Posted inଜାତୀୟ

ପୋଲିସ ବାବୁ ସାଜିଥିଲେ ଅପରାଧୀ ବିକାଶ ଦୁବେଙ୍କ ଇନଫର୍ମର

ଲକ୍ଷ୍ନୌ,୮।୭: ଅପରାଧୀ ବିକାଶ ଦୁବେଙ୍କ ଇନଫର୍ମର ସାଜିଥିବା ପୋଲିସ ବାବୁଙ୍କ ଉପରେ ଉତ୍ତରପ୍ରଦେଶ ପୋଲିସ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ପୂର୍ବରୁ ତାଙ୍କୁ ନିଲମ୍ବିତ କରାଯାଇଥିବାବେଳେ ଏବେ ପୋଲିସ ହେପାଜତରେ ରଖାଯାଇଛି। ଚୌବେପୁର ଥାନା ଏସ୍‌ଓ ବିନୟ ତିଓ୍ବାରୀ ଅପରାଧୀ ବିକାଶଙ୍କୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ସୂଚନା ଯୋଗାଇ ଦେଇଥିବା ଅଭିଯୋଗର ପ୍ରମାଣ ମିଳିବା ପରେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଏସ୍‌ଟିଏଫ୍‌ ଟିମ୍‌ ବିନୟଙ୍କୁ ପଚରା ଉଚରା କରିବା ପରେ ଏଭଳି କରାଯାଇଥିବା କୁହାଯାଉଛି। ଏହି ମାମଲାରେ ଥାନା ଇନଚାର୍ଜ କେ.କେ.ଶର୍ମାଙ୍କୁ ମଧ୍ୟ ପଚରା ଉଚରା ଜାରି ରହିଛି। ଏହି ଘଟଣାରେ ଶହୀଦ୍‌ ହୋଇଥିବା ସିଓ ଦେବେନ୍ଦ୍ର ମିଶ୍ରାଙ୍କ ଚିଠି ଭାଇରାଲ ହେବାରେ ଲାଗିଛି। ଚିଠିରେ ଚୌବେପୁର ସିଓ ବିନୟ ତିଓ୍ବାରୀଙ୍କ ସହିତ ଅପରାଧୀ ବିକାଶଙ୍କର ନିବିଡ଼ ସମ୍ପର୍କ ରହିଥିବା ଦର୍ଶାଯାଇଛି। ଏସମ୍ପର୍କରେ ତତ୍‌କାଳୀନ ଏସ୍‌ଏସ୍‌ପି ଅନନ୍ତ ଦେବଙ୍କୁ ଜଣାଇଥିଲେ। ଚିଠି ଭାଇରାଲ ହେବା ପରେ ବିନୟଙ୍କୁ ପ୍ରଥମେ ପଚରା ଉଚରା କରାଯାଇଥିଲା। ପୋଲିସ ଟିମ୍‌ ବିକାରୁ ଯିବା ସମୟରେ ବିନୟ ଜାଣିଶୁଣି ଯୋଜନାବଦ୍ଧ ଭାବେ ଫୋନ୍‌ କରି ବିଦ୍ୟୁତ୍‌ ସଂଯୋଗ କାଟି ଦେଇଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri