ପୋଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ନିଯୁକ୍ତି: ବୟସସୀମା ୪ ବର୍ଷ କୋହଳ

କଟକ,୮।୮: ଓଡ଼ିଶା ପୋଲିସ ମୋଟର ଟ୍ରାନ୍ସପୋର୍ଟ (ପିଏମ୍‌ଟି) ବିଭାଗରେ ଡ୍ରାଇଭର ନିଯୁକ୍ତି ପାଇଁ ଆଶାୟୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସରକାର ପ୍ରାର୍ଥୀଙ୍କ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ସମ୍ପର୍କରେ ଆଡଭୋକେଟ୍ ଜେନେରାଲ୍ ପୀତାମ୍ବର ଆଚାର୍ଯ୍ୟ ଓଡ଼ିଶା ହାଇକୋର୍ଟଙ୍କୁ ଅବଗତ କରିଛନ୍ତି।

୨୦୨୪ ଅକ୍ଟୋବର ୩ରେ ଓଡ଼ିଶା ପୋଲିସ ଷ୍ଟେଟ ସିଲେକ୍ସନ ବୋର୍ଡ ପକ୍ଷରୁ ପିଏମ୍‌ଟିରେ ୪୦୫ଟି ଡ୍ରାଇଭର ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବିଜ୍ଞପ୍ତି ଅନୁଯାୟୀ, ୨୦୨୪ ଜାନୁଆରି ୧ ସୁଦ୍ଧା ପ୍ରାର୍ଥୀଙ୍କ ସର୍ବନିମ୍ନ ବୟସ ୧୮ ଓ ସର୍ବାଧିକ ୨୩ ବର୍ଷ ନିର୍ଦ୍ଧାରିତ ହୋଇଥିଲା। କିନ୍ତୁ, ୨୦୨୦ ପରେ ଏହି ପଦ ପାଇଁ କୌଣସି ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ନ ହେବା କାରଣରୁ, ଅନେକ ଆଶାୟୀ ପ୍ରାର୍ଥୀ ବୟସସୀମା କୋହଳ ପାଇଁ ଦାବି କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

୨୦୨୪ ଡିସେମ୍ବର ୧୭ରେ ହାଇକୋର୍ଟ ଏହି ମାମଲାର ରାୟ ପ୍ରକାଶ କରି ଗତ ୪ ବର୍ଷ ହେବ ନିଯୁକ୍ତି ପ୍ରକ୍ରିୟା ଅନୁଷ୍ଠିତ ନ ହେବା ପ୍ରସଙ୍ଗକୁ ବିଚାରକୁ ନେଇ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ରାୟ ବିରୋଧରେ ସରକାର ୨୦ରୁ ଅଧିକ ରିଟ୍ ଅପିଲ୍ ଦାୟର କରିଥିଲେ। କିନ୍ତୁ, ସରକାର ଏବେ ଏହି ଅପିଲ୍‌ଗୁଡ଼ିକୁ ପ୍ରତ୍ୟାହାର କରିଛନ୍ତି।

ମୁଖ୍ୟ ବିଚାରପତି ଜଷ୍ଟିସ୍‌ ହରୀଶ ଟଣ୍ଡନ ଓ ଜଷ୍ଟିସ ଏମ୍.ଏସ୍.ରମଣଙ୍କ ଦ୍ୱାରା ଗଠିତ ଦୁଇ ଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ସରକାରଙ୍କୁ ରିଟ୍ ଅପିଲ୍ ପ୍ରତ୍ୟାହାର ପାଇଁ ଅନୁମତି ଦେଇଛନ୍ତି ଏବଂ ଶୁଣାଣିରେ ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। କୋରୋନା ମହାମାରୀ କାରଣରୁ ଏକକାଳୀନ ଭାବେ ସର୍ବାଧିକ ବୟସସୀମା ୪ ବର୍ଷ କୋହଳ କରାଯାଇଥିବା ହାଇକୋର୍ଟ ନିର୍ଦ୍ଦେଶରେ ଉଲ୍ଲେଖ ରହିଛି।

ଓଡ଼ିଶା ପୋଲିସ ଷ୍ଟେଟ ସିଲେକ୍ସନ ବୋର୍ଡ ଏହି ବୟସସୀମା କୋହଳକୁ ଅନ୍ତର୍ଭୁକ୍ତ କରି ଏକ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରିବ। ଏହା ଦ୍ୱାରା ସମସ୍ତ ବର୍ଗର ପ୍ରାର୍ଥୀଙ୍କୁ ୪ ବର୍ଷର ବୟସ କୋହଳ ସୁବିଧା ମିଳିବ। ମାମଲାରେ ପ୍ରାର୍ଥୀ ଅମୀୟପ୍ରସାଦ ବାରିକଙ୍କ ତରଫରୁ ଆଇନଜୀବୀ ବିପ୍ଳବ ପି.ବି.ବାହାଲି ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

ବିରାଟ କୋହଲି ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ପରେ ପ୍ରତିକ୍ରିୟା ରଖିଲେ ମହମ୍ମଦ ଶାମି,ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୫।୮: ସାମ୍ପ୍ରତିକ ବର୍ଷଗୁଡ଼ିକରେ, ବିରାଟ କୋହଲି ଆଧ୍ୟାତ୍ମିକତା ପ୍ରତି ଆଗ୍ରହ ଦେଖାଇଛନ୍ତି। ତାଙ୍କୁ ତାଙ୍କ ଆଙ୍ଗୁଠିରେ ପ୍ରାର୍ଥନା ମାଳି ଏବଂ ଏକ ଟାଲି କାଉଣ୍ଟର ସହିତ ଦେଖାଯାଇଛି,…

ବନ୍ୟାଞ୍ଚଳରେ ଉପମୁଖ୍ୟମନ୍ତ୍ରୀ: କୃଷି ଋଣ ଛାଡ଼ ସହ କ୍ଷତିପୂରଣ ପାଇ ଦାବି କଲେ ବିପନ୍ନ

ତିହିଡି଼, ୫।୮(ସଞ୍ଜିତ ବଳ): ତିହିଡି଼ ବ୍ଲକର ବନ୍ୟାଞ୍ଚଳକୁ ବୁଧବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗସ୍ତ କରିଛନ୍ତି । ବାରସର ପଞ୍ଚାୟତର ତିଆଡ଼ିସାହି ଓ ଗୋବିନ୍ଦପୁର ପଞ୍ଚାୟତର ତଳହଂସପାଟ…

ରାସ୍ତାକଡ଼ରେ ବିତୁଛି ନୀଳାଚଳଙ୍କ ଜୀବନ, ଘର ଖଣ୍ଡିଏ ପାଇଁ ସରକାରଙ୍କୁ କଲେ ନିବେଦନ

ଗଞ୍ଜାମ,୫।୮ (ବିଦ୍ୟାଧର ସାହୁ ): ଗରିବ ଜନ ସାଧାରଣଙ୍କ ପାଇଁ ସରକାର କେତେ କଣ ଯୋଜନା କରିଛନ୍ତି । କିନ୍ତୁ କିଛି ଯୋଜନା ଲୋକଙ୍କ ପାଖରେ ପହଞ୍ଚି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri