ଏହି ଅପରାଧ ଯୋଗୁ ବିବାହ ବେଦୀରୁ ବରଙ୍କୁ ଉଠାଇ ନେଲେ ପୋଲିସ…

ଜଳନ୍ଧର,୨୬।୪: ପପଞ୍ଜାବରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟ ସରକାରଙ୍କ ପକ୍ଷରୁ ସପ୍ତାହନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହା ସହିତ ବିବାହ ଉତ୍ସବରେ ୨୦ ଜଣ ଲୋକ ସାମିଲ ହେବାକୁ ନିର୍ଦ୍ଦେଶ ଜାରି ହୋଇଛି। ତେବେ ଜଳନ୍ଧର ଅଞ୍ଚଳରେ ଜଣେ ବର ରାଜ୍ୟ ସରକାରଙ୍କ କରୋନା ମାର୍ଗଦର୍ଶିକାର ଉଲ୍ଳଂଘନ କରିଥିବାରୁ ତାଙ୍କୁ ବିବାହ ମଣ୍ଡପର ବେଦୀରୁ ପୋଲିସ ଉଠାଇ ନେଇଛି। ବିବାହରେ ୧୦୦ରୁ ଅଧିକ ଲୋକ ଯୋଗଦେଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ସେଥିପାଇଁ ବରଙ୍କୁ ଥାନାଙ୍କୁ ଅଣାଯାଇଥିବା ପୋଲିସ କହିଛି। ବରଙ୍କ ସହିତ ତାଙ୍କ ଦାଦାଙ୍କୁ ମଧ୍ୟ ଥାନାକୁ ଅଣାଯାଇଥିବା ଥାନା ଅଧିକାରୀ ମୁକେଶ କୁମାର କହିଛନ୍ତି। ସେମାନଙ୍କ ବିରୋଧରେ ଧାରା ୧୮୮ ଅନୁସାରେ ଏକ ମାମଲା ରୁଜୁ ହୋଇଛି। ପଚରା ଉଚରା ସମୟରେ ବର ଏବଂ ତାଙ୍କ ଦାଦା କହିଛନ୍ତି ଯେ, ସେମାନେ ୨୦ଜଣଙ୍କୁ ନିମନ୍ତ୍ରଣ କରିଥିଲେ। କିନ୍ତୁ ଏତେ ସଂଖ୍ୟକ ଲୋକ ବିବାହ ମଣ୍ଡପରେ କୁଆଡୁ ଆସିଲେ ତାହା ସେମାନଙ୍କୁ ଅଜଣା। ଥାନାରେ ଦୁଇଘଣ୍ଟା ରହିବା ପରେ ପୋଲିସ ସେମାନଙ୍କୁ ଛାଡିଥିଲେ। ଏହାପରେ ବର ଫେରି ସାତଫେରା ନେବା ସହିତ କନ୍ୟାଙ୍କୁ ଧରି ନିଜ ଘରକୁ ଫେରିଥିଲେ। ଏବେ ଏହି ଘଟଣା ସୋସିଆଲ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?