ରାସ୍ତାକଡ଼ରେ ଚାଲିଥିଲା ଜୁଆ ଆଡ୍ଡା: ପୋଲିସର ଅତର୍କିତ ଚଢାଉ; ୪ ଗିରଫ, ବାଇକ୍ ଓ ମୋବାଇଲ୍ ସହ…

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ଜୁଆଡ଼ିଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ କାର୍ଯ୍ୟାଳୟ ନିକଟ ରାସ୍ତାକଡ଼ରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ପୋଲିସ ଚଢାଉ କରି ୪ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ତେବେ ଚଢ଼ଉ ସମୟରେ ଅନ୍ୟ କେତେକ ଜୁଆଡ଼ି ସେଠାରୁ ଚମ୍ପଟ ମାରିବାରେ ସଫଳ ହୋଇଛନ୍ତି।

ଗୁରୁବାର ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ପୋଡ଼ାମାରି ଫାଣ୍ଡି ଅଧିକାରୀ ଏସ.ଆଇ ପ୍ରଭାତ କୁମାର ବାଲିକାନାଙ୍କ ନେତୃତ୍ୱରେ ପୋଲିସ ଟିମ୍ ଏହି ଅତର୍କିତ ଚଢ଼ଉ କରିଥିଲା। ଗିରଫ ଜୁଆଡ଼ିମାନଙ୍କ ନିକଟରୁ ପୋଲିସ ନଗଦ ୧୪ ଶହ ଟଙ୍କା, ତାସମୁଠା, ଗୋଟିଏ ବାଇକ୍, ୪ଟି ମୋବାଇଲ୍ ଫୋନ୍ ଏବଂ ଜରିପାଲ ଜବତ କରିଛି। ଫାଣ୍ଡି ଅଧିକାରୀଙ୍କ ଏତଲା ଆଧାରରେ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରା ମାମଲା ରୁଜୁ କରିଛନ୍ତି। ଅଭିଯୁକ୍ତମାନଙ୍କୁ ଭାରତୀୟ ନାଗରିକ ସୁରକ୍ଷା ସଂହିତା (BNSS) ର ଧାରା-୩୫(୩) ଅନୁଯାୟୀ ନୋଟିସ ଦିଆଯିବା ପରେ ଛାଡ଼ି ଦିଆଯାଇଥିବା ଜଣାପଡ଼ିଛି।

ସେହିପରି ଗତ ବୁଧବାର ଅପରାହ୍ନରେ ମଧ୍ୟ କଂସାମାରି ଗାଁ ରାସ୍ତାକଡ଼ରେ ଚାଲିଥିବା ଅନ୍ୟ ଏକ ଜୁଆ ଆଡ୍ଡା ଉପରେ ପୋଡ଼ାମାରି ଫାଣ୍ଡି ଅଧିକାରୀଙ୍କ ନେତୃତ୍ୱରେ ଚଢ଼ଉ କରାଯାଇଥିଲା। ସେଠାରୁ ପୋଲିସ ୭ ଜଣ ଜୁଆଡ଼ିଙ୍କୁ ଗିରଫ କରିବା ସହ ସେମାନଙ୍କ ନିକଟରୁ ନଗଦ ୧୦,୫୦୦ ଟଙ୍କା, ତାସମୁଠା ଓ ଜରିପାଲ ଜବତ କରିଥିଲା। ଏହି ଘଟଣାରେ ମଧ୍ୟ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ବସ୍‌ରେ ଖୋଲାମେଲାରେ ଯାତାୟାତ କରୁଛନ୍ତି ଯାତ୍ରୀ: ଅଭିଯୋଗ ଆଣିଲେ ଯୁବ ସମାଜସେବୀ

ଦାରିଙ୍ଗବାଡି, ୩୧।୮(ଅରୁଣ ସାହୁ):ଗଞ୍ଜାମର ବ୍ରହ୍ମପୁରରୁ କନ୍ଧମାଳ ଜିଲା ବାଲିଗୁଡାକୁ ଦାରିଙ୍ଗବାଡି ଦେଇ ସରକାରୀ ବସ ଚଳାଚଳ କରୁଛି। ଏହି ଯାତ୍ରୀବାହୀ ବସର ଡୋର ଗ୍ଲାସଟି ଭାଙ୍ଗି ଯାଇଥିବାରୁ…

ପୁରୁଷୋତ୍ତମପୁରରେ ସ୍ୱାୟତ୍ତଶାସନ ଦିବସ, ଏନଏସିରେ ରାସ୍ତା ସ୍ବଚ୍ଛତାର ମୁଖା….

ପୁରୁଷୋତ୍ତମପୁର,୩୧।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସିରେ ସ୍ୱାୟତ୍ତଶାସନ ଦିବସ ପାଳିତ ହୋଇଛି । ମଞ୍ଚରେ ଉତ୍ସବ, ଭାଷଣରେ ବିକାଶ, ସଂକଳ୍ପରେ ସ୍ବଛତା ଓ ସୁନ୍ଦର ସହର।…

ଟିଚ୍‌ କନ୍ଧମାଳ: ଲାଲ ବାହାଦୁର ବିଦ୍ୟାପୀଠରେ ପାଠ ପଢ଼ାଇଲେ ବିଡିଓ ପ୍ରୀତିରଞ୍ଜନ, ସିଆଙ୍ଗବାଲିରେ ଉପଜିଲାପାଳ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ରେ ଶିକ୍ଷାର ବିକାଶ ଓ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଶିକ୍ଷା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ଜିଲାର ବିଭିନ୍ନ ବିଭାଗର…

ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟା ମାମଲା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ସର୍ତ୍ତମୂଳକ ଜାମିନ

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ବହୁ ଚର୍ଚ୍ଚିତ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡରେ ଫସିଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଅଶ୍ଵସ୍ତି ମିଳିଛି । ଆଜି ବିକ୍ରମ ପଣ୍ଡାଙ୍କ ଜାମିନ…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଘୁଚାପଜନିତ ବର୍ଷା ଜାରି, ଘନ କୁହୁଡ଼ି ସାଙ୍ଗକୁ କୋହଲା ପବନ

ଦାରିଙ୍ଗବାଡ଼ି, ୩୧/୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ବର୍ଷା ଲାଗିରହିଛି। ଦିନରାତି ଝିପିଝିପି ବର୍ଷା ହେଉଥିବା ବେଳେ…

ଗୁଡାରି ଏନଏସିକୁ ମିଳିଲା ଦୁଇ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀ….

ଗୁଡାରି,୩୧।୮(ପ୍ରମୋଦ କୁମାର ପତି ): ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ କରକମଳରେ…

OSEPAର ବଡ଼ ଘୋଷଣା: ଏହି ଦିନ ହେବ ସମେଟିଭ-୧ ପରୀକ୍ଷା

ଭୁବନେଶ୍ୱର,୩୧।୮: OSEPA ପକ୍ଷରୁ ଛାତ୍ରୀଛାତ୍ରମାନଙ୍କ ପାଇଁ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦିଆଯାଇଛି। ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ଛାତ୍ରୀଛାତ୍ରମାନଙ୍କ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା ହେବ ବୋଲି ଘୋଷଣା…

୭୫ ବର୍ଷର ସୁବର୍ଣ୍ଣପୁର ପୌରପାଳିକା: ଏବେ ବି ବିକାଶଠୁ ବହୁ ଦୂରରେ…

ସୋନପୁର,୩୧।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ପୌରପାଳିକା ଓଡ଼ିଶାର ଅନ୍ୟତମ ପୁରାତନ ପୌରପାଳିକା। ୧୯୫୦ ମସିହାରେ ବ୍ରିଟିଶ ଶାସନ ସମୟରେ ସୋନପୁର ରାଜ୍ୟରେ ପୌରପାଳିକା ସ୍ଥାପନ ହୋଇଥିଲା। ସ୍ବାଧୀନତା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri