ପୋଲିସ ଅଫିସରଙ୍କୁ ଆକ୍ରମଣ ଘଟଣା: ଜେଲ ଗଲେ ଯୁବକ

ଦିଗପହଣ୍ଡି,୩୦/୧୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ପୋଲିସ ଗଞ୍ଜାମ ଜିଲା ବୁଗୁଡ଼ା ରାଣୀ ସାହିର ଗଣେଶ ବେହେରାଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୫୦୭/୨୪ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍‌ ଜେଲ ହାଜତକୁ ପଠାଇ ଦିଆଯାଇଛି। ଦିଗପହଣ୍ଡି ଥାନା ଏଏସ୍‌ଆଇ ଅଜୟ କୁମାର ନାୟକ ସଦଳବଳେ ଶନିବାର ସନ୍ଧ୍ୟା ପ୍ରାୟ ୭ଟାରେ ସ୍ଥାନୀୟ ପୁଞ୍ଜିକଂୟା ଚାରିଛକରେ ରାସ୍ତାରେ ଚଳପ୍ରଚଳ କରୁଥିବା ବାଇକ ଗୁଡ଼ିକୁ ଚେକିଂ କରୁଥଲେ। ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥା କୀର୍ତ୍ତନ ଫାଇ ଫାଇନାନ୍ସ ଦିଗପହଣ୍ଡି ଶାଖାର କର୍ମଚାରୀ ଗଣେଶ ହୋଣ୍ଡା ବାଇକ୍‌ (ନଂ. ଓଡ଼ି ୩୨ ଡି-୧୪୬୪) ଯୋଗେ ବିନା ହେଲମେଟରେ ଦିଗପହଣ୍ଡି ବସଷ୍ଟାଣ୍ଡରୁ ପୁଞ୍ଜିକଂୟା ଛକକୁ ଦୃତଗତିରେ ଆସୁଥିଲେ। ପୋଲିସ ଏଏସଆଇ ରାସ୍ତାରେ ତାଙ୍କୁ ଅଟକାଇ ବାଇକର ନଥିପତ୍ର ଦେଖାଇବାକୁ କହିଥିଲେ। ସେ ମନା କରିବାରୁ ଜଣେ ପୋଲିସ କର୍ମଚାରୀ ବାଇକର ଚାବି ନେଇଯାଇଥିଲେ। ଏଥିରେ ଉତ୍ତେଜିତ ହୋଇ ଗଣେଶ କର୍ତ୍ତବ୍ୟରତ ଏଏସ୍‌ଆଇଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରିବାସହ ତାଙ୍କ ସାର୍ଟ କଲର ଧରି ଆକ୍ରମଣ କରିଥିଲେ। ଘଟଣାସ୍ଥଳରେ ପ୍ରବଳ ଜନଗହଳି ହୋଇଥିଲା। ଖବରପାଇ ଥାନା ଏସ୍‌ଆଇ ଜ୍ୟୋତି ରଞ୍ଜନ ବେହେରା ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ନିୟନ୍ତ୍ରଣ କରିବା ସହ ଅଭିଯୁକ୍ତଙ୍କୁ ବାଇକ ସହ ଥାନାକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri