ପୋଲିସ-ମାଓବାଦୀ ଗୁଳି ବିନିମୟ: ୮ ମାଓବାଦୀ ନିପାତ

ମାଲକାନଗିରି,୨୩ା୫(ଦୁର୍ଯ୍ୟୋଧନ ପାତ୍ର)/ ରାଉରକେଲା, ୨୪ା୫(ସଙ୍ଗୀତା ଜେନା):ଛତିଶଗଡ଼ ନାରାୟଣପୁର-ବିଜାପୁର ଜିଲା ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏଥିରେ ୭ ମାଓବାଦୀ ନିହତ ହୋଇଛନ୍ତି। ବିଜାପୁର ଆବୁଜମାଡ ଜଙ୍ଗଲରେ ଡିଆର୍‌ଜି, ଏସ୍‌ଟିଏଫ୍‌ର ପ୍ରାୟ ୮୦୦ରୁ ଊର୍ଦ୍ଧ୍ୱ ଯବାନ ନାରାୟଣପୁର ଏସ୍‌ପି ପ୍ରତାପ କୁମାରଙ୍କ ନେତୃତ୍ୱରେ ଗତ ୨ଦିନ ଧରି ସର୍ଚ୍ଚ ଅପରେଶନ ଜାରି ରଖିଥିଲେ। ଯବାନମାନଙ୍କୁ ଦେଖି ମାଓବାଦୀମାନେ ଗୁଳି ଚଳାଇଥିଲେ ା ଯବାନଙ୍କ ପାଲଟା ଆକ୍ରମଣକୁ ସାମ୍‌ନା କରି ନ ପାରି ସେମାନେ ଜଙ୍ଗଲ ଭିତରେ ଛତ୍ରଭଙ୍ଗ ଦେଇଥିଲେ ା ଗୁଳି ବିନିମୟ ପରେ ଯବାନମାନେ ସର୍ଚ୍ଚ ଅପରେଶନ ସମୟରେ ୭ ମାଓବାଦୀଙ୍କ ମୃତଦେହ ଠାବ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଓ ବନ୍ଧୁକ ଇତ୍ୟାଦି ଜବତ କରିଥିଲେ।
ସେହିପରି ଓଡ଼ିଶା- ଝାଡଖଣ୍ଡ ସୀମାନ୍ତ କରାଇକେଲା ଅଞ୍ଚଳରେ ଗୁରୁବାର ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଝାଡଖଣ୍ଡ ଚାଇଁବାସାର ବୁଧରାମ ମୁଣ୍ଡା(୨୬) ନିହତ ହୋଇଛନ୍ତି। ନିଷିଦ୍ଧ ଘୋଷିତ ଏକ ମାଓବାଦୀ ସଙ୍ଗଠନର ସଦସ୍ୟ ଅମିତ ମୁଣ୍ଡା ସମର୍ଥକଙ୍କ ସହ ଖୁଣ୍ଟି, ସରାଇକେଲା ଆଦି ଅଞ୍ଚଳରେ ସକ୍ରିୟ ଥିବା ଜଣାପଡିବା ପରେ ସୁରକ୍ଷାକର୍ମୀ ବୁଧବାର କୋମ୍ବିଂ ଅପରେଶନ୍‌ କରିଥିଲେ। ଗୁରୁବାର ସୀମାନ୍ତ କରାଇକେଲା ଅଞ୍ଚଳରେ ସୁରକ୍ଷାବଳ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ପ୍ରାୟ ୨୦ମିନିଟ୍‌ ଗୁଳିବିନିମୟ ପରେ ମାଓବାଦୀମାନେ ଛତ୍ରଭଙ୍ଗ ଦେଇଥିଲେ। ପରେ ସୁରକ୍ଷାବଳ ଦ୍ୱାରା ଉକ୍ତ ସ୍ଥାନରେ ଯାଞ୍ଚ କରାଯାଇଥିଲା। ସେଠାରୁ ଜଣେ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏଥିସହ ୧ଟି ପିସ୍ତଲ, ମ୍ୟାଗାଜିନ୍‌, ୨୦ଟି ଅଫୁଟା ଗୁଳି, ପିସ୍ତଲ ପାଉଚ, ୭.୬୨ ଏସ୍‌ଏଲଆର୍‌ ୧୩୪ଟି ଗୁଳି, ୱାକିଟକି, ରେଡ଼ିଓ, ମାଓବାଦୀ ପୋଷାକ ଓ ବିସ୍ଫୋଟକ ଜବତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାତ୍ତ୍ୱିକ-ଚିରାଗ ଫାଇନାଲରେ

ବ୍ୟାଙ୍କକ୍‌,୧୬ା୫: ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଏବଂ ଚିରାଗ ଶେଟ୍ଟି ଥାଇଲାଣ୍ଡ ଓପନ ସୁପର ୫୦୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ପୁରୁଷ ଡବଲ୍ସ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୯ ଓ ୨୦୨୪ରେ…

ଭବାନୀପାଟଣାରେ କାଳବୈଶାଖୀ କୁଆପଥର ବର୍ଷା,କାର ଉପରେ ପଡ଼ିଲା ଗଛ

ଭବାନୀପାଟଣା,୧୬।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଅପରାହ୍ନରେ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ଜୋରରେ ପବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ପଵନ…

କ୍ରିକେଟ ଖେଳୁଥିବା ବେଳେ ଯୁବକଙ୍କ ଉପରେ ହେଲା ବଜ୍ରପାତ: ଟଳିପଡ଼ିଲେ…

ମୋହନା,୧୬।୫(ମନ୍ମଥ ମିଶ୍ର ):  ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବାଘମାରି ପଞ୍ଚାୟତ ଶୁଲୁବା ଗାଁ ରେ ଅଘଟଣ ଘଟିଛି।  ଗାଁ ନିକଟସ୍ଥ ଏକ ପଡିଆରେ ବୟନ୍ତ…

ସନ୍ତରଣରେ ପ୍ରତିଭା ଦେଖାଇଲେ ଛାତ୍ରୀଛାତ୍ର

ରାଉରକେଲା,୧୫।୫(ବିପ୍ଳବ ରଞ୍ଜନ ଦାଶ): ନବଗଠିତ ଜିଲା ସୁଇମିଂ ଆସୋସିଏଶନ ପକ୍ଷରୁ ବିର୍ସାମୁଣ୍ଡା ଆଥଲେଟିକ ସୁଇମିଂ ପୁଲ୍‌ରେ ଜିଲାସ୍ତରୀୟ ସନ୍ତରଣ ପ୍ରତିଯୋଗିତା ସଫଳତାର ସହ ଆୟୋଜିତ ହୋଇଯାଇଛି। ବିଭିନ୍ନ…

୫ଟଙ୍କା ଶସ୍ତା ହେଲା ପେଟ୍ରୋଲ; ଏହି ସରକାର କମାଇଲେ ତେଲଦାମ୍‌

ଇସଲାମାବଦ,୧୬।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଅନେକ ଦେଶକୁ ପ୍ରଭାବିତ କରୁଛି। ଯେତେବେଳେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟରେ ପରିବର୍ତ୍ତନ ଘଟେ, ଏହାର ତୁରନ୍ତ ପ୍ରଭାବ ସାଧାରଣ ଲୋକଙ୍କ…

୩୩ କେଭି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଦିବ୍ୟାଙ୍ଗ ମହିଳା ଗୁରୁତର

ନନ୍ଦପୁର,୧୬ା୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ମାଳିବେଲଗାଁ ପଞ୍ଚାୟତ ଖୁଜେଲ ଗ୍ରାମର ଚାଷଜମି ଦେଇ ଯାଇଥିବା ୩୩ କେଭି ବିଦ୍ୟୁତ୍‌ ଲାଇନର ଖୁଣ୍ଟ ଓ ତାର…

ଧରମ ଝିଅକୁ ୫ମାସର ଗର୍ଭବତୀ କରି ୨୦ବର୍ଷ ଜେଲ ଗଲେ ଦିବ୍ୟାଙ୍ଗ ବାପା।

କଳିଙ୍ଗନଗର, ୧୬।୫ (ଶୁଭାଶିଷ ରାଉତ): ଯାଜପୁର ଜିଲା ଧର୍ମଶାଳା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଦଣ୍ଡାଦେଶ ହୋଇଛି।…

ଗୃହ ବିଭାଗ ନିଜ ପାଖରେ ରଖିଲେ ବିଜୟ

ଚେନ୍ନାଇ,୧୬।୫: ତାମିଲନାଡୁର ନବନିର୍ବାଚିତ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ସୁପାରିଶ ଉପରେ କାର୍ଯ୍ୟ କରି ରାଜ୍ୟପାଳ ବିଶ୍ୱନାଥ ଆର୍ଲେକର ରାଜ୍ୟର ନୂତନ କ୍ୟାବିନେଟକୁ ବିଭାଗ ଆବଣ୍ଟନ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri