ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର କୋଲାରସଙ୍କ ନେତୃତ୍ୱରେ ଧର୍ମଗଡ ନିକଟସ୍ଥ ଚିଲଚିଲା ଗ୍ରାମର ଏକ ଢ଼ାବାରେ ଚଢାଉ କରାଯାଇ ୧୧୯ ଲିଟର ବିଦେଶୀ ମଦ ଜବତ କରାଯାଇଛି। ଉକ୍ତ ଡାବାରେ ଦୀର୍ଘ ଦିନ ହେଲା ବେଆଇନ ଭାବେ ବିଦେଶୀ ମଦ ବିକ୍ରି ହେଉଥିବାଅଭିଯୋଗ ହୋଇ ଆସୁଥିଲା। ଶନିବାର ରାତିରେ ଥାନା ଅଧିକାରୀ ସଦଳବଳେ ଉକ୍ତ ଡ଼ାବା ଉପରେ ଚଢ଼ାଉ କରି ବିଭିନ୍ନ ବ୍ରାଣ୍ଡ ର ୧୧୯ ଲିଟର ବେଆଇନ ବିଦେଶୀ ମଦ ଜବତ କରିବା ସହ ଏଥିରେ ସଂପୃକ୍ତ ଅଭିଯୁକ୍ତ ନାଗେଶର ନାଏକ (୫୭)ଙ୍କୁ ଗିରଫ କରିଥିଲେ। ଏନେଇ ଧର୍ମଗଡ ଥାନାରେ କେଶ ନମ୍ବର ୧୨୧/୨୫ରେ ଏକ ମାମଲା ରୁଜ୍ଜୁ ହୋଇଛି।
ସୂଚନାଯୋଗ୍ୟ ଯେ, ଗତ ୨୪ ତାରିଖ ଦିନ ଧର୍ମଗଡ ଥାନା ପୋଲିସ ଏଏସଆଇ ବିରେନ୍ଦ୍ର କୁମାର ପଣ୍ଡାଙ୍କ ନେତୃତ୍ୱବରେ ଧର୍ମଗଡ ଥାନା ପୋଲିସ ଧର୍ମଗଡ ନିକଟସ୍ଥ ଗୋଡଭଞ୍ଜା ଗ୍ରାମର ରଘୁ ଚନ୍ଦ୍ର ମେହେର ଙ୍କ ଘରେ ଚଢ଼ାଉ କରି ୨୯.୧୧୫ ଲିଟର ବେଆଇନ ବିଦେଶୀ ମଦ ଜବତ କରାଯାଇଥିଲା। ଏନେଇ କେଶ ନମ୍ବର ୧୧୭/୨୫ ରେ ଏକ ମାମଲା ରୁଜ୍ଜୁ କରାଯାଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା।
ଧର୍ମଗଡ ସହର ତଥା ଆଖପାଖ ଅଞ୍ଚଳରେ ଖୁଲମ ଖୁଲା ବେଆଇନ ଦେଶୀ ଓ ବିଦେଶୀ ମଦ ବିକ୍ରି ବଢି ଚାଲିଥିବା ବେଳେ ଏହା ଉପରେ ପୋଲିସ ଓ ଅବକାରୀ ବିଭାଗ ଦୃଷ୍ଟି ଦେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସର୍ବ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri