ଚେୟାରରେ ବସି ଅବଢ଼ା ଖାଇଲେ ପୋଲିସବାବୁ: ସୋସିଆଲ ମିଡିଆରେ ଫଟୋ ଭାଇରାଲ

ପୁରୀ ଅଫିସ,୨୭ା୬: ପ୍ରତିଟି ଜଗନ୍ନାଥପ୍ରେମୀଙ୍କ ମହାପ୍ରଭୁଙ୍କ ମହାପ୍ରସାଦ ପ୍ରତି ରହିଛି ଗଭୀର ଭକ୍ତି ଏବଂ ବିଶ୍ୱାସ। ହେଲେ ମହାପ୍ରସାଦ ସେବନର ଏକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହା ଭକ୍ତଙ୍କ ଭାବାବଗେକୁ ଆଘାତ ଦେଇଛି। ଶୁକ୍ରବାର କିଛି ପୋଲିସ ଅଧିକାରୀ ଗୁଣ୍ଡିଚା ମନ୍ଦିର ସମ୍ମୁଖ ଏକ ଗଛ ତଳେ ପିଣ୍ଡିରେ ଅବଢା ରଖି ଚେୟାରରେ ବସି ସେବନ କରୁଥିବା ଦେଖିବାକୁ ମିଳିଛି। ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଏହାକୁ ନେଇ ଭକ୍ତଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି । ତଳେ ବସି କଦଳୀ ପତ୍ରରେ ମହାପ୍ରସାଦ ଖାଇବା ପରମ୍ପରା ରହିଥିବାବେଳେ ପୋଲିସ ବାବୁଙ୍କ ଏଭଳି କାର୍ଯ୍ୟକୁ ବୋଲି ଅନେକ ବୁଦ୍ଧିଜୀବୀ ପ୍ରଶ୍ନ ଉଠାଇଛନ୍ତି।
ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥଙ୍କ ପାଖରେ ଅର୍ପିତ ହେଉଥିବା ପ୍ରସାଦକୁ ଶ୍ରୀମହାପ୍ରସାଦ ବୋଲି କୁହାଯାଏ। ଷଡ଼ଙ୍ଗ ସଂସ୍କାର ମାଧ୍ୟମରେ ମହାପ୍ରସାଦ ଠାକୁରଙ୍କୁ ଅର୍ପଣ କରାଯାଏ। ଶ୍ରୀମନ୍ଦିରରେ ଯେଉଁ ମହାପ୍ରସାଦ ପ୍ରସ୍ତୁତ କରାଯାଏ ଶାସ୍ତ୍ରାନୁସାରେ ତାହାକୁ ମହାଲକ୍ଷ୍ମୀ ନିଜେ ପ୍ରସ୍ତୁତ କରିଥାନ୍ତି । ଏହି ମହାପ୍ରସାଦ କଣିକାଏ ପାଇଲେ ଜୀବ ମୁକ୍ତି ଲାଭ କରେ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ସେଥିପାଇଁ ମହାପ୍ରଭୁଙ୍କ ନିକଟରେ ମହାପ୍ରସାଦ ଲାଗି ହେବା ପରେ ଭକ୍ତମାନେ ଏହାକୁ ପାଇବା ଲାଗି ଚାହିଁ ରହିଥାନ୍ତି। ମହାପ୍ରସାଦ ପ୍ରତି ଶ୍ରଦ୍ଧାଳୁଙ୍କ ଭକ୍ତିଭାବ ରହିଛି। ମହାପ୍ରସାଦକୁ ଅନ୍ନବ୍ରହ୍ମ ବୋଲି କୁହାଯାଇଥାଏ। କୁହାଯାଇଛି ଭଗବାନଙ୍କୁ ନିନ୍ଦିଲେ ଚଳିବ, କିନ୍ତୁ ତାଙ୍କ କୈବଲ୍ୟକୁ ନିନ୍ଦା କରିବା ଉଚିତ ନୁହେଁ । ଏହିଭଳି ବିଶ୍ୱାସ ଏବଂ ପରମ୍ପରା ସହ ସାମିଲ ମହାପ୍ରସାଦ ପ୍ରତି ଏଭଳି ଅସମ୍ମାନ ଭକ୍ତସମାଜକୁ ଗଭୀର ଆଘାତ ପହଞ୍ଚାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri