ଡାକ୍ତରଙ୍କୁ ୨ ଦିନ ରିମାଣ୍ଡରେ ନେଲା ପୋଲିସ

ବ୍ରହ୍ମପୁର ଅଫିସ,୨୫ା୨: ଭୁବନେଶ୍ୱରରେ ଫ୍ଲାଟ୍‌ ଦେବାକୁ ପ୍ରତିଶ୍ରୁତି ଦେଇ ଜଣେ ସୁନା ବ୍ୟବସାୟୀଙ୍କଠାରୁ ୨କୋଟି ଟଙ୍କା ଠକି ନେଇଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଅଭିଯୁକ୍ତ ଡାକ୍ତର ଡି. ଉତ୍ତମ କୁମାର(୪୫)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅଭିଯୁକ୍ତ ଡାକ୍ତରଙ୍କୁ ୩ ଦିନିଆ ରିମାଣ୍ଡରେ ନେବା ପାଇଁ ପୋଲିସ ଚିଟ୍‌ଫଣ୍ଡ କୋର୍ଟରେ ଆବେଦନ କରିଥିଲା। ବିଚାରପତି ତନ୍ମୟ କୁମାର ମହାନ୍ତି ଆବେଦନର ଶୁଣାଣି କରି ୨ ଦିନିଆ ରିମାଣ୍ଡ ମଞ୍ଜୁର କରିଥିଲେ। ଏହି ଆଧାରରେ ପୋଲିସ ବ୍ରହ୍ମପୁର ବିଚାରାଧୀନ ବନ୍ଦୀ ଥିବା ଡା. ଉତ୍ତମ କୁମାରଙ୍କୁ ଶୁକ୍ରବାର ରିମାଣ୍ଡରେ ନେଇଛି। ରିମାଣ୍ଡ ଅବଧି ସରିବା ପରେ ରବିବାର ଅଭିଯୁକ୍ତଙ୍କୁ ହାଜର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ଠକେଇ ଘଟଣାରେ କେଉଁମାନେ ସାମିଲ ରହିଛନ୍ତି, ସୁନା ଠକି ନେଇଥିବା ଟଙ୍କା ସେ କେଉଁ ବ୍ୟବସାୟରେ ଲଗାଇଥିଲେ, ଏହା ବ୍ୟତୀତ ସେ ଓ ତାଙ୍କ ଗ୍ୟାଙ୍ଗ କେତେ ଲୋକଙ୍କ ଟଙ୍କା ଠକିଛନ୍ତି, ସେ ନେଇ ଖୋଳତାଡ଼ କରିବ।
ପ୍ରକାଶ ଯେ, ବଡ଼ବଜାର ଥାନା ଅନ୍ତର୍ଗତ ଗୌଡ଼ସାହିର ସୁନା ବ୍ୟବସାୟୀ କେ.ସତିଶ କୁମାର ସୁବୁଦ୍ଧିଙ୍କ ଅଭିଯୋଗ ମୁତାବକ, ୨୦୧୮ରେ ସେ ଦାନ୍ତ ଡାକ୍ତର ଉତ୍ତମ କୁମାରଙ୍କ ସଂସ୍ପର୍ଶରେ ଆସିଥିଲେ। ତାଙ୍କର ୟୁଏମ୍‌ଏସ୍‌ ଡେଭ୍‌ଲପର୍ସ ପ୍ରାଇଭେଟ୍‌ ଲିମିଟେଡ୍‌ ନାମରେ ଏକ ସଂସ୍ଥା ଥିବା, ସେଥିରେ ଅନ୍ୟଦୁଇ ଜଣ ପାର୍ଟନର ଥିବା ଏବଂ ଉକ୍ତ ସଂସ୍ଥା ମାଧ୍ୟମରେ ଭୁବନେଶ୍ୱର ଓ ବ୍ରହ୍ମପୁରରେ ବହୁତଳ ବିଶିଷ୍ଟ ଆପାର୍ଟମେଣ୍ଟ ଗଢ଼ାଯାଇ ଗ୍ରାହକଙ୍କୁ ଯୋଗାଇ ଦିଆଯାଉଥିବା କହିଥିଲେ। ଭୁବନେଶ୍ୱରରେ ଏଭଳି ଏକ ବହୁତଳ ବିଶିଷ୍ଟ କୋଠା ନିର୍ମାଣ ଚାଲିଥିବା ବେଳେ ସେଥିରେ ହାଉସିଂ ପ୍ରୋଜେକ୍ଟ ପାଇଁ ଥିବା ସ୍କିମ୍‌ ମାଧ୍ୟମରେ ଗୋଟିଏ ଫ୍ଲାଟ୍‌ ସତିଶଙ୍କୁ ଯୋଗାଇ ଦେବେ, ଏଥିପାଇଁ ୨କୋଟି ଟଙ୍କା ସହ ନୋଟାରୀ ଆଫିଡେଭିଟ୍‌ ଓ ପ୍ରତିଶ୍ରୁତି ପତ୍ର ଆଦି ପାଇଁ ଅନ୍ୟ ଖର୍ଚ୍ଚ ଲାଗିବ ବୋଲି କହିଥିଲେ। ତାଙ୍କ କଥାକୁ ବିଶ୍ୱାସ କରି ସତିଶ୍‌ ଟଙ୍କା ଦେଇଥିଲେ। କିନ୍ତୁ ସତିଶଙ୍କୁ ସେ ଫ୍ଲାଟ ଦେବା ପରିବର୍ତ୍ତେ ପ୍ରଥମେ ବିଭିନ୍ନ ବାହାନା କରିଥିଲେ। ଟଙ୍କା ଫେରସ୍ତ ମାଗିବାରୁ ତାଙ୍କୁ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ଶେଷରେ ବ୍ୟବସାୟୀ ସତୀଶ
ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri