କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡା ଉପରେ ଚଢାଉ, ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ ଅଭିଯୋଗରେ ୩ ଗିରଫ

ଦିଗପହଣ୍ଡି,୧୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍ ଅତର୍କିତ ଭାବେ ଚଢ଼ାଉ କରିଥିଲା । ଏହି ସମୟରେ ପୋଲିସକୁ ହତ୍ୟା ଉଦ୍ୟମ କରିଥିବା ବେଳେ କେ. ନୂଆଗାଁ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛନ୍ତି । ଅଭିଯୁକ୍ତମାନେ ହେଲେ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର ତ୍ରିଲୋଚନ ସାହୁ ଓରଫ ଲଣ୍ଡା(୪୩),କାଳିଆ ସାହୁ ଓରଫ କାଳୁ(୪୦) ଏବଂ ଜରଡ଼ା ଥାନା ତିତି ଗାଁ ର ସନ୍ତୋଷ କୁମାର ସାହୁ(୪୫)।

ଥାନା ମାମଲା ନଂ.୧୭୭/୨୬ ଭାରତୀୟ ନ୍ୟାୟ ସଂହିତା ର ଦଫା -୧୧୨(୨)/୧୧୫(୨)/୨୨୧/୨୯୬/୧୦୯(୧)/୧୩୨/୩୫୧(୩)/୩(୫) ଏବଂ ୩ ଓପିଜି ଆକ୍ଟ ଅନୁଯାୟୀ ଜାମିନ ଖାରଜ ହେବାରୁ ଅଭିଯୁକ୍ତ ମାନଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି । ମଙ୍ଗଳବାର ଅପରାହ୍ନ ପ୍ରାୟ ୩ ଟାରେ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମ ନିକଟ କାଜୁ ତୋଟାରେ  ଏକ ବଡ଼ ଧରଣର ଜୁଆଆଡ୍ଡା ଚାଲିଥିବା ନେଇ ପୋଲିସକୁ ସୂଚନା ମିଳିଥିଲା। ଏନେଇ  ଆଇଆଇସି ବିଶ୍ୱଜିତ ନାୟକ ବ୍ରହ୍ମପୁର ଏସ.ପି ଡ଼ା. ଶ୍ରବଣା ବିବେକ ଏମ. ଏବଂ ଚିକିଟି ଏସଡିପିଓ ବିଶ୍ଵାମିତ୍ର ହରପାଲଙ୍କୁ ଫୋନ ଯୋଗେ ଜଣାଇଥିଲେ । ଏସ.ପି ଙ୍କ ନିର୍ଦ୍ଦେଶକ୍ରମେ ଆଇଆଇସି ଏବଂ ଏଏସଆଇ ସି.ତାରକେଶ୍ୱର ରାଓଙ୍କ ନେତୃତ୍ୱରେ ପୋଲିସ ଟିମ୍ ସନ୍ଧ୍ୟା ପ୍ରାୟ ୫ ଟାରେ ଘଟଣାସ୍ଥଳରେ ପହଞ୍ଚି ଜୁଆ ଆଡ୍ଡାରେ ଅତର୍କିତ ଚଢାଉ କରିଥିଲେ।

ପୋଲିସକୁ ଦେଖି ୧୦ରୁ ଉର୍ଦ୍ଧ୍ବ ଜୁଆଡି ନିକଟସ୍ଥ ଜଙ୍ଗଲ ମଧ୍ୟକୁ ଦୌଡ଼ି ପଳାଇଥିଲେ। ସେଠାରେ ଜୁଆ ଖେଳୁଥିବା ତ୍ରିଲୋଚନ ସାହୁ, କାଳିଆ ସାହୁ ଏବଂ ସନ୍ତୋଷ ସାହୁଙ୍କୁ ପୋଲିସ କର୍ମଚାରୀମାନେ ଧରି ଦେବାରୁ ସେମାନେ ସଂଘବଦ୍ଧ ଭାବେ ଆକ୍ରମଣ କରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ସେଠାରେ ଜୁଆ ଖେଳୁଥିବା ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମର କାଳିଆ ଡାକୁଆ(୩୬) ଙ୍କୁ ଗିରଫ ପରେ ସେ ଦୋଷ ସ୍ବୀକାର କରିବାରୁ ତାଙ୍କୁ ଭାରତୀୟ ନାଗରିକ ସୁରକ୍ଷା ସଂହିତା(ବିଏନଏସଏସ) ର ଧାରା – ୩୫(୩) ଅନୁଯାୟୀ ନୋଟିସ ଦେଇ କୋର୍ଟରେ ହାଜର ହେବାକୁ ସର୍ତ୍ତରେ ଛଡାଯାଇଥିବା ଜଣାପଡ଼ିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

ରାଷ୍ଟ୍ର ନିର୍ମାଣ ପ୍ରତି ସମର୍ପିତ ଜଣେ ମହାପୁରୁଷ

ଖୁବ୍‌ ସୁନ୍ଦର ଉକ୍ତିଟିଏ ଅଛି, ”ବୃକ୍ଷ କବହୁଁ ନହିଁ ଫଲ ଭଖୈ, ନଦୀ ନ ସଂଚୈ ନୀର୍‌। ପରମାରଥ କେ କାରନେ, ସାଧୁନ ଧରା ଶରୀର।“ ଏହାର…

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?