ରାଜପଥ ପାର୍ଶ୍ୱ ଦୋକାନରେ ପୋଲିସ ଚଢ଼ାଉ

ଗଞ୍ଜାମ,୨୮।୭(ବିଦ୍ୟାଧର ସାହୁ ): ଗତ କିଛି ଦିନ ତଳେ ପୁଇଁତୋଳା ଛକଠାରେ ପାନ ଦୋକାନ କରିଥିବା ଦୁଇ ଭାଇଙ୍କୁ ଚୋରା ଗଞ୍ଜେଇ ଚାଲାଣ ଅଭିଯୋଗରେ କର୍ନାଟକ ପୋଲିସ ଉଠାଇ ନେଇଥିଲା l ଏହି ଘଟଣା ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରକାଶିତ ହେବା ପରେ ପୋଲିସ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଦେଇଛି। ଏପରିକି ପୋଲିସ ସେହି ଦିନଠାରୁ ଜାତୀୟ ରାଜପଥ ପାର୍ଶ୍ୱ ଦୋକାନ ଉପରେ ଗଞ୍ଜାମ ଥାନା ପୋଲିସ ପକ୍ଷରୁ କଡା ନଜର ରଖାଯାଇଛି l ଏନେଇ ଥାନା ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ ନେତୃତ୍ୱରେ ଏକ ପୋଲିସ ଟିମ୍‌ ଥାନା ଅଧୀନରେ ଥିବା ରାଜପଥ ପାର୍ଶ୍ୱ ପାନ ଦୋକାନ ସହ ବିଭିନ୍ନ ଭେରାଇଟି ଷ୍ଟୋର ଉପରେ ଶୁକ୍ରବାର ଚଢ଼ାଉ କରାଯାଇଥିଲା l ଏପରିକି ରାତିରେ ଖୋଲି ବେପାର କରିବା ଉପରେ ପୋଲିସ ପକ୍ଷରୁ ରୋକ ଲଗାଇଛି। ରାତି ୧୦ ପରେ ଦୋକାନଗୁଡିକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି l ଏପରିକି ଲାଇନ ଟ୍ରକରୁ ଡିଜେଲ ଚୋରି ପ୍ରତି ମଧ୍ୟ ଦୃଷ୍ଟି ରଖାଯାଇଛି ବୋଲି ଥାନା ଅଧିକାରୀ ସନ୍ତୋଷ କୁମାର ସାହୁ ସୂଚନା ଦେଇଛନ୍ତି l ରାତି ୧୦ଟା ପରେ ଦୋକାନ ଖୋଲା ବ୍ୟବସାୟ କରୁଥିବା ଦୋକାନ ମାଲିକଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗଞ୍ଜାମ ଥାନା ପୋଲିସ ପକ୍ଷରୁ କୁହାଯାଇଛି l ଏନେଇ ପାଟ୍ରୋଲିଂ ବ୍ୟବସ୍ଥାକୁ କଡାକଡି କରାଯିବ ବୋଲି ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଯୋଗ୍ୟ, ୨୦ ତାରିଖ ରାତିରେ ବେଆଇନ ମାଦକ ଦ୍ରବ୍ୟ ତଥା ଗଞ୍ଜେଇ ଚାଲାଣ ମାମଲାରେ କର୍ନାଟକ ପୋଲିସ ଦୋକାନୀ କୃଷ୍ଣଚନ୍ଦ୍ର ସାହୁ ଏବଂ ତାଙ୍କ ସାନଭାଇ ପଞ୍ଚୁ ସାହୁଙ୍କୁ ଉଠାଇ ନେଇଥିଲା l ସେହି ସମୟରେ ତାଙ୍କୁ କେହି ଦୃବୁର୍ତ୍ତ ବନ୍ଧୁକ ଦେଖାଇ ଅପହରଣ କରି ନେଇଥିବା ଦାବିରେ ଦୋକାନ ମାଲିକଙ୍କ ସହ ଗ୍ରାମବାସୀ ଦୀର୍ଘ ସମୟ ଧରି ରାସ୍ତା ଅବରୋଧ କରିଥିଲେ। ଉକ୍ତ ଘଟଣାରେ ଜିଲା ପୋଲିସକୁ ନାକେଦମ ହେବାକୁ ପଡିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?