Posted inଜାତୀୟ

ଭିଆଇପିଙ୍କୁ ପୋଲିସ ସୁରକ୍ଷା: ପଶ୍ଚିମବଙ୍ଗ-ପଞ୍ଜାବ-ବିହାର ଶୀର୍ଷରେ

ନୂଆଦିଲ୍ଲୀ,୩୧।୧୨: ଦେଶରେ ଭିଆଇପିଙ୍କ ସୁରକ୍ଷା କାର୍ଯ୍ୟରେ ନିଯୁକ୍ତ ହୋଇଥିବା ପୋଲିସଙ୍କ ସମ୍ପର୍କିତ ଏକ ରିପୋର୍ଟ ପ୍ରକାଶ ପାଇଛି। ବ୍ୟୁରୋ ଅଫ୍‌ ପୋଲିସ ରିସର୍ଚ୍ଚ ଆଣ୍ଡ ଡେଭଲପ୍‌ମେଣ୍ଟ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଏସମ୍ପର୍କରେ ଉଲ୍ଲେଖ କରାଯାଇଛି। ପଶ୍ଚିମବଙ୍ଗ,ପଞ୍ଜାବ ଏବଂ ବିହାରରେ ଅଧିକ ଭିଆଇପିଙ୍କ ସୁରକ୍ଷା କାର୍ଯ୍ୟରେ ପୋଲିସଙ୍କୁ ମୁତୟନ କରାଯାଇଥିବା ରିପୋର୍ଟରେ ଦର୍ଶାଯାଇଛି। ଏସବୁ ରାଜ୍ୟରେ ଅଧିକ ଅନ୍ଦୋଳନ, ହିଂସାକାଣ୍ଡ ଆଦି ଘଟୁଥିବା ରିପୋର୍ଟରେ କୁହାଯାଇଛି। ୨୦୧୯ରେ ଦେଶର ୧୯ ହଜାରରୁ ଅଧିକ ଭିଆଇପିଙ୍କ ସୁରକ୍ଷାରେ ୬୬ ହଜାରରୁ ଅଧିକ ପୋଲିସଙ୍କୁ ନିଯୁକ୍ତ କରାଯାଇଛି। ଏସବୁ ଭିଆଇପିଙ୍କ ମଧ୍ୟରେ ମନ୍ତ୍ରୀ, ଏମ୍‌ପି, ବିଧାୟକ, ବିଚାରପତି, ଉଚ୍ଚ ସରକାରୀ ଅଧିକାରୀ ଏବଂ ଅନ୍ୟ ଖ୍ୟାତି ସମ୍ପନ୍ନ ବ୍ୟକ୍ତିମାନେ ରହିଛନ୍ତି। ୨୦୧୯ରେ ଛତିଶଗଡ଼ରେ ୧୧୨ ମାଓବାଦୀଙ୍କ ସହିତ ୧୧୨ଟି ମୁହାଁମୁହିଁ ଘଟଣା ଘଟିଥିବାବେଳେ ୭୭ ଆଇଇଡି ବିସ୍ଫୋରଣ ଘଟିଛି। ଏଥିରେ ୪୬ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ୩୧୫ ଜଣ ଭିଆଇପିଙ୍କ ସୁରକ୍ଷା କାର୍ଯ୍ୟ ପାଇଁ ପୋଲିସଙ୍କୁ ନିଯୁକ୍ତ କରାଯାଇଛି। ଅପରପକ୍ଷରେ ପଶ୍ଚିମବଙ୍ଗରେ ୩ ହଜାର ୧୪୨,ପଞ୍ଜାବରେ ୨ ହଜାର ୫୯୪ ଏବଂ ବିହାରରେ ୨ ହଜାର ୩୪୭ ଜଣ ଭିଆଇପିଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇଛି। ଦିଲ୍ଲୀରେ ୫୦୧ ଭିଆଇପିଙ୍କ ଲାଗି ସର୍ବାଧିକ ୮,୧୮୨ ପୋଲିସଙ୍କୁ ନିଯୁକ୍ତ କରାଯାଇଛି। ଗୋଆରେ ସର୍ବନିମ୍ନ ୩୨ ଜଣଙ୍କୁ ଭିଆଇପି ସୁରକ୍ଷା ଯୋଗାଇ ଦିଆଯାଇଛି। ୨୦୧୮ରେ ଦେଶର ୨୧,୩୦୦ ଭିଆଇପିଙ୍କୁ ସୁରକ୍ଷା ଯୋଗାଇ ଦିଆଯାଇଥିଲା। ୨୦୧୯ରେ ୧୯,୪୬୭ ଭିଆଇପିଙ୍କୁ ସୁରକ୍ଷା ପ୍ରଦାନ କରାଯାଇଥିଲା। ୨୦୧୮ରେ ଏହି କାର୍ଯ୍ୟରେ ୬୩,୦୬୧ ପୋଲିସଙ୍କୁ ମୁତୟନ କରାଯାଇଥିବାବେଳେ ୨୦୧୯ରେ ଏହା ବୃଦ୍ଧି ପାଇ ୬୪,୦୪୩ରେ ପହଞ୍ଚିଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?