ବରମୁଣ୍ଡା ଆମ୍ବେଡକର ବସ୍‌ ଟର୍ମିନାଲରେ ହେବ ପୋଲିସ୍‌ ଆଉଟପୋଷ୍ଟ, ନିଯୁକ୍ତି ପାଇବେ ୮୯ ପୋଲିସ୍‌ କର୍ମଚାରୀ

ଭୁବନେଶ୍ୱର,୨୬।୨(ଅସମାପିକା ସାହୁ): ଆଗକୁ ଉଦ୍‌ଘାଟିତ ହେବାକୁ ଥିବା ଡ. ବାବା ସାହେବ ଭୀମରାଓ ଆମ୍ବେଡକର ବସ୍‌ ଟର୍ମିନାଲରେ ଏକ ପୋଲିସ୍‌ ଆଉଟପୋଷ୍ଟ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି। ଏଥିରେ ୮୯ ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ।

ସୂଚନାଯୋଗ୍ୟ ଯେ 5T ଉପକ୍ରମରେ ଏହି ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୁବ୍‌ ଶୀଘ୍ର ଏହା ଲୋକାର୍ପିତ ହେବ। ଏଠାକୁ ଦୈନିକ ୭୦୦ ରୁ ୮୦୦ ବସ୍‌ ଯାତାୟତ କରିବ। ଭବିଷ୍ୟତରେ ବସ୍‌ ସଂଖ୍ୟା ୧୭୦୦ ରୁ ୧୮୦୦କୁ ବୃଦ୍ଧି ପାଇପାରେ। ତା ସହିତ ଦୈନିକ ୩୫ ରୁ ୪୫ ହଜାର ଯାତ୍ରୀ ମଧ୍ୟ ଯିବା ଆସିବା କରିବେ ବୋଲି ଆକଳନ କରାଯାଇଛି ।

5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଭିନ୍ନ ସମୟରେ ନିର୍ମାଣାଧୀନ ଟର୍ମିନାଲକୁ ଯାଇ ଏହାର ଅଗ୍ରଗତି ସମୀକ୍ଷା କରିବା ସମୟରେ ଅଧିକାରୀ ଓ ସ୍ଥାନୀୟ ଲୋକମାନଙ୍କ ସହିତ ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ଏଠାରେ ଏକ ପୋଲିସ୍‌ ଆଉଟପୋଷ୍ଟ ପାଇଁ ପ୍ରସ୍ତାବ ଆସିଥିଲା। ଏ ବିଷୟରେ ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ଏଠାରେ ପୋଲିସ୍‌ ଆଉଟପୋଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ଟର୍ମିନାଲରେ ଯାତ୍ରୀଙ୍କ ପାଇଁ ରେଷ୍ଟୁରାଣ୍ଟ, ବହୁତଳ କାର ପାର୍କିଂ, ଆହାର କେନ୍ଦ୍ର, ଯାତ୍ରୀଙ୍କ ପାଇଁ ବସରେ ଚଢିବା, ବସ୍ରୁ ଓହ୍ଲାଇବା ସୁବିଧା, ୧୪୪ଟି ବସ୍‌ ରହଣୀସ୍ଥଳ, ସିଟି ବସ୍‌ ପାଇଁ ରହଣୀସ୍ଥଳ ଓ ଦୋକାନ ବଜାର ଅନେକ ସୁବିଧା ରହିବ। ଏଥିପାଇଁ ଏଠାରେ ସୁରକ୍ଷା ବ୍ୟବସ୍ଥାର ଗୁରୁତ୍ୱ ଯଥେଷ୍ଟ ଅଧିକ ରହୁଛି।

ଏହି ଆଉଟପୋଷ୍ଟରେ ୮୯ଜଣ ପୋଲିସ୍‌ କର୍ମଚାରୀ ନିଯୁକ୍ତି ପାଇବେ। ଏଥି ମଧ୍ୟରୁ ୨ଜଣ ସବ୍‌-ଇନ୍‌ସ୍ପେକ୍ଟର, ୯ଜଣ ଆସିଷ୍ଟାଣ୍ଟ ସବ୍‌-ଇନ୍‌ସ୍ପେକ୍ଟର, ୪ଜଣ ହାବିଲଦାର, ୭୨ଜଣ କନଷ୍ଟେବଳ ଓ ୨ଜଣ ଡ୍ରାଇଭର ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri