ବଡ଼ଚଣା କୁନ୍ଦଳ ଛକରେ ଚାଲୁଥିଲା ବେନାମୀ ସସ୍‌ କାରଖାନା: ଚଢ଼ାଉ ପରେ ଗୋଦାମ ସିଲ

ଚଣ୍ଡିଖୋଲ,୧୦।୧(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ କୁନ୍ଦଳ ଛକରେ ଏକ ବେନାମୀ ସସ୍‌ କାରଖାନା ଚାଲୁଥିଲା। ଏହି ଖବର ମିଳିବା ପରେ ଶୁକ୍ରବାର ରାତିରେ ଯାଜପୁର ଏସ୍‌ଡିପିଓ ଚିନ୍ମୟ ନାୟକଙ୍କ ନେତୃତ୍ୱରେ ଚଢ଼ାଉ କରାଯାଇଥିଲା। ଚଢ଼ାଉ ସମୟରେ ସସ୍‌ ତିଆରି ହେଉଥିବା ଦ୍ରବ୍ୟର ଗୁଣବତ୍ତା ପରୀକ୍ଷା ପାଇଁ ପୋଲିସ ନମୁନା ସଂଗ୍ରହ କରିଥିଲା। ଏଥିସହିତ ଗୋଦାମକୁ ସିଲ୍‌ କରାଯାଇଥିଲା। ଏକ ବଡ଼ ହଲ୍‌ ମଧ୍ୟରେ ସସ୍‌ କାରଖାନା ଚାଲୁଥିଲା ବେଳେ ଏଥିରେ ବ୍ୟବହୃତ ଜିନିଷ ଅସଲି କି ନକଲି ତାହା ଜଣାପଡି ନ ଥିଲା। ସେଥିପାଇଁ ସେଠାରେ ପ୍ରସ୍ତୁତ କରୁଥିବା କମ୍ପାନୀ କର୍ତ୍ତୃପକ୍ଷଙ୍କୁ ପୋଲିସ ନୋଟିସ ଦେଇ ଛାଡ଼ିବା ସହିତ ସମ୍ପୂର୍ଣ୍ଣ କାଗଜପତ୍ର ଦାଖଲ ପାଇଁ ସମୟ ଦେଇଛି। ଖାଦ୍ୟ ନିରୀକ୍ଷକ ପ୍ରସ୍ତୁତ ହେଉଥିବା ସସ୍‌କୁ ପରୀକ୍ଷା କରିଛନ୍ତି କି ନାହିଁ ସେ ସମ୍ପର୍କରେ କାଗଜପତ୍ର ମାଗିଥିଲେ ମଧ୍ୟ ପ୍ରସ୍ତୁତକାରୀ କମ୍ପାନୀ କୌଣସି କାଗଜ ଦେଖାଇ ପାରି ନ ଥିଲେ। ପୋଲିସ ଗୋଦାମକୁ ସିଲ୍‌ କରିବା ସହ ପ୍ରସ୍ତୁତ ସସ୍‌ର ନମୁନା ପରୀକ୍ଷା ପାଇଁ ପଠାଇଛି। ଯଦି ଏହା ନକଲି ଜଣାପଡ଼େ ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସ୍‌ଡିପିଓ କହିଛନ୍ତି। ଦର୍ପଣ ତହସିଲଦାର ବରଣେନ୍ଦୁ ମହାନ୍ତି, ବଡ଼ଚଣା ଥାନାଧିକାରୀ ପ୍ରିୟବ୍ରତ ରାଉତ ପ୍ରମୁଖ ଚଢ଼ାଉରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ ଏକମାତ୍ର ଭରସା ଥିଲେ ସୁମିତ, ଛଡ଼ାଇନେଲା ତୁମ୍ବେଶ୍ୱର ଘାଟ: ଗଣେଶ ଭସାଣି ବେଳେ ଋଷିକୁଲ୍ୟାରେ ଭାସିଗଲେ ଛାତ୍ର

ପୁରୁଷୋତ୍ତମପୁର, ୧୮/୯ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଶୁକ୍ରବାର ଅଘଟଣ ଘଟିଛି। ଗଣେଶ…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

ଜୈବ ବିବିଧତା ସୁରକ୍ଷା ନେଇ…

ଭଞ୍ଜନଗର, ୧୮/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଶୁକ୍ରବାର ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କୁ ସ୍ୱାଗତ…

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?