Posted inଫୁରସତ

ବରଫ ଆଚ୍ଛାଦିତ ହ୍ରଦରେ ଫସି ରହିଥିବା କୁକୁରକୁ ଉଦ୍ଧାର କଲେ ଦୁଇ ପୋଲିସ କର୍ମଚାରୀ

ପଶୁପକ୍ଷୀ ଉଦ୍ଧାର ହେବାର ଭିଡିଓ ସୋସିଆଲ ମିଡିଆରେ ଅନେକ ସମୟରେ ଚର୍ଚ୍ଚାରେ ରହିଥାଏ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଦୁଇଜଣ ପୋଲିସ କର୍ମଚାରୀ ଗୋଟିଏ କୁକୁରକୁ ବରଫରୁ ଉଦ୍ଧାର କରୁଥିବା ଦେଖିବାକୁ ମିଳିଛି। ଭିଡିଓଟି ସୋସିଆଲ ମିଡିଆରେ ଭାଇରାଲ ପରେ ଲୋକମାନେ ଏହାକୁ ବହୁତ ପସନ୍ଦ କରୁଛନ୍ତି। କୁକୁରକୁ ବଞ୍ଚାଇ ଏହି ବ୍ୟକ୍ତି ବିଶ୍ୱବାସୀଙ୍କ ହୃଦୟ ଜିତିଛନ୍ତି।

ଏହି ଭିଡିଓଟି ଅଧିକ ଲୋକପ୍ରିୟ ହେବାରେ ଲାଗିଛି, ଯାହା ସ୍ପେନର ଉତ୍ତର ଅଞ୍ଚଳର ବୋଲି କୁହାଯାଉଛି। କୁକୁରଟିକୁ ଉଦ୍ଧାର କରିବା ପାଇଁ ଦୁଇ ପୋଲିସ କର୍ମଚାରୀ ବରଫ ଆଚ୍ଛାଦିତ ହ୍ରଦରେ ପଶୁଛନ୍ତି। ପରେ ହ୍ରଦରେ ଫସି ରହିଥିବା କୁକୁରକୁ ଉଦ୍ଧାର ପାଇଁ ପୋଲିସ କର୍ମଚାରୀ ଚେଷ୍ଟା କରୁଛନ୍ତି। ଜଣେ ପୋଲିସ ହ୍ରଦରେ ଆଗକୁ ବଢୁଥିବା ବେଳେ ଅନ୍ୟ ଜଣେ ପୋଲିସ ତାଙ୍କୁ ସାହାଯ୍ୟ କରୁଛନ୍ତି।

ଏହି ଘଟଣା ବିଷୟରେ ସ୍ପେନ ପୋଲିସ କହିଛି ଯେ, କୁକୁରଟି ପୂର୍ବ ସ୍ପେନର କ୍ୟାନ୍‌ଫ୍ରେଙ୍କ୍‌ ହ୍ରର୍ଦ ମଧ୍ୟରେ ଦୀର୍ଘଘଣ୍ଟା ଧରି ଫସି ରହିଥିଲା, ଯାହାକୁ ଦୁଇ ପୋଲିସ ଉଦ୍ଧାର କରିଥିଲେ। ଏହି ଭିଡିଓ ସୋସିଆଲ ମିଡିଆରେ ପହଞ୍ଚିବା ମାତ୍ରେ ଲୋକମାନେ ସେମାନଙ୍କର ପ୍ରତିକ୍ରିୟା ଦେଇଥିଲେ। ଜଣେ ୟୁଜର ଲେଖିଛନ୍ତି, ପୋଲିସ କର୍ମଚାରୀଙ୍କ କାର୍ଯ୍ୟ ପ୍ରକୃତରେ ପ୍ରଶଂସନୀୟ।

ବର୍ତ୍ତମାନ ସୁଦ୍ଧା ଭିଡିଓଟିକୁ ୭ ହଜାରରୁ ଅଧିକ ଲୋକ ଦେଖି ସାରିଥିବା ବେଳେ ଅନେକ ୟୁଜର ସେମାନଙ୍କ ନିଜ ନିଜ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର ବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ଅନଶନ ସମୟରେ ଅସୁସ୍ଥ ହେଲେ ଚାମେଲି: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୧୩।୭: ଆମରଣ ଅନଶନ ବେଳେ କେନ୍ଦ୍ରାପଡା ଜିଲା ତିଖିରୀ ଗ୍ରାମପଞ୍ଚାୟତର ସରପଞ୍ଚ ଚାମେଲି ଓଝା ଅସୁସ୍ଥ ହୋଇପଡିଛନ୍ତି। ଅନଶନରେ ବସିଥିବା ସମୟରେ ହଠାତ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri