ଶିଶୁ ଶ୍ରମିକ ଚାଲାଣ: ବସ୍‌ଷ୍ଟାଣ୍ଡରୁ ୯ ଶିଶୁଙ୍କୁ ଉଦ୍ଧାର କଲା ପୋଲିସ

ଟେନ୍‌ସା,୨୩।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡା ବସ୍‌ଷ୍ଟାଣ୍ଡରୁ ଶନିବାର କୋଇଡା ପୋଲିସ ୯ଜଣ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରିଛି। ଉଦ୍ଧାର ପରେ ସମସ୍ତ ଶିଶୁଙ୍କୁ ଘରକୁ ପଠାଇ ଦିଆଯାଇଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତଙ୍କ ସମ୍ପର୍କରେ କୌଣସି ସୂଚନା ମିଳିପାରି ନାହିଁ।

ଉଦ୍ଧାର ଶିଶୁ ଶ୍ରମିକ କୋଇଡା ବ୍ଲକ ପାଟମୁଣ୍ଡା ପଞ୍ଚାୟତ ଅଞ୍ଚଳର ୮ ଜଣ ହୋଇଥିବା ବେଳେ କେନ୍ଦୁଝର ଜିଲାର ଗୁଆଲି ଅଞ୍ଚଳର ଜଣେ, ଯାହାଙ୍କ ବୟସ ୧୪ରୁ ୧୭ ବର୍ଷ ମଧ୍ୟରେ ହେବ। ସେମାନଙ୍କୁ କୋଇଡା ବସଷ୍ଟାଣ୍ଡରୁ ବସ ଯୋଗେ ଭୁବନେଶ୍ୱର ନେଇ ବାହାର ରାଜ୍ୟକୁ ନିଆଯାଇଥାନ୍ତା। ଶିଶୁମାନଙ୍କୁ ପ୍ରଥମେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ଦେଖି ଲୋକେ ଏକ ସ୍ବେଚ୍ଛାସେବୀ ସଙ୍ଗଠନକୁ ଖବର ଦେଇଥିଲେ । ପରେ କୋଇଡା ପୋଲିସ ବସ୍‌ଷ୍ଟାଣ୍ଡରେ ପହଞ୍ଚି ପଚରାଉଚରା ପରେ ଘଟଣା ସମ୍ନାକୁ ଆସିଥିଲା । କେହି ଜଣେ ଶ୍ରମିକ ଦଲାଲ କୋଇଡା ଅଞ୍ଚଳରୁ ଶିଶୁମାନଙ୍କୁ ନେଇ ଦାଦନ ଶ୍ରମିକ ଭାବେ ବାହାର ରାଜ୍ୟକୁ ପଠାଉଥିଲା । ଏହାର ସୂଚନା କୋଇଡା ପୋଲିସ ଜାଣିବାକୁ ପାଇଥିଲା। ଘଟଣା ସ୍ଥଳରେ ସ୍ଥାନୀୟ ସିଡିପିଓ ମିନତି ମହାପାତ୍ର ପହଞ୍ଚି ଶିଶୁଙ୍କ ବିଷୟରେ ପଚରାଉଚରା କରିବା ପରେ ସ୍ଥାନୀୟ ପୋଲିସ ସହିତ ଆଲୋଚନା କରିଥିଲେ । ଉଦ୍ଧାର ୯ ଶିଶୁଙ୍କୁ କୋଇଡା ପୋଲିସ ସହାୟତାରେ ସେମାନଙ୍କ ଘରେ ଛଡ଼ାଯାଇଛି । ପୋଲିସ ତଦନ୍ତ କରି ତୁରନ୍ତ ଅଭିଯୁକ୍ତଙ୍କୁ ଧରିବାକୁ କୋଇଡାବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଆଜି ରାତି ୯:୩୮ ରେ ଚନ୍ଦ୍ର ନିଜର ସ୍ଥାନ ପରିବର୍ତ୍ତନ କରିବେ! ଗୋଟିଏ ରାଶିର ଫିଟିଯିବ ଭାଗ୍ୟ…

ମେଷ : ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି । ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ…

କ୍ୟାପଟେନ୍ସି ଯିବା ପରେ ପ୍ରଥମଥର ବଡ଼ ରାଜ୍‌ ଖୋଲିଲେ ସୂର୍ଯ୍ୟକୁମାର, କହିଲେ- ୩ ଦିନ ପୂର୍ବରୁ…

ନୂଆଦିଲ୍ଲୀ,୨୯।୮: ଭାରତୀୟ ଟି-୨୦ ଦଳର କ୍ୟାପ୍ଟେନ୍ସି ହରାଇବା ଏବଂ ଏହା ପରେ ଦଳରୁ ବାଦ ପଡ଼ିବା ନେଇ ପ୍ରଥମଥର ପାଇଁ ଖୋଲାଖୋଲି ମୁହଁ ଖୋଲିଛନ୍ତି ସୂର୍ଯ୍ୟକୁମାର ଯାଦବ।…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

୨ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୭ ଆହତ, ୩ ଗୁରୁତର

ଭଦ୍ରକ,୨୯।୮(ସନାତନ ରାଉତ): ଭଦ୍ରକ ଚରମ୍ପା ରେଳ ଓଭର ବ୍ରିଜ ନିକଟରେ ଦୁଇ କିନ୍ନର ଗୋଷ୍ଠୀଙ୍କ ମଧ୍ୟରେ ଶୁକ୍ରବାର ରାତିରେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ କିନ୍ନର ଗୋଷ୍ଠୀ ଆକ୍ରମଣରେ…

FD ରେ ଟଙ୍କା ରଖୁଛନ୍ତି କି? ସେପ୍ଟେମ୍ୱର ୧ରୁ ବଦଳିବ…

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ନିଜର କଷ୍ଟଉପାର୍ଜିତ ଟଙ୍କାକୁ ବ୍ୟାଙ୍କରେ ଫିକ୍ସଡ ଡିପୋଜିଟ (Bank FD) ରେ ନିବେଶ କରିବାକୁ ଭାବୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri