ପୋଲିସ-ମାଓବାଦୀ ମୁହାଁମୁହିଁ: ଟଳିପଡିଲେ ମାଓବାଦୀ ନେତା ପାପା ରାଓ

ମାଲକାନଗିରି,୧୭ା୧(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବିଜାପୁର ଜିଲାରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୨ଜଣ ମାଓବାଦୀ ନିହତ ହୋଇଛନ୍ତି।

ବିଜାପୁର ଜିଲା ନ୍ୟାଶନାଲ ପାର୍କ ଅଞ୍ଚଳରେ ମାଓବାଦୀମାନେ ଲୁଚି ରହିଥିବା ଖବର ପାଇ ସିଆରପିଏଫ୍‌, କୋବ୍ରା ବାହିନୀ କୋମ୍ବିଂ ଅପରେଶନ ଆରମ୍ଭ କରିଥିଲେ। ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ। ବହୁ ସମୟ ଗୁଳି ବିନିମୟ ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ସୁରକ୍ଷା କର୍ମୀ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରଖିଥିଲେ। ୨ ମାଓବାଦୀଙ୍କ ମୃତଦେହ ଜବତ କରାଯାଇଥିଲା। ୨ ମାଓବାଦୀଙ୍କ ମଧ୍ୟରୁ ମାଓବାଦୀ ନେତା ପାପା ରାଓଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ବିପୁଳ ପରିମାଣର ବନ୍ଧୁକ, ଏକେ-୪୭ ଓ ଅନ୍ୟାନ୍ୟ ସାମଗ୍ରୀ ମଧ୍ୟ ଜବତ ହୋଇଛି। ଉକ୍ତ ଅଞ୍ଚଳରେ ପୋଲିସର ସର୍ଚ୍ଚ ଅପରେଶନ ଜାରି ରହିଛି। ଏହା ପରେ ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରାଯିବ ବୋଲି ବିଜାପୁର ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

U19 World Cup 2026: ରୋମାଞ୍ଚକର ମୁକାବିଲାରେ ବାଂଲାଦେଶକୁ ହରାଇଲା ଭାରତ

ନୂଆଦିଲ୍ଲୀ,୧୭।୧: ୧୯ ବର୍ଷରୁ କମ୍ ବିଶ୍ୱକପର ଏକ ସଂଘର୍ଷପୂର୍ଣ୍ଣ ମୁକାବିଲାରେ ବାଂଲାଦେଶକୁ ୧୮ ରନରେ ହରାଇଛି ଭାରତ। ବର୍ଷା ବାଧାପ୍ରାପ୍ତ ମୁକାବିଲାରେ ଡିଏଲଏସ ନିୟମରେ ପଡୋଶୀ...

୨ ଦିନ ବଢ଼ିଲା ଶିଶିର ସରସ ମେଳା

ଭୁବନେଶ୍ୱର,୧୭।୧: ଭୁବନେଶ୍ୱର ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଜାତୀୟସ୍ତରୀୟ ଶିଶିର ସରସ ମେଳାକୁ ଆଉ ୨ ଦିନ ବଢାଇ ଦିଆଯାଇଛି। ଫଳରେ ୧୮ ତାରିଖ ପରିବର୍ତ୍ତେ...

ଗୌରୀଶଙ୍କର-ଚନ୍ଦନ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ବାଜି ମାରିଲା ଗୁମ୍ମା ଟିମ୍‌

ଦିଗପହଣ୍ଡି,୧୭ା୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଖମାରୀ ଗାଁ ପଞ୍ଚାୟତ ଗୋଲଣ୍ଡା ଗ୍ରାମସ୍ଥିତ ବହୁମୁଖି ବାତ୍ୟା ଆଶ୍ରୟସ୍ଥଳୀ ପଡିଆ ଠାରେ ବୃନ୍ଦାବନ ଚନ୍ଦ୍ର ସ୍ପୋର୍ଟସ କ୍ଲବ୍‌...

ମର୍ମନ୍ତୁଦ ଦୁର୍ଘଟଣା: ଅଟୋ ଡ୍ରାଇଭର ଜୀବନ୍ତ ଦଗ୍ଧ

ଫୁଲବାଣୀ/ଖଜୁରିପଡା, ୧୭ା୧(ରାକେଶ କୁମାର ରାଉତ/ବିଦୁର ବେହେରା)-କନ୍ଧମାଳ ଜିଲା ଫୁଲବାଣୀ ସହର ସରକାରୀ ଆଇଟିଆଇଠାରୁ ଅଳ୍ପ ଦୂର ସଦର ଥାନା ଅନ୍ତର୍ଗତ ଦାତପାଜୁ ନିକଟରେ ଏକ ମର୍ମନ୍ତୁଦ...

ଶଙ୍ଖ ଧରିଲେ ୫୦ରୁ ଊର୍ଦ୍ଧ୍ୱ କଂଗ୍ରେସ କର୍ମୀ, ପାରଳାଖେମୁଣ୍ଡି ବିଧାୟକଙ୍କ…

ପାରଳାଖେମୁଣ୍ଡି,୧୭।୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା କାଶୀନଗର ବ୍ଲକ ଶିଆଳି ପଞ୍ଚାୟତ କରଣୀବଦ୍ରା, ଓ ଖାଣ୍ଡବା ପଞ୍ଚାୟତ ପୂର୍ତୀଗୁଡ଼ା ଗ୍ରାମର  କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ ନେତା କର୍ମୀ...

ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ମହଙ୍ଗା ପଡ଼ିଲା: ବରିଷ୍ଠ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର,୧୭।୧: ଯାତ୍ରା ଡ୍ୟାନ୍ସର ନିଶା ମହାରାଣାଙ୍କ ଅଶ୍ଳୀଳ ନୃତ୍ୟ ଦେଖିବା ଜଣେ ବରିଷ୍ଠ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଏହି ନୃତ୍ୟ...

ଦିନକୁ ଦିନ ଖସୁଛି ପାରଦ: ଜି.ଉଦୟଗିରିରେ ୨.୫ ଡିଗ୍ରୀ ରେକର୍ଡ

ଜି.ଉଦୟଗିରି,୧୭ା୧(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ପ୍ରବଳ ଶୀତ ଅନୁଭୂତ ହେଉଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଶନିବାର ରାଜ୍ୟର ସର୍ବନିମ୍ନ ତାପମାତ୍ରା...

ପୋଲିସ-ଅବକାରୀ ବିଭାଗର ଚଢ଼ାଉ: ୪ ଚୋରାମଦ କାରବାର କରୁଥିବା ବ୍ୟବସାୟୀଙ୍କୁ ନୋଟିସ, ଦେଶୀ-ବିଦେଶୀ…

ଦାରିଙ୍ଗବାଡି, ୧୭।୧ (ଅରୁଣ ସାହୁ):ଦାରିଙ୍ଗବାଡି ଥାନା ଅଞ୍ଚଳରେ ଦିନ କୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଇଛି ଫଳରେ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri