ପୋଲିସ ଫେରାଇଲା ଚୋରି ମୋବାଇଲ୍‌

ଝାରସୁଗୁଡା ଅଫିସ୍‌,୧୨।୭: ମୋବାଇଲ୍‌ ଚୋରି ହୋଇଥିବା ଓ ହଜିଯାଇଥିବା ନେଇ ଝାରସୁଗୁଡ଼ା ଜିଲାର ବିଭିନ୍ନ ଥାନାରେ ସମୁଦାୟ ୪୧୩ ମାମଲା ରୁଜୁ ହୋଇଥିଲା । ଏନେଇ ଏସ୍‌ପି ରାହୁଲ ଜୈନଙ୍କ ନିର୍ଦ୍ଦେଶକ୍ରମେ ସାଇବର୍‌ ସେଲ୍‌ ଓ କେତେକ ପୋଲିସ୍‌ ଅଧିକାରୀଙ୍କୁ ନେଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା । ଏହି ପୋଲିସ୍‌ ଟିମ୍‌ ଗତ ଜୁନ୍‌ ୧୦ତାରିଖରୁ ତଦନ୍ତ ଆରମ୍ଭକରି ଚୋରି ଓ ହଜି ଯାଇଥିବା ମୋବାଇଲ୍‌ର ଆଇଏମ୍‌ଇଆଇ ନମ୍ବରକୁ ଟ୍ରାକ୍‌କରି ଠାବ କରିଥିଲା । ଏଥିମଧ୍ୟରେ ଦିଲ୍ଲୀ,ଛତିଶଗଡ,ଝାଡଖଣ୍ଡ,ମହାରାଷ୍ଟ୍ର ଆଦି ରାଜ୍ୟର ବିଭିନ୍ନ ସ୍ଥାନରେ ପୋଲିସ୍‌ ଚଢାଉକରି ସମୁଦାୟ ୨୦୧ମୋବାଇଲ୍‌ ଜବତ କରିଛି । ଏହିସବୁ ଜବତ ମୋବାଇଲ୍‌ର ମୂଲ୍ୟ ୨୦ଲକ୍ଷ ଟଙ୍କା ହେବ ବୋଲି ପୋଲିସ୍‌ ସୂତ୍ରରୁ ଜଣାପଡିଛି । ଏହି ମାମଲାରେ ପୋଲିସ୍‌ ପୂର୍ବରୁ ୪ଜଣ ଅଭିଯୁକ୍ତଙ୍କୁ ଗିରଫକରି କୋର୍ଟ ଚାଲଣ କରିଛି । ଜିଲା ପୋଲିସ୍‌ର ଏହି ଅଭିଯାନ ଜାରି ରହିଥିବାବେଳେ ଆହୁରି ମୋବାଇଲ୍‌ ଉଦ୍ଧାର ହେବା ସହ କେତେକ ଅଭିଯୁକ୍ତଙ୍କୁ ଗିରଫ କରାଯିବବୋଲି ଏସ୍‌ପି ଜୈନ କହିଛନ୍ତି ା ଉଦ୍ଧାର ମୋବାଇଲକୁ ନେଇ ମଙ୍ଗଳବାର ଏସ୍‌ପିଙ୍କ କାର୍ଯ୍ୟାଳୟରେ ଏକ ମୋବାଇଲ୍‌ ବିତରଣ ମେଳା ଅନୁଷ୍ଠିତ ହୋଇଥିଲା ା ଏହି ମେଳାରେ ଲୋକେ ଉପସ୍ଥିତରହି ନିଜନିଜର ପ୍ରମାଣପତ୍ର ଦାଖଲ କରିବାପରେ ଏସ୍‌ପି ସେମାନଙ୍କୁ ମୋବାଇଲ୍‌ ପ୍ରଦାନ କରିଥିଲେ । ଦୀର୍ଘଦିନ ପରେ ଲୋକେ ନିଜନିଜର ମୋବାଇଲ୍‌ ପାଇବାପରେ ବିତରଣ ମେଳାରେ ଲୋକେ ଜିଲା ପୋଲିସ୍‌ର ଏଭଳି ପଦକ୍ଷେପକୁ ପ୍ରଶଂସା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri