ପୋଲିସ କର୍ମଚାରୀଙ୍କୁ ଦୁର୍ବ୍ୟବହାର: ଗାଡ଼ି ଭଙ୍ଗାରୁଜା, ମାମଲା ରୁଜୁ କଲା ପୋଲିସ

ଦିଗପହଣ୍ଡି,୪ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଗୋପାଳପୁର ଗ୍ରାମରେ ମହିଳା ଏଏସ୍‌ଆଇ ଝୁନୁ ମାଝୀ, ଏଏସ୍‌ଆଇ ମନୋଜ ସିଂ ଓ ଅନ୍ୟ କନେଷ୍ଟବଳଙ୍କୁ ଆପତ୍ତିଜନକ ଭାଷାରେ ଗାଳିଗୁଲଜ ସହ ଦୁର୍ବ୍ୟବହାର କରାଯାଇଥିଲା। ଏହାସହ ଜଣେ ଅଟକ ବ୍ୟକ୍ତିଙ୍କୁ ଉଦ୍ଧାର କରିବାକୁ ଆସିଥିବା ପୋଲିସ ଗାଡ଼ି ଉପରକୁ ଢେଲାପଥର ମାଡ଼ ମାରି ଭଙ୍ଗାରୁଜା କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ବ୍ୟକ୍ତି ମାନଙ୍କ ବିରୁଦ୍ଧରେ ନିଜଆଡୁ ମାମଲା ରୁଜୁ କରିଛି। ନଂ. ୪୩୮/୨୫ ଅନୁଯାୟୀ ମାମଲା ରୁଜୁ କରାଯାଇ ଏଏସ୍‌ଆଇ କହ୍ନେଇ ମିର୍ଦ୍ଧାଙ୍କୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିବା ଥାନା ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର କହିଛନ୍ତି।

ସୂଚନା ପ୍ରକାରେ, ସୋମବାର ରାତିରେ ଗୋପାଳପୁର ଗ୍ରାମ କୋଠଘରେ ଜଣେ ବ୍ୟକ୍ତିଙ୍କୁ ବେଆଇନ ଭାବେ ଅଟକ ରଖାଯାଇଥିବା ଖବର ପାଇ ପୋଲିସ ଅଧିକାରୀ ସେଠାରେ ପହଞ୍ଚିଥିଲେ। ଲୋକଙ୍କୁ ବୁଝାଶୁଝା କରି ଅଟକ ବ୍ୟକ୍ତିଙ୍କୁ ଉଦ୍ଧାର କରି ଥାନା ଗାଡ଼ିରେ ବସାଇବା ପରେ ନିଶାସକ୍ତ ଅବସ୍ଥାରେ କିଛି ବ୍ୟକ୍ତି ସେଠାରେ ପହଞ୍ଚି ପୋଲିସ ସହ ଗାଳିଗୁଲଜ କରିଥିଲେ। ରାତିରେ ଉତ୍ତେଜନା ବଢିବା ଆଶଙ୍କା କରି ପୋଲିସ ଟିମ୍‌ ଗ୍ରାମରୁ ଫେରିବା ବେଳେ ଥାନା ଗାଡି ଉପରକୁ ଲୋକେ ଢେଲାପଥର ମାଡ଼ କରିଥିଲେ।

ଅପରପକ୍ଷରେ ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଞ୍ଚଳର ହର୍ଷବର୍ଦ୍ଧନ ସାହୁ ଓ ତାଙ୍କର କିଛି ସହଯୋଗୀ ଗୋପାଳପୁର ଗ୍ରାମ ରାସ୍ତାରେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ଅଟକାଇ ଲୁଟ୍‌ ଉଦ୍ୟମ କରିବା ସମୟରେ ଗ୍ରାମବାସୀ ଖବର ପାଇ ସେମାନଙ୍କୁ ଗୋଡ଼ାଇଥିଲେ। ତେବେ ହର୍ଷବର୍ଦ୍ଧନଙ୍କୁ ଗ୍ରାମବାସୀ ଧରିବାକୁ ସକ୍ଷମ ହୋଇଥିବା ବେଳେ ଅନ୍ୟମାନେ ଚମ୍ପଟ ମାରିଥିଲେ। ପରେ ହର୍ଷବର୍ଦ୍ଧନଙ୍କୁ କୋଠଘରେ ଅଟକ ରଖାଯାଇଥିଲା। ତାଙ୍କର ଜୀବନ ପ୍ରତି ବିପଦ ଥିବା ସୂଚନା ପାଇ ପୋଲିସ ଟିମ୍‌ ତାଙ୍କୁ ଉଦ୍ଧାର ପାଇଁ ପହଞ୍ଚିବା ପରେ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଛି। ତେବେ ଗ୍ରାମର କୌଣସି ବ୍ୟକ୍ତି ସମ୍ପୃକ୍ତ ଲୁଟେରା ଗ୍ୟାଙ୍ଗ ବିରୋଧରେ କୌଣସି ଏତଲା ଦେଇ ନ ଥିବା ଆଇଆଇସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

ବିପଦକୁ ଡାକୁଛି ମୁକୁଳା ଟ୍ରାନ୍ସଫର୍ମର: ବାଡ଼ବନ୍ଦୀ କରିବାକୁ ଦାବି

ବୁଗୁଡ଼ା,୭ା୩ (କାଳିଚରଣ ଦାଶ): ଖୋଲାମେଲାରେ ରହିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ଯାହ ବିପଦକୁ ହାତ ଠାରି ଡାକୁଛି । ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି ବୁଗୁଡ଼ା ବ୍ଲକ…

ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ +୨ ଖୋଲିବାକୁ CBSEର ଅନୁମତି

କୋରାପୁଟ,୭ା୩(ଅମିତାଭ ବେହେରା): କୋରାପୁଟସ୍ଥିତ ଶ୍ରୀରାମକୃଷ୍ଣ ବିଦ୍ୟାମନ୍ଦିରରେ ଯୁକ୍ତ୨ ଶ୍ରେଣୀ ଖୋଲିବା ପାଇଁ CBSE ପକ୍ଷରୁ ଅନୁମତି ମିଳିଛି। ସିବିଏସ୍‌ଇ ବୋର୍ଡର ନିୟମାନୁଯାୟୀ ଏହି ବିଦ୍ୟାଳୟ ସମସ୍ତ ଆବଶ୍ୟକ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri