କୋଶଲ ସଂଗ୍ରାମୀଙ୍କୁ ଉଠାଇ ନେଲା ପୋଲିସ୍: ଡାକ୍ତରଖାନାରେ ଅନଶନ ଜାରି

ବରଗଡ଼, ୨୫।୪(ପ୍ରେମାନନ୍ଦ ଖମାରୀ) – ସ୍ବତନ୍ତ୍ର କୋଶଲ ରାଜ୍ୟ ଗଠନ ସମେତ ବିଭିନ୍ନ ଦାବି ନେଇ ବରଗଡ଼ ସହର ଉପକଣ୍ଠ ବୀରଛକରେ ଅନଶନରେ ବସିଥିବା ୩ଜଣ କୋଶଲ ସଂଗ୍ରାମୀ ସୁଶାନ୍ତ ମିଶ୍ର, ଅଭିଷେକ ନାୟକ ଏବଂ ନାଗାର୍ଜୁନ କମ୍ପଙ୍କୁ ଗୁରୁବାର ରାତି ଅଧିଆ ପୋଲିସ ଉଠାଇ ନେଇଛି। ସେମାନଙ୍କୁ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଥିବାବେଳେ ପୋଲିସ ଜଗି ରହିଛି । ତେବେ ଡାକ୍ତରଖାନାରେ ମଧ୍ୟ ଅନଶନ ଜାରି ରହିଛି ବୋଲି ଅଭିଷେକ କହିଛନ୍ତି। ଏପର୍ଯ୍ୟନ୍ତ ଡାକ୍ତରଖାନାରେ ସାଲାଇନଟିଏ ମଧ୍ୟ ଦିଆଯାଇ ନାହିଁ ଏବଂ ପୋଲିସ ବଳପୂର୍ବକ ଉଠାଇ ଆଣିଥିବା ସେ ଅଭିଯୋଗ କରିଛନ୍ତି। ସୂଚନା ଅନୁଯାୟୀ, ଗତ ୨୨ତାରିଖରୁ ବୀରଛକରେ ଉପରୋକ୍ତ ୩କୋଶଲ ସଂଗ୍ରାମୀ ଅନଶନରେ ବସିଥିଲେ। ବିଭିନ୍ନ ସଂଗଠନ ପକ୍ଷରୁ ଅନଶନକୁ ସମର୍ଥନ ମିଳିଥିଲା। ତେବେ ଗୁରୁବାର ରାତି ପ୍ରାୟ ୧୧ଟା ୩୦ ମିନିଟରେ ପୋଲିସ ସେମାନଙ୍କୁ ଉଠାଇ ନେଇଥିଲା। ଅନଶନରେ ବସିଥିବା କୋଶଲ ସଂଗ୍ରାମୀ ପୋଲିସ ରାତିଅଧିଆ ଉଠାଇ ନେବା ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

ସରକାରୀ କାର୍ଯ୍ୟାଳୟରେ ଯନ୍ତ୍ରୀ ଉଡ଼ାଇଲେ ଓଲଟା ଜାତୀୟ ପତାକା: ପ୍ରଶାସନ ପଦକ୍ଷେପକୁ ଅପେକ୍ଷା

ମହାକାଳପଡ଼ା, ୧୬।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ଥିବା ମହାକାଳପଡ଼ା ଗ୍ରାମ୍ୟ ଉନ୍ନୟନ ଉପଖଣ୍ଡ ସ୍ତରୀୟ ସହକାରୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri