ଶାଳପଡା ହାଟପଡ଼ିଆରେ ପୋଲିସର ଚଢ଼ାଉ: ବ୍ରାଉନ୍ ସୁଗାର ସହ ଯୁବକ ଗିରଫ

ହାଟଡିହୀ/ଆନନ୍ଦପୁର/ବଞ୍ଚୋ , ୩୦।୫ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଞ୍ଚଳରେ ନିଶା କାରବାର ବିରୋଧରେ ପୋଲିସର କଡ଼ା ଆଭିମୁଖ୍ୟ ଜାରି ରହିଛି। ଶନିବାର ଘସିପୁରା ଥାନା ପୋଲିସ ଶାଳପଡ଼ା ହାଟପଡ଼ିଆଠାରେ ଚଢ଼ାଉ କରି ଜଣେ ବ୍ୟକ୍ତିଙ୍କୁ ନିଷିଦ୍ଧ ମାଦକ ଦ୍ରବ୍ୟ ବ୍ରାଉନସୁଗାର ସହିତ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତ ଜଣକ ପଞ୍ଚୁପଲ୍ଲୀ ଗ୍ରାମର ଭକ୍ତବନ୍ଧୁ ବାରିକଙ୍କ ପୁଅ ମନୋଜ ବାରିକ (୩୩) ବୋଲି ଆନନ୍ଦପୁର ଏସ୍‌ଡିପିଓ କମଳ ପଣ୍ଡା ସୂଚନା  ଦେଇଛନ୍ତି।

ପୋଲିସ ସୂଚନା ଅନୁଯାୟୀ, ଶାଳପଡ଼ା ହାଟପଡ଼ିଆ ନିକଟରେ ମନୋଜ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିବା ବେଳେ ପୋଲିସ ତାଙ୍କୁ ଅଟକ ରଖିଥିଲା। ଏନ୍‌ଡିପିଏସ୍ (NDPS) ଆଇନର ନିର୍ଦ୍ଧାରିତ ନିୟମ ଅନୁସରଣ କରି ନିର୍ବାହୀ ମାଜିଷ୍ଟ୍ରେଟଙ୍କ ପ୍ରତ୍ୟକ୍ଷ ଉପସ୍ଥିତିରେ ଅଭିଯୁକ୍ତଙ୍କର ଜାନତଲାସି କରାଯାଇଥିଲା। ଏହି ସମୟରେ ତାଙ୍କ ପାଖରୁ ୦.୬୮ ଗ୍ରାମ୍ ଓଜନର ନିଷିଦ୍ଧ ବ୍ରାଉନସୁଗାର ଜବତ କରାଯାଇଛି। ଏହି ଚୋରା ନିଶା କାରବାର ସଂକ୍ରାନ୍ତରେ ଘସିପୁରା ଥାନାରେ କେସ୍ ନଂ- ୨୫୨/୨୦୨୬ ରୁଜୁ କରାଯାଇଛି। ପୋଲିସ ଅଭିଯୁକ୍ତ ମନୋଜଙ୍କ ବିରୋଧରେ ଧାରା ୨୧(ଏ)/୨୫ ଏନ୍‌ଡିପିଏସ୍ ଆଇନ୍ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କୋର୍ଟ ଚାଲାଣ କରିଛି।

ସୂଚନାଯୋଗ୍ୟ ଯେ, ନିକଟ ଅତୀତରେ ଆନନ୍ଦପୁର ଉପଖଣ୍ଡ ଅଧୀନରେ ଥିବା ବିଭିନ୍ନ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ଉ କରାଯାଇଛି। ଏହି ବିଶେଷ ଅଭିଯାନରେ ଏପର୍ଯ୍ୟନ୍ତ ୨୦ରୁ ଊର୍ଦ୍ଧ୍ୱ ନିଶା ବ୍ୟବସାୟୀଙ୍କୁ ବିପୁଳ ପରିମାଣର ବ୍ରାଉନସୁଗାର ସହ ଗିରଫ କରାଯାଇ ଜେଲ୍ ପଠାଯାଇଛି। ସ୍ଥାନୀୟ ଅଞ୍ଚଳକୁ ନିଶାମୁକ୍ତ କରିବା ପାଇଁ ପୋଲିସର ଏଭଳି ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?