ଟୁଇଟ୍‌ କରି ଆତ୍ମହତ୍ୟା କରିବାକୁ ଯାଉଥିବା ଯୁବକଙ୍କୁ ଉଦ୍ଧାର କଲେ ପୋଲିସ…

ନୂଆଦିଲ୍ଲୀ,୧୪।୩ : ପରୀକ୍ଷାରେ ଖରାପ ହେବାରୁ ଆତ୍ମହତ୍ୟା କରିବାକୁ ଯାଉଥିବା ଜଣେ ଯୁବକଙ୍କୁ ରାଜସ୍ଥାନ ପୋଲିସ ଉଦ୍ଧାର କରିଛନ୍ତି। ଯୁବକ ଜଣକ ଟୁଇଟ୍‌ କରି ସେ ଆତ୍ମହତ୍ୟା କରିବାକୁ ଯାଉଥିବା ସୂଚନା ଦେଇଥିଲେ। ତାଙ୍କର ଜଣେ ସାଙ୍ଗ ଏନେଇ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ଟିମ୍‌ ଯୁବକଙ୍କ ମୋବାଇଲ୍‌ ଲୋକେଶନ ଚିହ୍ନଟ କରି ତାଙ୍କୁ ରକ୍ଷା କରିଛନ୍ତି।

ଯୁବକ ଜଣକ ରାଜସ୍ଥାନର ଅଲଓ୍ବରର ବାସିନ୍ଦା। ତାଙ୍କ ମୋବାଇଲ ଲୋକେଶନ୍‌ରୁ ପାହାଡ଼ଗଞ୍ଜ୍‌ ପୋଲିସ ଜାଣିପାରିଥିଲେ ଯେ, ସେ ଯମୁନା ନଦୀର ସିଗ୍ନେଚର ବ୍ରିଜ୍‌ଠାରେ ଅଛନ୍ତି। ତୁରନ୍ତ ଏନେଇ ଉତ୍ତରଦିଲ୍ଲୀର ତିମାରପୁର ଥାନା ପୋଲିସଙ୍କୁ ଖବର ଦିଆଯାଇଥିଲା।

ପୋଲିସ ଟିମ୍‌ ବ୍ରିଜ୍‌ ପାଖରେ ପହଞ୍ଚିଥିଲେ। ବ୍ରିଜ୍‌ ଉପରେ ଠିଆ ହୋଇ ନଦୀକୁ ଡେଇଁବାକୁ ଯାଉଥିବା ଯୁବକ ପୋଲିସ ଟିମ୍‌କୁ ଦେଖି ହଡ଼ବଡେଇ ଯାଇଥିଲେ। ସେ ବିଳମ୍ବ ନ କରି ନଦୀଜଳକୁ ଲମ୍ଫ ପ୍ରଦାନ କରିଥିଲେ। ତେବେ ପୋଲିସ ଟିମ୍‌ର ୩ ଜଣ ସଦସ୍ୟ ପାଣି ଡେଇଁ ତାଙ୍କର ଜୀବନ ରକ୍ଷା କରିଥିଲେ।

ଯୁବକଙ୍କ ନାମ ମୋନିଷ ଦୀକ୍ଷୀତ ବୋଲି ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ତାଙ୍କର ବୟସ ୨୦ ବର୍ଷ। ସେ ନ୍ୟାଶନାଲ ଲ ଇନଷ୍ଟ୍ୟୁଟରେ ଆଇନ ପଢୁଛନ୍ତି। ତାଙ୍କୁ ଉଦ୍ଧାର କରି ପୋଲିସ ଟିମ୍‌ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଏବେ ସେ ସୁସ୍ଥ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri