଏହି କାର୍ଯ୍ୟକଳାପକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ନ୍ୟାୟ ଓ ପରିବାରର ସୁରକ୍ଷା ଦାବିରେ ବୁଧବାର ପୀଡ଼ିତଙ୍କ ପତ୍ନୀ ଛତ୍ରପୁର ଏସ୍‌ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି।

ମିଳିଥିବା ସୂଚନାନୁଯାୟୀ,  ୮ ତାରିଖ ରାତିରେ କଳାଯମୁନା ଗ୍ରାମର ବସନ୍ତ ମାଳି ନିଜ ବୁଲେଟ୍‌ ଯୋଗେ ଘରକୁ ଫେରୁଥିଲେ। ଗାଁ ଛକ ନିକଟରେ ହଠାତ୍‌ ତାଙ୍କ ଗାଡ଼ି ଖରାପ ହୋଇଯାଇଥିଲା। ସେହି ସମୟରେ ଗାଁର ରାଜେନ୍ଦ୍ର ମାଳିଙ୍କ ସହାୟତାରେ ସେ ବାଇକ୍‌ ଷ୍ଟାର୍ଟ କରିବାକୁ ଚେଷ୍ଟା କରୁଥିଲେ। ଏତିକିବେଳେ ରିତେଶ ମାଳି, ରାଜା ମାଳି ଓ ପବିତ୍ର ସାହୁ ସେଠାରେ ପହଞ୍ଚି ବସନ୍ତଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିଲେ। ରିତେଶଙ୍କ ଖଣ୍ଡା ଚୋଟ ବସନ୍ତଙ୍କ ମୁଣ୍ଡରେ ବାଜିବାରୁ ସେ ଗୁରୁତର ଆହତ ହୋଇ ତଳେ ପଡ଼ିଯାଇଥିଲେ। ପ୍ରବଳ ରକ୍ତସ୍ରାବ ହେଉଥିବା ଅବସ୍ଥାରେ ତାଙ୍କୁ ପ୍ରଥମେ ଛତ୍ରପୁର ଡାକ୍ତରଖାନା ଓ ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ବ୍ରହ୍ମପୁରସ୍ଥିତ ଏମ୍‌କେସିଜି ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

ଏହି ଘଟଣାକୁ ନେଇ ବସନ୍ତଙ୍କ ପତ୍ନୀ ଶିବାନୀ ମାଳି ରମ୍ଭା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ କେସ୍‌ ନଂ. ୦୭୯୦/୨୦୨୬ରେ ଏକ ମାମଲା ରୁଜୁ କରିଛି। ହୁମା ଫାଣ୍ଡି ଅଧିକାରୀ ଏସ୍‌ଆଇ ବିନୟ କୁମାର ଦାସ ଏହାର ତଦନ୍ତ କରୁଥିବା ନେଇ ଥାନାଧିକାରୀ କୁମାର ମୁଦୁଲି ସୂଚନା ଦେଇଛନ୍ତି। ତେବେ ଘଟଣାର ତଦନ୍ତ ଚାଲିଥିଲେ ମଧ୍ୟ ଅଭିଯୁକ୍ତମାନେ ଗିରଫ ନହେବା ଘଟଣା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ଅନ୍ୟପକ୍ଷରେ, ଶିବାନୀ ଏସ୍‌ପିଙ୍କ ନିକଟରେ ଗୁରୁତର ଅଭିଯୋଗ ଆଣିଛନ୍ତି। ତାଙ୍କ ଅଭିଯୋଗ ଅନୁଯାୟୀ, ସ୍ଥାନୀୟ ଅଞ୍ଚଳରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଅଭିଯୁକ୍ତମାନଙ୍କ ସମ୍ପର୍କୀୟ ହୋଇଥିବାରୁ ସେ ସେମାନଙ୍କୁ ସୁରକ୍ଷା ଯୋଗାଇ ଦେଉଛନ୍ତି। ଏହି କାରଣରୁ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରଭାବିତ ହେଉଥିବା ସେ ଅଭିଯୋଗ କରିଛନ୍ତି। ଅଭିଯୁକ୍ତମାନେ ଖୋଲାଖୋଲି ଭାବେ ବୁଲୁଥିବା ସହ ପରିବାର ସଦସ୍ୟଙ୍କୁ ଜୀବନରୁ ମାରିଦେବାକୁ ଧମକ ଦେଉଥିବାରୁ ସେମାନେ ଭୟଭୀତ ଅବସ୍ଥାରେ ଦିନ କାଟୁଛନ୍ତି ବୋଲି ଶିବାନୀ କହିଛନ୍ତି।

ଏଥିସହ ତିନି ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା, ସମ୍ପୃକ୍ତ ହୋମଗାର୍ଡଙ୍କ ଭୂମିକାର ନିରପେକ୍ଷ ତଦନ୍ତ କରିବା ଏବଂ ତାଙ୍କ ପରିବାରକୁ ସୁରକ୍ଷା ଯୋଗାଇଦେବାକୁ ସେ ଏସ୍‌ପିଙ୍କ ନିକଟରେ ଦୃଢ଼ ଦାବି କରିଛନ୍ତି।

ଅନ୍ୟପଟେ, ଏହି ଆକ୍ରମଣ ଘଟଣାର ସିସିଟିଭି ଫୁଟେଜ୍‌ ଏବେ ଭାଇରାଲ ହେବାରେ ଲାଗିଛି। ତଦନ୍ତ ପ୍ରକ୍ରିୟାରେ କିଛି ରାଜନୈତିକ ବ୍ୟକ୍ତିବିଶେଷ ପୋଲିସ ଉପରେ ଚାପ ପକାଉଥିବା ନେଇ ମଧ୍ୟ ଅଞ୍ଚଳରେ ଚର୍ଚ୍ଚା ହେଉଛି। ତେବେ ଏହି ଅଭିଯୋଗର ସତ୍ୟତା କେତେ, ତାହା ନିରପେକ୍ଷ ତଦନ୍ତ ପରେ ହିଁ ସ୍ପଷ୍ଟ ହେବ। ପୋଲିସ ଅଭିଯୁକ୍ତମାନଙ୍କ ସନ୍ଧାନରେ ଜୋରଦାର ଉଦ୍ୟମ ଚଳାଇଥିବା କହୁଥିବାବେଳେ ସେମାନଙ୍କ ଗିରଫଦାରୀ କେବେ ହେବ, ତାହା ଦେଖିବାକୁ ବାକି ରହିଲା।

ଅନ୍ୟ ଏକ ଘଟଣାକ୍ରମରେ, ଗୁରୁବାର ସୁବଳୟା ଗ୍ରାମରେ ଏକ ଭୋଜିରେ ବାଣ ଫୁଟାଇବାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ଗଣ୍ଡଗୋଳ ଘଟଣାରେ ପୋଲିସ ତୁରନ୍ତ ପଦକ୍ଷେପ ନେଇ ପାଞ୍ଚ ଜଣଙ୍କୁ ଗିରଫ କରିବା ସହ କୋର୍ଟ ଚାଲାଣ କରିଛି। ଗୋଟିଏ ପଟେ କଳାଯମୁନା ଆକ୍ରମଣ ଘଟଣାର ଅଭିଯୁକ୍ତମାନେ ଧରାପଡ଼ିନଥିବାବେଳେ ସୁବଳୟା ଘଟଣାରେ ପୋଲିସର ତ୍ୱରିତ ପଦକ୍ଷେପକୁ ନେଇ ସାଧାରଣରେ ମିଶ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଚାଞ୍ଚଲ୍ୟ: ଟ୍ରାଏଲ୍‌ ରୁମ୍‌ରେ ମହିଳା କର୍ମଚାରୀଙ୍କୁ ଗଳାକାଟି ହତ୍ୟା

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ଏକ ପୋଷାକ ଶୋ’ରୁମ୍‌ରେ କାମ କରୁଥିବା ଜଣେ ୧୮ ବର୍ଷୀୟା କର୍ମଚାରୀଙ୍କୁ ଟ୍ରାଏଲ୍‌ ରୁମ୍‌ରେ ଗଳାକାଟି ହତ୍ୟା କରାଯାଇଛି। ବ୍ୟକ୍ତିଗତ ସମ୍ପର୍କରେ ଫାଟ ଏବଂ…

ଏହି ୪ଟି ରାଶି ପାଇଁ ଆଗକୁ ରହିଛି କଠିନ ସମୟ, ସତର୍କ ନ ରହିଲେ ବଡ଼ ବିପଦ…

୧୬ ନଭେମ୍ବର ୨୦୨୬ରେ ସୂର୍ଯ୍ୟଦେବ ବିଛା ରାଶିକୁ ପ୍ରବେଶ କରିବେ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗୋଚରର ପ୍ରଭାବ କିଛି ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ। ବିଶେଷକରି…

ଅତି ଖରାପ ସ୍ଥିତିରେ ଦିଲ୍ଲୀ ବାୟୁ ଗୁଣବତ୍ତା, ଘେରି ରହୁଛି ଧୂଳି, ଧୂଆଁର ଘନ ଆସ୍ତରଣ

ନୂଆଦିଲ୍ଲୀ,୧୫ା୧୧: ଦିଲ୍ଲୀର ବାୟୁ ଗୁଣବତ୍ତା ସୂଚକାଙ୍କ (ଏକ୍ୟୁଆଇ) ରବିବାର ସକାଳେ ଅଧିକାଂଶ ପର୍ଯ୍ୟବେକ୍ଷଣ କେନ୍ଦ୍ରରେ ଅତି ଖରାପ ଦର୍ଶାଇଥିବା ବେଳେ ୭ଟିରେ ଗମ୍ଭୀର ସ୍ଥିତି ଦର୍ଶାଇଛି। ମୋଟାମୋଟି…

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

କେରଳ ହାଇକୋର୍ଟଙ୍କ ବଡ଼ ପ୍ରସ୍ତାବ, କିଶୋର ବୟସର ସୀମା ୧୮ରୁ ୧୬ ବର୍ଷକୁ ହ୍ରାସ….

କୋଚି,୧୫ା୧୧: ନାବାଳକ ବୟସ ସୀମାକୁ ନେଇ ବଡ଼ କଥା କହିଛନ୍ତି କେରଳ ହାଇକୋର୍ଟ । ଅପରାଧର ବଦଳୁଥିବା ସ୍ବରୂପ ଏବଂ ପିଲାମାନଙ୍କଠାରେ ଦେଖାଯାଉଥିବା ପରିପକ୍ୱତାକୁ ଦୃଷ୍ଟିରେ ରଖି…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?