ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ, ସରପଞ୍ଚ ଚାମେଲିଙ୍କୁ ଉଠାଇନେଲା ପୋଲିସ, ଛାତି – ପେଟକୁ ମାଡ ମାରି…

କେନ୍ଦ୍ରାପଡ଼ା/ମହାକାଳପଡ଼ା, ୧୨ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରୀ ଗ୍ରାମ ପଞ୍ଚାୟତ ସରପଞ୍ଚ ଚାମେଲି ଓଝା ଗୁରୁବାର ବିଡିଓଙ୍କ ଚାମ୍ବରରେ ଭିଡିଓ ରେକର୍ଡିଂ କରିବାକୁ ନେଇ ଉତ୍ତେଜନା ଦେଖାଦେଇଥିଲା। ପ୍ରଶାସନିକ କାର୍ଯ୍ୟରେ ବାଧା ଦେବା ଓ କାର୍ଯ୍ୟାଳୟରେ ଭିଡିଓ ଉତ୍ତୋଳନ କରି ବିରକ୍ତିକର ପରିବେଶ ସୃଷ୍ଟି କରୁଥିବା ନେଇ ବିଡିଓ ରବି ନାରାୟଣ ଆଚାର୍ଯ୍ୟ ମହାକାଳପଡ଼ା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଥାନା ଅଧିକାରୀ ମାନସ କୁମାର ମଲ୍ଲିକ ଓ ତାଙ୍କ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସରପଞ୍ଚ ଓଝାଙ୍କୁ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ନ କରିବାକୁ କହିଥିଲେ। ହେଲେ ସେ ଏଥିପ୍ରତି କର୍ଣ୍ଣପାତ କରି ନ ଥିଲେ। ଭିଡିଓ ରେକର୍ଡିଂ କରିବା ଅଧିକାର ତାଙ୍କର ଅଛି ବୋଲି ସରପଞ୍ଚ କହିଥିଲେ। ଏହାକୁ ନେଇ ପୋଲିସ ସହିତ ସରପଞ୍ଚ ଓଝାଙ୍କର ଯୁକ୍ତିତର୍କ ହୋଇଥିଲା। ଶେଷରେ ପୋଲିସ ସରପଞ୍ଚ ଓଝା ଓ ତାଙ୍କ ଭାଇ ସୂର୍ଯ୍ୟକାନ୍ତ ଓଝାଙ୍କୁ ଥାନାକୁ ଉଠାଇ ନେଇଥିଲା। ବିଡିଓଙ୍କ ଏତଲା ଆଧାରରେ ଥାନାରେ ଏକ ମାମଲା ରୁଜୁ କରାଯାଇଛି ବୋଲି ଥାନା ଅଧିକାରୀ ମଲ୍ଲିକ କହିଛନ୍ତି। ପରେ ସରପଞ୍ଚ ଓଝାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯିବା ଅଭିଯୋଗ ପରେ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଅପରପକ୍ଷରେ ସରପଞ୍ଚ ଓଝାଙ୍କ କହିବା ଅନୁଯାୟୀ, ମଧ୍ୟାହ୍ନରେ ନିଜ ପଞ୍ଚାୟତର ଉନ୍ନୟନ କାର୍ଯ୍ୟର ସମୀକ୍ଷା ପାଇଁ ବ୍ଲକକୁ ଯାଇଥିଲେ। ପଞ୍ଚାୟତର ଉନ୍ନୟନ କାର୍ଯ୍ୟକୁ କାହିଁକି ଗୁରୁତ୍ୱ ଦିଆ ଯାଉ ନଥିବା ଓ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ଅର୍ଥ ବ୍ୟୟ ସମ୍ପର୍କରେ ପଚାରିଥିଲେ। ଏହି ସମୟରେ ସେଠାରେ ଉପସ୍ଥିତ ଥିବା କେତେକ ବ୍ୟକ୍ତି ଅଯଥା ଚାପ ସୃଷ୍ଟି କରାଯାଉଥିବା କହି ପ୍ରତିବାଦ କରିବାରୁ ସେ ଏହାର ଭିଡିଓ ଉତ୍ତୋଳନ କରିଥିଲେ। ଫଳରେ ସମ୍ପୃକ୍ତ ବ୍ୟକ୍ତିମାନେ ଗ୍ୟାଙ୍ଗ ରେପ୍‌ କରିବାକୁ ଧମକ ଦେଇଥିବାବେଳେ ପୋଲିସ ଥାନା ଗାଡିରେ ନେଉଥିବା ସମୟରେ ତାଙ୍କ ଛାତି ଓ ପେଟକୁ ମାଡ ମାରିଥିବା ସେ ଅଭିଯୋଗ କରିଛନ୍ତି। ତେବେ ଏଭଳି ଅଭିଯୋଗ ଭିତ୍ତିହୀନ ବୋଲି ଥାନା ଅଧିକାରୀ ମଲ୍ଲିକ କହିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଦେଖା ଚାପ

ଦିଲ୍ଲୀର ପୂର୍ବତନ ମୁଖ୍ୟ ଶାସନ ସଚିବ ରାକେଶ ମେହେଟ୍ଟାଙ୍କ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ। କିନ୍ତୁ ଜଣେ ପ୍ରତିଷ୍ଠିତ ପୂର୍ବତନ ସରକାରୀ ଅଧିକାରୀ ଏଭଳି ଏକ ଚରମ ପଦକ୍ଷେପ…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?