ବାହାରିଥିଲା ବରଯାତ୍ରୀ: ବାଟରୁ ବରଙ୍କୁ ଉଠାଇ ନେଲା ପୋଲିସ

ସୁନ୍ଦରଗଡ,୧୭ା୩(ଜୟ ନାରାୟଣ ମେଣ୍ଡୁଳି): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିଲେ। ଯୁବତୀ ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ହେଲେ ଶେଷରେ ପ୍ରେମିକାଙ୍କୁ ଛାଡି ଅନ୍ୟତ୍ର ବିବାହ କରିବାକୁ ମନସ୍ଥ କରିଥିଲେ ଯୁବକ। ବରବେଶରେ ଯାଉଥିବା ବେଳେ ଥାନାକୁ ଉଠାଇ ନେଲା ପୋଲିସ। ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼ ଜିଲା ଧରୁଆଡିହି ଥାନା ଅଞ୍ଚଳରେ।

ମିଳିଥିବା ସୂଚନା ମୁତାବକ, ଧରୁଆଡିହି ଥାନା ସଲଙ୍ଗାବୁଡ ଗ୍ରାମର ଜଣେ ଯୁବତୀଙ୍କ ସହିତ ସମ୍ବଲପୁର ଜିଲା ବାମରା ଖୋଖୋପଡାର ଜଣେ ଯୁବକଙ୍କ ୭ବର୍ଷ ହେବ ପ୍ରେମ ସମ୍ପର୍କ ଥିଲା। ବିବାହର ପ୍ରତିଶ୍ରୁତି ଦେଇ ଯୁବକ ଜଣକ ସଲଙ୍ଗାବୁଡ ଆସି ଯୁବତୀଙ୍କ ଘରେ ରହିଥିଲେ। ତାଙ୍କ ସହିତ ଶାରିରୀକ ସମ୍ପର୍କ ମଧ୍ୟ ରଖିଥିଲେ। ଫଳରେ ଯୁବତୀ ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଥିଲେ। ଗତ ୫ବର୍ଷ ହେବ ଯୁବକ ଜଣକ କାମ କରିବାକୁ ଚେନ୍ନାଇ ଚାଲିଯାଇଥିଲେ। ଏପରିକି ନିଜର ଫୋନ ନମ୍ବର ବଦଳାଇ ଦେଇଥିବାରୁ ଯୁବତୀ ଜଣକ ଯୋଗାଯୋଗ କରିପାରି ନ ଥିଲେ।

ଗତ ଏକ ସପ୍ତାହ ହେବ ପ୍ରେମିକ ଘରକୁ ଆସି ଧରୁଆଡିହିରେ ନିଜ ମାମୁଁଙ୍କ ଝିଅଙ୍କୁ ବିବାହ କରୁଥିବା ଖବର ପାଇଥିଲେ ଯୁବତୀ ଜଣକ। ଏନେଇ ସେ ପ୍ରଥମେ ଗୋବିନ୍ଦପୁର ଥାନାରେ ଅଭିଯୋଗ କରିଥିଲେ। ହେଲେ ଧରୁଆଡିହି ଥାନାରେ ଅଭିଯୋଗ କରିବାକୁ ପୋଲିସ କହିଥିଲେ। ରବିବାର ଯୁବକ ଜଣଙ୍କ ବରବେଶରେ କନ୍ୟା ପିତାଙ୍କ ଘରକୁ ଆସୁଥିବା ବେଳେ ଧରୁଆଡିହି ଥାନା ପୋଲିସ ବରଙ୍କୁ ଉଠାଇ ନେଇଥିଲା। ପ୍ରେମିକାଙ୍କ ଏବେ ଏକ ୫ବର୍ଷର ସନ୍ତାନ ଅଛି। ପୋଲିସ କାର ସହିତ ଉଭୟଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

ବରୀରେ ପ୍ରାର୍ଥୀ ଘୋଷଣା କରିପାରୁନି ଭାଜପା

ବରୀ,୨୮ା୪(ମହେନ୍ଦ୍ର ସ୍ବାଇଁ)ଯାଜପୁର ଜିଲାର ବରୀ ନିର୍ବାଚନମଣ୍ଡଳୀରେ ଭାଜପା ଏଯାଏ ପ୍ରାର୍ଥୀ ଦେଇପାରିନାହିଁ। ଏଠାରେ ବିଜେଡି ବିଶ୍ୱରଞ୍ଜନ ମଲ୍ଲିକ ଓ କଂଗ୍ରେସ ଆରତୀ ଦେଓଙ୍କୁ ପ୍ରାର୍ଥୀ କରିବା...

ଭାଜପା,ବିଜେଡି କଳହପ୍ରିୟ: ଅଜୟ କୁମାର

କଟକ, ୨୮ା୪(ଶିଳ୍ପା ପ୍ରିୟଦର୍ଶିନୀ)ବାରବାଟୀ-କଟକ କଂଗ୍ରେସ ପକ୍ଷରୁ କଂଗ୍ରେସ ସମାବେଶ କଟକସ୍ଥିତ ଖ୍ରୀଷ୍ଟିଆନ୍‌ ପଡିଆଠାରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ କଂଗ୍ରେସ ନେତା ଇଂ. ମହମ୍ମଦ ମୋକିମଙ୍କ...

ଡବଲ ଇଞ୍ଜିନ ନୁହେଁ, ଯୋଡି ଶଙ୍ଖ ଦରକାର: ପାଣ୍ଡିଆନ

ନୂଆପଡ଼ା,୨୮ା୪ (ମକାରୁ ବେମାଲ)୫-ଟି ଅଧ୍ୟକ୍ଷ ତଥା ବିଜେଡି ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ନୂଆପଡ଼ା ଜିଲା ଗସ୍ତରେ ଆସି ସ୍ଥାନୀୟ ମିନି ଷ୍ଟାଡିୟମଠାରେ ଆୟୋଜିତ...

ଅପରାଧପ୍ରବଣ ରାଉରକେଲା ରେଳଷ୍ଟେଶନ

ରାଉରକେଲା,୨୮ା୪(ସଙ୍ଗୀତା ଜେନା)ଦକ୍ଷିଣ ପୂର୍ବ ରେଳପଥ ଅଧୀନରେ ଥିବା ରାଉରକେଲା ରେଳ ଷ୍ଟେଶନର ପ୍ରମୁଖତା ରହିଆସିଛି। ଦୂରଦୂରାନ୍ତକୁ ଯାତ୍ରା କରିବା ପାଇଁ ପ୍ରତିଦିନ ଏହି ଷ୍ଟେଶନକୁ ହଜାର...

୫ ବର୍ଷର ରିପୋର୍ଟ କାର୍ଡ ଦେଲେ ସପ୍ତଗିରି

ରାୟଗଡ଼ା,୨୮ା୪(ଆଶିଷ ରଞ୍ଜନ ପଣ୍ଡା)କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କ ରାୟଗଡ଼ାସ୍ଥିତ ବାସଭବନରେ ଶନିବାର ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ା ଉକ୍ତ ସମ୍ମିଳନୀରେ ଏମ୍‌ପି ସପ୍ତଗିରି...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri