ଶିଶୁ ଶ୍ରମିକ ଚାଲାଣ: ବସ୍‌ଷ୍ଟାଣ୍ଡରୁ ୯ ଶିଶୁଙ୍କୁ ଉଦ୍ଧାର କଲା ପୋଲିସ

ଟେନ୍‌ସା,୨୩।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡା ବସ୍‌ଷ୍ଟାଣ୍ଡରୁ ଶନିବାର କୋଇଡା ପୋଲିସ ୯ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ ସମସ୍ତ ଶିଶୁଙ୍କୁ ଘରକୁ ପଠାଇ ଦିଆଯାଇଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ।

ଉଦ୍ଧାର ଶିଶୁ ଶ୍ରମିକ କୋଇଡା ବ୍ଲକ ପାଟମୁଣ୍ଡା ପଞ୍ଚାୟତ ଅଞ୍ଚଳର ୮ ଜଣ ହୋଇଥିବା ବେଳେ କେନ୍ଦୁଝର ଜିଲାର ଗୁଆଲି ଅଞ୍ଚଳର ଜଣେ, ଯାହାଙ୍କ ବୟସ ୧୪ରୁ ୧୭ ବର୍ଷ ମଧ୍ୟରେ ହେବ। ସେମାନଙ୍କୁ କୋଇଡା ବସଷ୍ଟାଣ୍ଡରୁ ବସ ଯୋଗେ ଭୁବନେଶ୍ୱର ନେଇ ବାହାର ରାଜ୍ୟକୁ ନିଆଯାଇଥାନ୍ତା। ଶିଶୁମାନଙ୍କୁ ପ୍ରଥମେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ଦେଖି ଲୋକେ ଏକ ସ୍ବେଚ୍ଛାସେବୀ ସଙ୍ଗଠନକୁ ଖବର ଦେଇଥିଲେ । ପରେ କୋଇଡା ପୋଲିସ ବସ୍‌ଷ୍ଟାଣ୍ଡରେ ପହଞ୍ଚି ପଚରାଉଚରା ପରେ ଘଟଣା ସମ୍ନାକୁ ଆସିଥିଲା । କେହି ଜଣେ ଶ୍ରମିକ ଦଲାଲ କୋଇଡା ଅଞ୍ଚଳରୁ ଶିଶୁମାନଙ୍କୁ ନେଇ ଦାଦନ ଶ୍ରମିକ ଭାବେ ବାହାର ରାଜ୍ୟକୁ ପଠାଉଥିଲା । ଏହାର ସୂଚନା କୋଇଡା ପୋଲିସ ଜାଣିବାକୁ ପାଇଥିଲା। ଘଟଣା ସ୍ଥଳରେ ସ୍ଥାନୀୟ ସିଡିପିଓ ମିନତି ମହାପାତ୍ର ପହଞ୍ଚି ଶିଶୁଙ୍କ ବିଷୟରେ ପଚରାଉଚରା କରିବା ପରେ ସ୍ଥାନୀୟ ପୋଲିସ ସହିତ ଆଲୋଚନା କରିଥିଲେ । ଉଦ୍ଧାର ୯ ଶିଶୁଙ୍କୁ କୋଇଡା ପୋଲିସ ସହାୟତାରେ ସେମାନଙ୍କ ଘରେ ଛଡ଼ାଯାଇଛି । ପୋଲିସ ତଦନ୍ତ କରି ତୁରନ୍ତ ଅଭିଯୁକ୍ତଙ୍କୁ ଧରିବାକୁ କୋଇଡାବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବୁଡିଲା ଡଙ୍ଗା: ଜଣେ ମୃତ, ୬ ନିଖୋଜ

ଝାରସୁଗୁଡା,୧୯।୪: ମହାନଦୀରେ ବୁଡିଲା ଡଙ୍ଗା। ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣଙ୍କର ପତ୍ତା ମିଳୁନି। ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଶରଧା ନିକଟ ଘଟିଛି...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ଗଞ୍ଜେଇ ଚାଲାଣକାରୀଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୧୯।୪(ସୁବାସ ଚନ୍ଦ୍ର ପାଢ଼ୀ): ଅତିରିକ୍ତ ଜିଲା ଦୌରା ଜଜ୍‌(ଏଡିଜେ)-୩ ଡ. ଇନ୍ଦୁ ଶର୍ମା ଶୁକ୍ରବାର ଦୁଇ ଗଞ୍ଜେଇ ଚାଲାଣକାରୀଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଭିଜିଲାନ୍ସ ଜାଲରେ କିରାଣି

ବୌଦ୍ଧ,୧୯ା୪(ଅଜିତ ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ବୌଦ୍ଧ...

ପୋଲିସ ଅଧିକାରୀଙ୍କୁ ଭର୍ତ୍ତୃହରିଙ୍କ ଦୁର୍ବ୍ୟବହାର ମାମଲା: କୋର୍ଟରେ ହାଜର ହେଲେ ଅମିତାଭ

କଟକ,୧୯।୪(କାର୍ତ୍ତିକ ସାହୁ): କଟକ ଏମ୍‌ପି ଭର୍ତ୍ତୃହରି ମହତାବ ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିବା ମାମଲା ପୁଣି ଉଠିଛି। କଟକ ଜେଏମ୍‌ଏଫ୍‌ସି ଅଦାଲତରେ ଶୁକ୍ରବାର ସାକ୍ଷ୍ୟ ଗ୍ରହଣ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri