ଓଡ଼ିଶାରୁ ୧୭ ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର,୧୫ା୮(ସତ୍ୟଜିତ୍‌ ରାଉତ): ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାରୁ ୧୭ ଜଣଙ୍କୁ ପୋଲିସ ପଦକ ପ୍ରଦାନ କରାଯିବ। ୭୭ତମ ସ୍ବାଧୀନତା ଦିବସ ପାଳନର ଅବ୍ୟବହିତ ପୂର୍ବରୁ ସୋମବାର ଏନେଇ ସ୍ବରାଷ୍ଟ୍ର ମନ୍ତ୍ରାଳୟ ପକ୍ଷରୁ ଘୋଷଣା କରାଯାଇଛି। ଉଲ୍ଲେଖନୀୟ ସେବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ଏଡିଜିପି (ମଡର୍ନାଇଜେଶନ୍‌) ସଞ୍ଜୟ କୁମାର ଓ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଷ୍ଟେଟ୍‌ ପୋଲିସ ଏକାଡେମୀ (ବିପିଏସ୍‌ପିଏ)ର ଅତିରିକ୍ତ ଏସ୍‌ପି ରବୀନ୍ଦ୍ର ନାଥ ଶତପଥୀଙ୍କୁ ‘ରାଷ୍ଟ୍ରପତି ପୋଲିସ ପଦକ’ ମିଳିବ। ସେହିଭଳି ସାହସିକତା ପାଇଁ ‘ପୋଲିସ ପଦକ’ ପାଇବାକୁ ମନୋନୀତ ପୋଲିସ କର୍ମଚାରୀ ହେଲେ ସୁବେଦାର ପ୍ରହଲ୍ଲାଦ ହିମିରିକା, ଏସ୍‌ଆଇ ସନ୍ତୋଷ କୁମାର ଗୁରୁ, କମାଣ୍ଡୋ ସୁନୀଲ କୁମାର ବରିହା ଓ କନ୍‌ଷ୍ଟେବଲ ସୁଜିତ କୁମାର ରାଣା। ଅନ୍ୟପକ୍ଷରେ ପ୍ରଶଂସନୀୟ ସେବା କାର୍ଯ୍ୟ ପାଇଁ ଉତ୍ତରାଞ୍ଚଳ ଆଇଜିପି ଦୀପକ କୁମାର, ବିଜୁ ପଟ୍ଟନାୟକ ଷ୍ଟେଟ୍‌ ପୋଲିସ ଏକାଡେମୀ(ବିପିଏସ୍‌ପିଏ)ର ଅତିରିକ୍ତ ଏସ୍‌ପି ଅନନ୍ତ ଚରଣ ପତି, କଟକ ଅତିରିକ୍ତ ଏସ୍‌ପି ବେଣୁଧର ନାୟକ, ବ୍ରହ୍ମପୁର ଟାଉନ ଏସ୍‌ଡିପିଓ ରାଜୀବ ଲୋଚନ ପଣ୍ଡା, ଭୁବନେଶ୍ୱର ଭିଜିଲାନ୍ସ ଡିଭିଜନ୍‌ ଡିଏସ୍‌ପି ଅମିତା ତ୍ରିପାଠୀ, ମୟୂରଭଞ୍ଜର ସିଆଇ ହାବିଲଦାର କୃଷ୍ଣଚନ୍ଦ୍ର ମହନ୍ତ, ଦେବଗଡ଼ ପୋଲିସ ରିଜର୍ଭ ଅଫିସ୍‌ର କନ୍‌ଷ୍ଟେବଲ ପିଟର ତିର୍କୀ, ଖୋର୍ଦ୍ଧାର ଏଏସ୍‌ଆଇ ଗୁପ୍ତା ପ୍ରସାଦ ମହାନ୍ତି, କନଷ୍ଟେବଲ ସୁଶାନ୍ତ କୁମାର ମାଝୀ, ସମ୍ବଲପୁର ଏସ୍‌ଆଇ (ଆର୍ମଡ୍‌) ଦିଲୀପ କୁମାର ନାୟକ ଓ ଭୁବନେଶ୍ୱରର ଇନ୍ସପେକ୍ଟର ଉମାକାନ୍ତ ପ୍ରଧାନଙ୍କୁ ପୋଲିସ ପଦକ ପ୍ରଦାନ କରାଯିବ। ତେବେ ପୋଲିସ ପଦକ ପାଇବାକୁ ମନୋନୀତ ସମସ୍ତଙ୍କୁ ରାଜ୍ୟ ପୋଲିସ ପକ୍ଷରୁ ସାମାଜିକ ଗଣମାଧ୍ୟମ ଜରିଆରେ ଅଭିନନ୍ଦନ ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ୫ ରାଶି ସବୁଠୁ ଦୁଃଖୀ ରାଶି, ଅଧିକ ପାଇବା ଆଶାରେ ରହନ୍ତି ଅସନ୍ତୁଷ୍ଟ, ପଢନ୍ତୁ ଆପଣଙ୍କ ରାଶି ଅଛି କି…

ଶାସ୍ତ୍ରରେ କୁହାଯାଇଛି, ଯେଉଁ ବ୍ୟକ୍ତି ସନ୍ତୁଷ୍ଟ ରହନ୍ତି ସେ ସବୁବେଳେ ସୁଖୀ ରହନ୍ତି। ସନ୍ତୋଷକୁ ମଣିଷର ସବୁଠାରୁ ବଡ଼ ଶକ୍ତି ବୋଲି ମଧ୍ୟ କୁହାଯାଏ। କିନ୍ତୁ ଏପରି…

‘ବହୁତ କଥା ହେଉଛୁ ତୁ…’: କ୍ୟାମେରା ଆଗରେ ନିୟନ୍ତ୍ରଣ ହରାଇଲେ ରଣବୀର! କାହାକୁ ଏମିତି କହିଲେ ଜାଣନ୍ତୁ

ମୁମ୍ବାଇ,୨୭।୯: ବଲିଉଡ୍‌ ଅଭିନେତା ରଣବୀର କପୁର, ଆଲିଆ ଭଟ୍ଟ ଓ ବିକି କୌଶଲ୍‌ ଖୁବଶୀଘ୍ର ନିର୍ଦ୍ଦେଶକ ସଞ୍ଜୟ ଲୀଲା ଭନ୍‌ସାଲୀଙ୍କ ଫିଲ୍ମ ‘ଲଭ୍‌ ଆଣ୍ଡ ୱାର୍‌’ରେ ଏକାଠି…

‘ଘର ଭାଙ୍ଗୁଥିବାଙ୍କୁ ପ୍ରୋତ୍ସାହନ ଦିଅନି’, ଗୋବିନ୍ଦା-କୋମଲଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ…

ମୁମ୍ବାଇ: ବଲିଉଡ ଅଭିନେତା ଗୋବିନ୍ଦାଙ୍କୁ ଲାଲବାଗଚା ରାଜାଙ୍କ ଦର୍ଶନ କରି ଆଶୀର୍ବାଦ ନେଉଥିବା ବେଳେ ତାଙ୍କ କଥିତ ଗର୍ଲଫ୍ରେଣ୍ଡ ଓ କୋ-ଷ୍ଟାର୍‌ କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

ଆସନ୍ତାକାଲିଠାରୁ ୩ ଦିନ ବ୍ୟାଙ୍କ ହଡ଼ତାଳ: ଚାଲିବନି UPI , ATM? ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍ଲୀ,୨୭।୯: ୨୮ ସେପ୍ଟେମ୍ବରରୁ ୩୦ ସେପ୍ଟେମ୍ବର ୨୦୨୬ ପର୍ଯ୍ୟନ୍ତ ୩ ଦିନ ପାଇଁ ଦେଶବ୍ୟାପୀ ବ୍ୟାଙ୍କ ହଡ଼ତାଳ ହେବାକୁ ଯାଉଛି। ୟୁନାଇଟେଡ ଫୋରମ ଅଫ ବ୍ୟାଙ୍କ ୟୁନିୟନ୍ସ…

ଗମ୍ଭୀରଙ୍କ ସହ ସିରାଜଙ୍କ ଝଗଡ଼ା! କ୍ରିକେଟ ଜଗତରେ ଛାଇଗଲା ଖବର, ଏହି କାରଣ ପାଇଁ…

ନୂଆଦିଲ୍ଲୀ,୨୭।୯: ଥିରଭାନନ୍ତପୁରମରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ହେଲେ ଭାରତୀୟ ବୋଲରମାନେ ଦଳକୁ ଭଲ ଆରମ୍ଭ ଦେଇପାରିନଥିଲେ। ଏହାରି…

‘ଜ୍ଞାନେଶ କୁମାରଙ୍କ ତଣ୍ଟି କାଟିଦେବି’: ବିବାଦୀୟ ବୟାନକୁ ନେଇ ରାଜନୀତିରେ ଚହଳ , ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୭।୯: ଭାରତୀୟ ନିର୍ବାଚନ ଆୟୋଗ (ECI)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଦେଶର ରାଜନୀତି ସରଗରମ ରହିଛି। ଏହାରି ମଧ୍ୟରେ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ…

ନାଇରା ଛକ ନିକଟରେ ଦବିଲା ହାଇଓ୍ବା, ଯାତାୟାତ ବାଧାପ୍ରାପ୍ତ

ଗୁଡାରି,୨୭।୯(ପ୍ରମୋଦ କୁମାର ପତି ): ନାଇରା-ଗୁଡାରି ରାସ୍ତାର ନାଇରା ଛକ ନିକଟରେ ଏକ ହାଇୱା ଦବି ଯିବା ଫଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି । ରାସ୍ତା ଖରାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?