ଦୁର୍ଘଟଣାରେ ଗୁରୁତର ହୋଇ ରାସ୍ତା କଡ଼ରେ ପଡ଼ିଥିଲେ ଯୁବକ, ନିଜ ଗାଡ଼ିରେ ଉଦ୍ଧାର କରି ନେଇ ଚିକିତ୍ସା କରାଇଲେ ପୋଲିସ ଅଧିକାରୀ

ଗଜପତି,୧୨।୮ (ଗିରିଧାରୀ ପରିଚ୍ଛା): ଅନେକ ସମୟରେ ଦୁର୍ଘଟଣା ଆମ ଆଖି ଆଗରେ ଘଟୁଥିଲେ ହେଁ ରାସ୍ତାରେ ଯାଉଥିବା ଅନେକେ ସେଥିପ୍ରତି ଦୃଷ୍ଟି ଦିଅନ୍ତି ନାହିଁ। ହେଲେ କିଛି ସେଥିରୁ ଭିନ୍ନ କରି ଉଦାହରଣ ସାଜିଥାନ୍ତି। ସେଭଳି ଏକ ଘଟଣାକ୍ରମରେ ଦୁର୍ଘଟଣାରେ ଆହତ ଦୁଇ ଯୁବକଙ୍କୁ ରାସ୍ତାକଡରୁ ଉଦ୍ଧାର କରି ନିଜ ଗାଡିରେ ନେଇ ଚିକିତ୍ସା କରାଇଛନ୍ତି ପୋଲିସ ଅଧିକାରୀ। ଗଜପତି ପୋଲିସର ବରିଷ୍ଠ ଅଧିକାରୀ ଡିଏସପି ଠାକୁର ଦାସ ମୁର୍ମୁ ଓ ତାଙ୍କ ଡ୍ରାଇଭର ଅଶ୍ୱିନୀ କୌଣସି ଏକ କାମରେ ଯାଉଥିବା ବେଳେ ଗୋଟିଏ ବାଇକରେ ଯାଉଥିବା ଦୁଇଜଣ ଯୁବକ ରାସ୍ତା କଡରେ ଥିବା ପଥରରେ ପିଟି ହୋଇ ଗୁରୁତର ଆହତ ହୋଇଥିଲେ । ଗୁରୁତର ଅବସ୍ଥାରେ ରାସ୍ତାକଡରେ ପଡି ଛଟପଟ ହେଉଥିବା ବେଳେ ଅଧିକାରୀ ଜଣକ ବିଳମ୍ବ ନ କରି ଆହତଙ୍କୁ ନିଜ ଗାଡିରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ଆଣି ଚିକିତ୍ସା କରାଇଥିଲେ । ଆହତ ଯୁବକ ଦ୍ୱୟ ଗାରାବନ୍ଧ ଅଞ୍ଚଳର ବି ଉମା ପ୍ରସାଦ ଓ ଡି ସିବା ଶଙ୍କର ବୋଲି ଜଣାପଡିଛି । ଅସମୟରେ ଆହତ ଯୁବକଙ୍କୁ ସାହାଯ୍ୟ କରି ମାନବିକତାର ପରିଚୟ ଦେଇଛନ୍ତି ପୋଲିସ ବାବୁ , ତେଣୁ ସେ ଧନ୍ୟବାଦର ପାତ୍ର ବୋଲି ଅନେକେ କହୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ମାମୁ ଘର ଆଗରେ ଖେଳୁଥିଲେ ଭୁଷୁଡ଼ିଲା  କାନ୍ଥ:  ଆଖିବୁଜିଲା  କୁନି ଝିଅ, ମା’ ବଡ଼ ଝିଅ…

ତିହିଡି଼,୨୩।୩(ସଞ୍ଜିତ ବଳ): ତିହିଡି଼ ବ୍ଲକ ପୀରହାଟ ଥାନା ସାହାପୁର ପଞ୍ଚାୟତ ଅଧୀନ କାଶୀପୁର ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି l ଗ୍ରାମର ନାରାୟଣ ବେହେରା…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri