ପୋଲିସ ମାଓବାଦୀ  ମଧ୍ୟରେ ଗୁଳିବିନିମୟ: ଜଣେ ନିହତ  

ରାଉରକେଲା,୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ସଂଲଗ୍ନ ଝାଡ଼ଖଣ୍ଡର ଗୋଇଲକେରା ଥାନା ଅଞ୍ଚଳର ଆରାହାସା ପଞ୍ଚାୟତର ରେଲା ଗାଁରେ ଅବସ୍ଥିତ ବୁର୍ଜୁୱା ପାହାଡ଼ ନିକଟରେ ରବିବାର ସକାଳେ ପୋଲିସ ଏବଂ ସିପିଆଇ ମାଓବାଦୀ  ମଧ୍ୟରେ ଗୁଳିବିନିମୟ  ଜାରି ରହିଥିଛି। ଏନକାଉଣ୍ଟରରେ ଜଣେ ମାଓବାଦୀଙ୍କ  ମୃତ୍ୟୁ ଘଟିଛି।  ଗୋଟିଏ SLR ଜବତ ହୋଇଥିବା ଜଣାପଡ଼ିଛି। ନିହତ ମାଓବାଦୀ ହେଉଛନ୍ତି ଜୋନାଲ କମାଣ୍ଡର ଅମିତ ହାଂସଦା ଓରଫ ଉପତାନ। ତାଙ୍କ ଉପରେ ୧୦ ଲକ୍ଷ ଟଙ୍କାର ପୁରସ୍କାର ଘୋଷଣା କରାଯାଇଥିଲା।
ଚାଇବସା ପୋଲିସ କ୍ୟାପଟେନ ଗୁପ୍ତ ସୂଚନା ପାଇଥିଲେ ଯେ, ମାଓବାଦୀ ସଂଗଠନର ସକ୍ରିୟ ସଦସ୍ୟମାନେ ଗୋଇଲକେରା ଥାନା ରେଲାପାରଳ ଅଞ୍ଚଳରେ ଉପସ୍ଥିତ ଅଛନ୍ତି। ପରେ ପୋଲିସ ଏବଂ ସିଆରପିଏଫ ଯବାନ ସେହି ଅଞ୍ଚଳରେ ଏକ ଶର୍ଚ୍ଚ ଅପରେଶନ କରିଥିଲେ। ପୋଲିସ ସମଗ୍ର ପାହାଡ଼ୀଅଞ୍ଚଳକୁ ଘେରି ମାଓବାଦୀଙ୍କ ପଳାୟନ ପଥକୁ ଅବରୋଧ କରିବାକୁ ଚେଷ୍ଟା କରୁଛନ୍ତି। ଚାଇବସା ଏସ୍‌ପି ପରିସ୍ଥିତି ଉପରେ ନିରନ୍ତର ନଜର ରଖିଛନ୍ତି। ଅତିରିକ୍ତ ପୋଲିସ ଫୋର୍ସକୁ ମଧ୍ୟ ଅଞ୍ଚଳକୁ ପଠାଯାଇଛି। ଏପର୍ଯ୍ୟନ୍ତ ଏହା ନିଶ୍ଚିତ ହୋଇନାହିଁ। ଜିଲା ଏସ୍‌ପି ରାକେଶ ରଞ୍ଜନ ଏନକାଉଣ୍ଟର ଖବରକୁ ନିଶ୍ଚିତ କରିଛନ୍ତି। ଖବର ଲେଖା ହେବା ପର୍ଯ୍ୟନ୍ତ ଏନକାଉଣ୍ଟର ଜାରି ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri