ପୋଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ନିଯୁକ୍ତି: ବୟସସୀମା ୪ ବର୍ଷ କୋହଳ

କଟକ,୮।୮: ଓଡ଼ିଶା ପୋଲିସ ମୋଟର ଟ୍ରାନ୍ସପୋର୍ଟ (ପିଏମ୍‌ଟି) ବିଭାଗରେ ଡ୍ରାଇଭର ନିଯୁକ୍ତି ପାଇଁ ଆଶାୟୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସରକାର ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ସମ୍ପର୍କରେ ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି।

୨୦୨୪ ଅକ୍ଟୋବର ୩ରେ ଓଡ଼ିଶା ପୋଲିସ ଷ୍ଟେଟ ସିଲେକ୍ସନ ବୋର୍ଡ ପକ୍ଷରୁ ପିଏମ୍‌ଟିରେ ୪୦୫ଟି ଡ୍ରାଇଭର ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜ୍ଞପ୍ତି ଅନୁଯାୟୀ, ୨୦୨୪ ଜାନୁଆରି ୧ ସୁଦ୍ଧା ପ୍ରାର୍ଥୀଙ୍କ ସର୍ବନିମ୍ନ ବୟସ ୧୮ ଓ ସର୍ବାଧିକ ୨୩ ବର୍ଷ ନିର୍ଦ୍ଧାରିତ ହୋଇଥିଲା। କିନ୍ତୁ, ୨୦୨୦ ପରେ ଏହି ପଦ ପାଇଁ କୌଣସି ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ନ ହେବା କାରଣରୁ, ଅନେକ ଆଶାୟୀ ପ୍ରାର୍ଥୀ ବୟସସୀମା କୋହଳ ପାଇଁ ଦାବି କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

୨୦୨୪ ଡିସେମ୍ବର ୧୭ରେ ହାଇକୋର୍ଟ ଏହି ମାମଲାର ରାୟ ପ୍ରକାଶ କରି ଗତ ୪ ବର୍ଷ ହେବ ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ନ ହେବା ପ୍ରସଙ୍ଗକୁ ବିଚାରକୁ ନେଇ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ରାୟ ବିରୋଧରେ ସରକାର ୨୦ରୁ ଅଧିକ ରିଟ୍ ଅପିଲ୍ ଦାୟର କରିଥିଲେ। କିନ୍ତୁ, ସରକାର ଏବେ ଏହି ଅପିଲ୍‌ଗୁଡ଼ିକୁ ପ୍ରତ୍ୟାହାର କରିଛନ୍ତି।

ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରୀଶ ଟଣ୍ଡନ ଓ ଜଷ୍ଟିସ ଏମ୍.ଏସ୍.ରମଣଙ୍କ ଦ୍ୱାରା ଗଠିତ ଦୁଇ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ସରକାରଙ୍କୁ ରିଟ୍ ଅପିଲ୍ ପ୍ରତ୍ୟାହାର ପାଇଁ ଅନୁମତି ଦେଇଛନ୍ତି ଏବଂ ଶୁଣାଣିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। କୋରୋନା ମହାମାରୀ କାରଣରୁ ଏକକାଳୀନ ଭାବେ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରାଯାଇଥିବା ହାଇକୋର୍ଟ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି।

ଓଡ଼ିଶା ପୋଲିସ ଷ୍ଟେଟ ସିଲେକ୍ସନ ବୋର୍ଡ ଏହି ବୟସସୀମା କୋହଳକୁ ଅନ୍ତର୍ଭୁକ୍ତ କରି ଏକ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରିବ। ଏହା ଦ୍ୱାରା ସମସ୍ତ ବର୍ଗର ପ୍ରାର୍ଥୀଙ୍କୁ ୪ ବର୍ଷର ବୟସ କୋହଳ ସୁବିଧା ମିଳିବ। ମାମଲାରେ ପ୍ରାର୍ଥୀ ଅମୀୟପ୍ରସାଦ ବାରିକଙ୍କ ତରଫରୁ ଆଇନଜୀବୀ ବିପ୍ଳବ ପି.ବି.ବାହାଲି ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri