ବାଇକ୍‌ ଧରି ଘରୁ ବାହାରି ଫେରି ନ ଥିଲେ, ୬ ଦିନ ପରେ ଜଙ୍ଗଲରୁ ମିଳିଲା ତପନଙ୍କ ମୃତଦେହ

ଖଜୁରିପଡ଼ା,୧୦ା୭ ( ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡା ଥାନା ଅନ୍ତର୍ଗତ ଗୁଦାରୀ ବାଲୁକୁଟି ଜଙ୍ଗଲରୁ ପୋଲିସ ଗୁରୁବାର ଜଣେ ନିଖୋଜ ଯୁବକଙ୍କ ମୃତଦେହ ଜବତ କରିଛି। ସେ ହେଲେ ଗୋଚ୍ଛାପଡ଼ା ଥାନା ନେଡିପଦର ଗାଁର ତପନ ରଣା (୨୧)। ଏନେଇ ଖଜୁରିପଡ଼ା ଥାନା ପୋଲିସ ନଂ. ୮/୨୫ରେ ଅପମୃତ୍ୟୁ ମାମଲା ରୁଜୁ କରିଛି। ମୃତଦେହ ବ୍ୟବଚ୍ଛେଦ କରାଇବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ତପନଙ୍କୁ ହତ୍ୟା କରାଯାଇଥିବା ତାଙ୍କ ଭାଇ ବିଦ୍ୟାଧର ରଣା ଖଜୁରିପଡ଼ା ଥାନାରେ ଏତଲା ଦେଇଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଗତ ୪ ତାରିଖ ଦିନ ସମ୍ପର୍କୀୟଙ୍କ ବାଇକ ଧରି କଟ୍ରିଙ୍ଗିଆ ଯାଉଛି କହି ଘରୁ ଯିବା ପରେ ଆଉ ଘରକୁ ଫେରିନଥିଲେ। ୬ ତାରିଖରେ ତପନଙ୍କ କେତେଜଣ ସାଙ୍ଗ ଖଜୁରିପଡ଼ା ଥାନା ଅଞ୍ଚଳ ଗୁଦାରି ନିକଟରେ ଏକ ଦୁର୍ଘଟଣା ଘଟିଥିବା କହିଥିଲେ। ପରିବାର ଲୋକେ ଉକ୍ତ ସ୍ଥାନକୁ ଯାଇ ଖୋଜାଖୋଜି କରିଥିଲେ ମଧ୍ୟ ତପନଙ୍କ କୌଣସି ପତ୍ତା ପାଇନଥିଲେ। ପରେ ଫୁଲବାଣୀର ବିଭିନ୍ନ ଅଞ୍ଚଳ ସହ ସମ୍ପର୍କୀୟ, ବନ୍ଧୁବାନ୍ଧବଙ୍କ ଘରେ ମଧ୍ୟ ପଚାରିଥିଲେ କିଛି ସୁରାକ ପାଇ ନଥିଲେ। ତପନ ନିଖୋଜ ଥିବା ନେଇ ପରିବାର ଲୋକେ ଗୋଚ୍ଛାପଡ଼ା ଥାନାରେ ଅଭିଯୋଗ କରିଥିଲେ l ପୋଲିସ ନଂ. ୮/୨୫ରେ ନିଖୋଜ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ଗୁରୁବାର ତପନଙ୍କ ମୃତଦେହ ଗୁଦାରି ପଞ୍ଚାୟତ ଭାଲୁକୁଟି ଜଙ୍ଗଲରୁ ଠାବ ହୋଇଥିଲା ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି  ଜିଲା ପାରଳାଖେମୁଣ୍ଡି ବାର୍ ଏସୋସିଏସନ୍ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri