ପୋଲିସର ଅତର୍କିତ ଚଢ଼ାଉ: ୩ ଜୁଆଡ଼ି ଗିରଫ

ଦିଗପହଣ୍ଡି,୧୩।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ରାତିରେ କଇଠଡ଼ା ପଞ୍ଚାୟତ କଲ୍ୟାଣପୁର ଗ୍ରାମରେ ଅତର୍କିତ ଚଢ଼ାଉ କରି ୩ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନେ ହେଲେ କଲ୍ୟାଣପୁର ଗ୍ରାମର କୁନା ଦୋରା , ଗୁହାଳପୁର ଗ୍ରାମର ରବି ସେଠୀ ଓ ଦୁଆର ଗାଁର ରବି ପାତ୍ର। ସେମାନଙ୍କ ନିକଟରୁ ୧୨,୫୨୦ ଟଙ୍କା ଓ ଖେଳ ସାମଗ୍ରୀ ଜବତ କରାଯାଇଥିବା ଆଇଆଇସି ବସନ୍ତ କୁମାର ସେଠୀ କହିଛନ୍ତି।
ରାତିରେ ଗାଁରେ ଜୁଆଆଡ୍ଡା ଚାଲିଥିବା ଖବରପାଇ ଆଇଆଇସିଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ପହଞ୍ଚି ଚଢ଼ାଉ କରିଥିଲେ। ରାତିର ସୁଯୋଗ ନେଇ ବହୁସଂଖ୍ୟକ ଜୁଆଡି ଦୌଡ଼ି ପଳାଇଥିବା ବେଳେ ୩ ଜଣ ଧରାପଡ଼ିଥିଲେ। ଏ ନେଇ ଏସଆଇ ବଳଭଦ୍ର ଗଣ୍ଡଙ୍କ ଏତଲା କ୍ରମେ ଥାନାରେ କେସ ନଂ. ୨୬୮/୨୦ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ବସ୍ତରେନ ମାଉଲିଙ୍କ ଆଷାଢ଼ କେନା ମଣ୍ଡେଇ ଯାତ୍ରା: କଣ୍ଟା ଦୋଳିରେ ଝୁଲିଲେ କାଲିସି, ହଜାର ହଜାର…

କୋକସରା, ୩୧।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମର ଆରାଧ୍ୟ ଦେବୀ ମା’ ବସ୍ତରେନ ମାଉଲିଙ୍କ ବାର୍ଷିକ ଆଷାଢ଼ କେନା ମଣ୍ଡେଇ ଯାତ୍ରା…

ମୃତ୍ତିକା ସଂରକ୍ଷଣ ନିର୍ଦ୍ଦେଶକଙ୍କ ଦିଗପହଣ୍ଡି-ସାନଖେମୁଣ୍ଡି ଗସ୍ତ: ବିଭିନ୍ନ ପ୍ରକଳ୍ପ ପରିଦର୍ଶନ ସହ ଅଗ୍ରଗତି ସମୀକ୍ଷା

ଦିଗପହଣ୍ଡି, ୩୧।୭(ଅଶେଷ ନାଥ ମିଶ୍ର): ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶକ ସୁବ୍ରତ କୁମାର ପଣ୍ଡା ଶୁକ୍ରବାର ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକର ବିଭିନ୍ନ ଗ୍ରାମ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri